< ١ أخبار 25 >

وَأَفْرَزَ دَاوُدُ وَرُؤَسَاءُ ٱلْجَيْشِ لِلْخِدْمَةِ بَنِي آسَافَ وَهَيْمَانَ وَيَدُوثُونَ ٱلْمُتَنَبِّئِينَ بِٱلْعِيدَانِ وَٱلرَّبَابِ وَٱلصُّنُوجِ. وَكَانَ عَدَدُهُمْ مِنْ رِجَالِ ٱلْعَمَلِ حَسَبَ خِدْمَتِهِمْ. ١ 1
ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
مِنْ بَنِي آسَافَ: زَكُّورُ وَيُوسُفُ وَنَثَنْيَا وَأَشَرْئِيلَةُ. بَنُو آسَافَ تَحْتَ يَدِ آسَافَ ٱلْمُتَنَبِّئِ بَيْنَ يَدَيِ ٱلْمَلِكِ. ٢ 2
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
مِنْ يَدُوثُونَ، بَنُو يَدُوثُونَ: جَدَلْيَا وَصَرِي وَيِشْعِيَا وَحَشَبْيَا وَمَتَّثْيَا، سِتَّةٌ. تَحْتَ يَدِ أَبِيهِمْ يَدُوثُونَ ٱلْمُتَنَبِّئِ بِٱلْعُودِ لِأَجْلِ ٱلْحَمْدِ وَٱلتَّسْبِيحِ لِلرَّبِّ. ٣ 3
ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
مِنْ هَيْمَانَ: بُقِّيَّا وَمَتَّنْيَا وَعُزِّيئِيلُ وَشَبُوئِيلُ وَيَرِيمُوثُ وَحَنَنْيَا وَحَنَانِي وَإِيلِيآثَةُ وَجِدَّلْتِي وَرُومَمْتِي عَزَرُ وَيُشْبَقَاشَةُ وَمَلُوثِي وَهُوثِيرُ وَمَحْزِيُوثُ. ٤ 4
ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;
جَمِيعُ هَؤُلَاءِ بَنُو هَيْمَانَ رَائِي ٱلْمَلِكِ بِكَلَامِ ٱللهِ لِرَفْعِ ٱلْقَرْنِ. وَرَزَقَ ٱلرَّبُّ هَيْمَانَ أَرْبَعَةَ عَشَرَ ٱبْنًا وَثَلَاثَ بَنَاتٍ. ٥ 5
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
كُلُّ هَؤُلَاءِ تَحْتَ يَدِ أَبِيهِمْ لِأَجْلِ غِنَاءِ بَيْتِ ٱلرَّبِّ بِٱلصُّنُوجِ وَٱلرَّبَابِ وَٱلْعِيدَانِ لِخِدْمَةِ بَيْتِ ٱللهِ، تَحْتَ يَدِ ٱلْمَلِكِ وَآسَافَ وَيَدُوثُونَ وَهَيْمَانَ. ٦ 6
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।
وَكَانَ عَدَدُهُمْ مَعَ إِخْوَتِهِمِ ٱلْمُتَعَلِّمِينَ ٱلْغِنَاءَ لِلرَّبِّ، كُلِّ ٱلْخَبِيرِينَ مِئَتَيْنِ وَثَمَانِيَةً وَثَمَانِينَ. ٧ 7
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
وَأَلْقَوْا قُرَعَ ٱلْحِرَاسَةِ ٱلصَّغِيرُ كَمَا ٱلْكَبِيرِ، ٱلْمُعَلِّمُ مَعَ ٱلتِّلْمِيذِ. ٨ 8
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
فَخَرَجَتِ ٱلْقُرْعَةُ ٱلْأُولَى ٱلَّتِي هِيَ لِآسَافَ لِيُوسُفَ. ٱلثَّانِيَةُ لِجَدَلْيَا، هُوَ وَإِخْوَتُهُ وَبَنُوهُ ٱثْنَا عَشَرَ. ٩ 9
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
ٱلثَّالِثَةُ لِزَكُّورَ، بَنُوهُ وَإِخْوَتُهُ ٱثْنَا عَشَرَ. ١٠ 10
ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ٱلرَّابِعَةُ لِيَصْرِي، بَنُوهُ وَإِخْوَتُهُ ٱثْنَا عَشَرَ. ١١ 11
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلْخَامِسَةُ لِنَثَنْيَا، بَنُوهُ وَإِخْوَتُهُ ٱثْنَا عَشَرَ. ١٢ 12
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ٱلسَّادِسَةُ لِبُقِّيَّا، بَنُوهُ وَإِخْوَتُهُ ٱثْنَا عَشَرَ. ١٣ 13
ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ٱلسَّابِعَةُ لِيَشَرْئِيلَةَ، بَنُوهُ وَإِخْوَتُهُ ٱثْنَا عَشَرَ. ١٤ 14
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ٱلثَّامِنَةُ لِيَشْعِيَا، بَنُوهُ وَإِخْوَتُهُ ٱثْنَا عَشَرَ. ١٥ 15
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلتَّاسِعَةُ لِمَتَّنْيَا، بَنُوهُ وَإِخْوَتُهُ ٱثْنَا عَشَرَ. ١٦ 16
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ٱلْعَاشِرَةُ لِشِمْعِي، بَنُوهُ وَإِخْوَتُهُ ٱثْنَا عَشَرَ. ١٧ 17
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلْحَادِيَةَ عَشَرَةَ لِعَزَرْئِيلَ، بَنُوهُ وَإِخْوَتُهُ ٱثْنَا عَشَرَ. ١٨ 18
ଏକାଦଶ ଅସରେଲ୍‍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
وَٱلثَّانِيَةَ عَشَرَةَ لِحَشَبْيَا، بَنُوهُ وَإِخْوَتُهُ ٱثْنَا عَشَرَ. ١٩ 19
ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلثَّالِثَةَ عَشْرَةَ لِشُوبَائِيلَ، بَنُوهُ وَإِخْوَتُهُ ٱثْنَا عَشَرَ. ٢٠ 20
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلرَّابِعَةَ عَشْرَةَ لِمَتَّثْيَا، بَنُوهُ وَإِخْوَتُهُ ٱثْنَا عَشَرَ. ٢١ 21
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلْخَامِسَةَ عَشْرَةَ لِيَرِيمُوثَ، بَنُوهُ وَإِخْوَتُهُ ٱثْنَا عَشَرَ. ٢٢ 22
ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلسَّادِسَةَ عَشْرَةَ لِحَنَنْيَا، بَنُوهُ وَإِخْوَتُهُ ٱثْنَا عَشَرَ. ٢٣ 23
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلسَّابِعَةَ عَشْرَةَ لِيَشْبَقَاشَةَ، بَنُوهُ وَإِخْوَتُهُ ٱثْنَا عَشَرَ. ٢٤ 24
ସପ୍ତଦଶ ପାଇଁ ଯଶ୍‍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلثَّامِنَةَ عَشْرَةَ لِحَنَانِي، بَنُوهُ وَإِخْوَتُهُ ٱثْنَا عَشَرَ. ٢٥ 25
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلتَّاسِعَةَ عَشْرَةَ لِمَلُّوثِي، بَنُوهُ وَإِخْوَتُهُ ٱثْنَا عَشَرَ. ٢٦ 26
ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلْعِشْرُونَ لِإِيلِيآثَةَ، بَنُوهُ وَإِخْوَتُهُ ٱثْنَا عَشَرَ. ٢٧ 27
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلْحَادِيَةُ وَٱلْعِشْرُونَ لِهُوثِيرَ، بَنُوهُ وَإِخْوَتُهُ ٱثْنَا عَشَرَ. ٢٨ 28
ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلثَّانِيةُ وَٱلْعِشْرُونَ لِجِدَّلْتِي، بَنُوهُ وَإِخْوَتُهُ ٱثْنَا عَشَرَ، ٢٩ 29
ଦ୍ୱାବିଂଶ ପାଇଁ ଗିଦ୍ଦଲ୍‍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلثَّالِثَةُ وَٱلْعِشْرُونَ لِمَحْزِيُوثَ، بَنُوهُ وَإِخْوَتُهُ ٱثْنَا عَشَرَ. ٣٠ 30
ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ٱلرَّابِعَةُ وَٱلْعِشْرُونَ لِرُومَمْتِي عَزَرَ، بَنُوهُ وَإِخْوَتُهُ ٱثْنَا عَشَرَ. ٣١ 31
ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।

< ١ أخبار 25 >