< ١ كورنثوس 14 >

اِتْبَعُوا ٱلْمَحَبَّةَ، وَلَكِنْ جِدُّوا لِلْمَوَاهِبِ ٱلرُّوحِيَّةِ، وَبِٱلْأَوْلَى أَنْ تَتَنَبَّأُوا. ١ 1
ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥିନିମନ୍ତେ ଏକାନ୍ତ ଚେଷ୍ଟା କର।
لِأَنَّ مَنْ يَتَكَلَّمُ بِلِسَانٍ لَا يُكَلِّمُ ٱلنَّاسَ بَلِ ٱللهَ، لِأَنْ لَيْسَ أَحَدٌ يَسْمَعُ، وَلَكِنَّهُ بِٱلرُّوحِ يَتَكَلَّمُ بِأَسْرَارٍ. ٢ 2
କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।
وَأَمَّا مَنْ يَتَنَبَّأُ، فَيُكَلِّمُ ٱلنَّاسَ بِبُنْيَانٍ وَوَعْظٍ وَتَسْلِيَةٍ. ٣ 3
କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।
مَنْ يَتَكَلَّمُ بِلِسَانٍ يَبْنِي نَفْسَهُ، وَأَمَّا مَنْ يَتَنَبَّأُ فَيَبْنِي ٱلْكَنِيسَةَ. ٤ 4
ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
إِنِّي أُرِيدُ أَنَّ جَمِيعَكُمْ تَتَكَلَّمُونَ بِأَلْسِنَةٍ، وَلَكِنْ بِٱلْأَوْلَى أَنْ تَتَنَبَّأُوا. لِأَنَّ مَنْ يَتَنَبَّأُ أَعْظَمُ مِمَّنْ يَتَكَلَّمُ بِأَلْسِنَةٍ، إِلَّا إِذَا تَرْجَمَ، حَتَّى تَنَالَ ٱلْكَنِيسَةُ بُنْيَانًا. ٥ 5
ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।
فَٱلْآنَ أَيُّهَا ٱلْإِخْوَةُ، إِنْ جِئْتُ إِلَيْكُمْ مُتَكَلِّمًا بِأَلْسِنَةٍ، فَمَاذَا أَنْفَعُكُمْ، إِنْ لَمْ أُكَلِّمْكُمْ إِمَّا بِإِعْلَانٍ، أَوْ بِعِلْمٍ، أَوْ بِنُبُوَّةٍ، أَوْ بِتَعْلِيمٍ؟ ٦ 6
ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?
اَلْأَشْيَاءُ ٱلْعَادِمَةُ ٱلنُّفُوسِ ٱلَّتِي تُعْطِي صَوْتًا: مِزْمَارٌ أَوْ قِيثَارَةٌ، مَعَ ذَلِكَ إِنْ لَمْ تُعْطِ فَرْقًا لِلنَّغَمَاتِ، فَكَيْفَ يُعْرَفُ مَا زُمِّرَ أَوْ مَا عُزِفَ بِهِ؟ ٧ 7
ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?
فَإِنَّهُ إِنْ أَعْطَى ٱلْبُوقُ أَيْضًا صَوْتًا غَيْرَ وَاضِحٍ، فَمَنْ يَتَهَيَّأُ لِلْقِتَالِ؟ ٨ 8
ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେବ?
هَكَذَا أَنْتُمْ أَيْضًا إِنْ لَمْ تُعْطُوا بِٱللِّسَانِ كَلَامًا يُفْهَمُ، فَكَيْفَ يُعْرَفُ مَا تُكُلِّمَ بِهِ؟ فَإِنَّكُمْ تَكُونُونَ تَتَكَلَّمُونَ فِي ٱلْهَوَاءِ! ٩ 9
ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।
رُبَّمَا تَكُونُ أَنْوَاعُ لُغَاتٍ هَذَا عَدَدُهَا فِي ٱلْعَالَمِ، وَلَيْسَ شَيْءٌ مِنْهَا بِلَا مَعْنًى. ١٠ 10
ଜଗତରେ ହୋଇପାରେ ଅନେକ ପ୍ରକାର ଶବ୍ଦ ଅଛି, ପୁଣି କୌଣସି ଶବ୍ଦ ଅର୍ଥଶୂନ୍ୟ ନୁହେଁ।
فَإِنْ كُنْتُ لَا أَعْرِفُ قُوَّةَ ٱللُّغَةِ أَكُونُ عِنْدَ ٱلْمُتَكَلِّمِ أَعْجَمِيًّا، وَٱلْمُتَكَلِّمُ أَعْجَمِيًّا عِنْدِي. ١١ 11
ଏଣୁ ମୁଁ ଯଦି ସେହି ଶବ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବର୍ବର ପରି ହେବି, ଆଉ ସେ ମୋʼ ନିକଟରେ ବିଦେଶୀୟ ପରି ହେବ।
هَكَذَا أَنْتُمْ أَيْضًا، إِذْ إِنَّكُمْ غَيُورُونَ لِلْمَوَاهِبِ ٱلرُّوحِيَّةِ، ٱطْلُبُوا لِأَجْلِ بُنْيَانِ ٱلْكَنِيسَةِ أَنْ تَزْدَادُوا. ١٢ 12
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକାନ୍ତ ଚେଷ୍ଟା କରୁଥିବାରୁ ମଣ୍ଡଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର।
لِذَلِكَ مَنْ يَتَكَلَّمُ بِلِسَانٍ فَلْيُصَلِّ لِكَيْ يُتَرْجِمَ. ١٣ 13
ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।
لِأَنَّهُ إِنْ كُنْتُ أُصَلِّي بِلِسَانٍ، فَرُوحِي تُصَلِّي، وَأَمَّا ذِهْنِي فَهُوَ بِلَا ثَمَرٍ. ١٤ 14
କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ମନ ଫଳହୀନ ହୁଏ।
فَمَا هُوَ إِذًا؟ أُصَلِّي بِٱلرُّوحِ، وَأُصَلِّي بِٱلذِّهْنِ أَيْضًا. أُرَتِّلُ بِٱلرُّوحِ، وَأُرَتِّلُ بِٱلذِّهْنِ أَيْضًا. ١٥ 15
ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି।
وَإِلَّا فَإِنْ بَارَكْتَ بِٱلرُّوحِ، فَٱلَّذِي يُشْغِلُ مَكَانَ ٱلْعَامِّيِّ، كَيْفَ يَقُولُ: «آمِينَ» عِنْدَ شُكْرِكَ؟ لِأَنَّهُ لَا يَعْرِفُ مَاذَا تَقُولُ! ١٦ 16
ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ?
فَإِنَّكَ أَنْتَ تَشْكُرُ حَسَنًا، وَلَكِنَّ ٱلْآخَرَ لَا يُبْنَى. ١٧ 17
ଯେଣୁ ତୁମ୍ଭେ ଉତ୍ତମ ରୂପେ ଧନ୍ୟବାଦ ଦେଉଅଛ ସତ, କିନ୍ତୁ ସେହି ଅନ୍ୟ ଜଣର ଉନ୍ନତି ହୁଏ ନାହିଁ।
أَشْكُرُ إِلَهِي أَنِّي أَتَكَلَّمُ بِأَلْسِنَةٍ أَكْثَرَ مِنْ جَمِيعِكُمْ. ١٨ 18
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି;
وَلَكِنْ، فِي كَنِيسَةٍ، أُرِيدُ أَنْ أَتَكَلَّمَ خَمْسَ كَلِمَاتٍ بِذِهْنِي لِكَيْ أُعَلِّمَ آخَرِينَ أَيْضًا، أَكْثَرَ مِنْ عَشْرَةِ آلَافِ كَلِمَةٍ بِلِسَانٍ. ١٩ 19
ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ।
أَيُّهَا ٱلْإِخْوَةُ، لَا تَكُونُوا أَوْلَادًا فِي أَذْهَانِكُمْ، بَلْ كُونُوا أَوْلَادًا فِي ٱلشَّرِّ، وَأَمَّا فِي ٱلْأَذْهَانِ فَكُونُوا كَامِلِينَ. ٢٠ 20
ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।
مَكْتُوبٌ فِي ٱلنَّامُوسِ: «إِنِّي بِذَوِي أَلْسِنَةٍ أُخْرَى وَبِشِفَاهٍ أُخْرَى سَأُكَلِّمُ هَذَا ٱلشَّعْبَ، وَلَا هَكَذَا يَسْمَعُونَ لِي، يَقُولُ ٱلرَّبُّ». ٢١ 21
ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।”
إِذًا ٱلْأَلْسِنَةُ آيَةٌ، لَا لِلْمُؤْمِنِينَ، بَلْ لِغَيْرِ ٱلْمُؤْمِنِينَ. أَمَّا ٱلنُّبُوَّةُ فَلَيْسَتْ لِغَيْرِ ٱلْمُؤْمِنِينَ، بَلْ لِلْمُؤْمِنِينَ. ٢٢ 22
ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ।
فَإِنِ ٱجْتَمَعَتِ ٱلْكَنِيسَةُ كُلُّهَا فِي مَكَانٍ وَاحِدٍ، وَكَانَ ٱلْجَمِيعُ يَتَكَلَّمُونَ بِأَلْسِنَةٍ، فَدَخَلَ عَامِّيُّونَ أَوْ غَيْرُ مُؤْمِنِينَ، أَفَلَا يَقُولُونَ إِنَّكُمْ تَهْذُونَ؟ ٢٣ 23
ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?
وَلَكِنْ إِنْ كَانَ ٱلْجَمِيعُ يَتَنَبَّأُونَ، فَدَخَلَ أَحَدٌ غَيْرُ مُؤْمِنٍ أَوْ عَامِّيٌّ، فَإِنَّهُ يُوَبَّخُ مِنَ ٱلْجَمِيعِ. يُحْكَمُ عَلَيْهِ مِنَ ٱلْجَمِيعِ. ٢٤ 24
କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
وَهَكَذَا تَصِيرُ خَفَايَا قَلْبِهِ ظَاهِرَةً. وَهَكَذَا يَخِرُّ عَلَى وَجْهِهِ وَيَسْجُدُ لِلهِ، مُنَادِيًا: أَنَّ ٱللهَ بِٱلْحَقِيقَةِ فِيكُمْ. ٢٥ 25
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।
فَمَا هُوَ إِذًا أَيُّهَا ٱلْإِخْوَةُ؟ مَتَى ٱجْتَمَعْتُمْ فَكُلُّ وَاحِدٍ مِنْكُمْ لَهُ مَزْمُورٌ، لَهُ تَعْلِيمٌ، لَهُ لِسَانٌ، لَهُ إِعْلَانٌ، لَهُ تَرْجَمَةٌ. فَلْيَكُنْ كُلُّ شَيْءٍ لِلْبُنْيَانِ. ٢٦ 26
ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।
إِنْ كَانَ أَحَدٌ يَتَكَلَّمُ بِلِسَانٍ، فَٱثْنَيْنِ ٱثْنَيْنِ، أَوْ عَلَى ٱلْأَكْثَرِ ثَلَاثَةً ثَلَاثَةً، وَبِتَرْتِيبٍ،وَلْيُتَرْجِمْ وَاحِدٌ. ٢٧ 27
ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ।
وَلَكِنْ إِنْ لَمْ يَكُنْ مُتَرْجِمٌ فَلْيَصْمُتْ فِي ٱلْكَنِيسَةِ، وَلْيُكَلِّمْ نَفْسَهُ وَٱللهَ. ٢٨ 28
କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ବରଙ୍କୁ କହୁ।
أَمَّا ٱلْأَنْبِيَاءُ فَلْيَتَكَلَّمِ ٱثْنَانِ أَوْ ثَلَاثَةٌ، وَلْيَحْكُمِ ٱلْآخَرُونَ. ٢٩ 29
ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।
وَلَكِنْ إِنْ أُعْلِنَ لِآخَرَ جَالِسٍ فَلْيَسْكُتِ ٱلْأَوَّلُ. ٣٠ 30
କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ।
لِأَنَّكُمْ تَقْدِرُونَ جَمِيعُكُمْ أَنْ تَتَنَبَّأُوا وَاحِدًا وَاحِدًا، لِيَتَعَلَّمَ ٱلْجَمِيعُ وَيَتَعَزَّى ٱلْجَمِيعُ. ٣١ 31
କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।
وَأَرْوَاحُ ٱلْأَنْبِيَاءِ خَاضِعَةٌ لِلْأَنْبِيَاءِ. ٣٢ 32
ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ।
لِأَنَّ ٱللهَ لَيْسَ إِلَهَ تَشْوِيشٍ بَلْ إِلَهُ سَلَامٍ. كَمَا فِي جَمِيعِ كَنَائِسِ ٱلْقِدِّيسِينَ، ٣٣ 33
କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର।
لِتَصْمُتْ نِسَاؤُكُمْ فِي ٱلْكَنَائِسِ، لِأَنَّهُ لَيْسَ مَأْذُونًا لَهُنَّ أَنْ يَتَكَلَّمْنَ، بَلْ يَخْضَعْنَ كَمَا يَقُولُ ٱلنَّامُوسُ أَيْضًا. ٣٤ 34
ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।
وَلَكِنْ إِنْ كُنَّ يُرِدْنَ أَنْ يَتَعَلَّمْنَ شَيْئًا، فَلْيَسْأَلْنَ رِجَالَهُنَّ فِي ٱلْبَيْتِ، لِأَنَّهُ قَبِيحٌ بِٱلنِّسَاءِ أَنْ تَتَكَلَّمَ فِي كَنِيسَةٍ. ٣٥ 35
ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ।
أَمْ مِنْكُمْ خَرَجَتْ كَلِمَةُ ٱللهِ؟ أَمْ إِلَيْكُمْ وَحْدَكُمُ ٱنْتَهَتْ؟ ٣٦ 36
କଅଣ? ଈଶ୍ବରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି?
إِنْ كَانَ أَحَدٌ يَحْسِبُ نَفْسَهُ نَبِيًّا أَوْ رُوحِيًّا، فَلْيَعْلَمْ مَا أَكْتُبُهُ إِلَيْكُمْ أَنَّهُ وَصَايَا ٱلرَّبِّ. ٣٧ 37
କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।
وَلَكِنْ إِنْ يَجْهَلْ أَحَدٌ، فَلْيَجْهَلْ! ٣٨ 38
କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ।
إِذًا أَيُّهَا ٱلْإِخْوَةُ جِدُّوا لِلتَّنَبُّؤِ، وَلَا تَمْنَعُوا ٱلتَّكَلُّمَ بِأَلْسِنَةٍ. ٣٩ 39
ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର।
وَلْيَكُنْ كُلُّ شَيْءٍ بِلِيَاقَةٍ وَبِحَسَبِ تَرْتِيبٍ. ٤٠ 40
କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ।

< ١ كورنثوس 14 >