وَكَانَ رَجُلٌ مِنْ بَنْيَامِينَ ٱسْمُهُ قَيْسُ بْنُ أَبِيئِيلَ بْنِ صَرُورَ بْنِ بَكُورَةَ بْنِ أَفِيحَ، ٱبْنُ رَجُلٍ بَنْيَامِينِيٍّ جَبَّارَ بَأْسٍ.١1
ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।
وَكَانَ لَهُ ٱبْنٌ ٱسْمُهُ شَاوُلُ، شَابٌّ وَحَسَنٌ، وَلَمْ يَكُنْ رَجُلٌ فِي بَنِي إِسْرَائِيلَ أَحْسَنَ مِنْهُ. مِنْ كَتِفِهِ فَمَا فَوْقُ كَانَ أَطْوَلَ مِنْ كُلِّ ٱلشَّعْبِ.٢2
ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ।
فَضَلَّتْ أُتُنُ قَيْسَ أَبِي شَاوُلَ. فَقَالَ قَيْسُ لِشَاوُلَ ٱبْنِهِ: «خُذْ مَعَكَ وَاحِدًا مِنَ ٱلْغِلْمَانِ وَقُمِ ٱذْهَبْ فَتِّشْ عَلَى ٱلْأُتُنِ».٣3
ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।
فَعَبَرَ فِي جَبَلِ أَفْرَايِمَ، ثُمَّ عَبَرَ فِي أَرْضِ شَلِيشَةَ فَلَمْ يَجِدْهَا. ثُمَّ عَبَرَا فِي أَرْضِ شَعَلِيمَ فَلَمْ تُوجَدْ. ثُمَّ عَبَرَا فِي أَرْضِ بَنْيَامِينَ فَلَمْ يَجِدَاهَا.٤4
ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍‍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
وَلَمَّا دَخَلَا أَرْضَ صُوفٍ قَالَ شَاوُلُ لِغُلَامِهِ ٱلَّذِي مَعَهُ: «تَعَالَ نَرْجِعْ لِئَّلَا يَتْرُكَ أَبِي ٱلْأُتُنَ وَيَهْتَمَّ بِنَا».٥5
ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।
فَقَالَ لَهُ: «هُوَذَا رَجُلُ ٱللهِ فِي هَذِهِ ٱلْمَدِينَةِ، وَٱلرَّجُلُ مُكَرَّمٌ، كُلُّ مَا يَقُولُهُ يَصِيرُ. لِنَذْهَبِ ٱلْآنَ إِلَى هُنَاكَ لَعَلَّهُ يُخْبِرُنَا عَنْ طَرِيقِنَا ٱلَّتِي نَسْلُكُ فِيهَا».٦6
ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।
فَقَالَ شَاوُلُ لِلْغُلَامِ: «هُوَذَا نَذْهَبُ، فَمَاذَا نُقَدِّمُ لِلرَّجُلِ؟ لِأَنَّ ٱلْخُبْزَ قَدْ نَفَدَ مِنْ أَوْعِيَتِنَا وَلَيْسَ مِنْ هَدِيَّةٍ نُقَدِّمُهَا لِرَجُلِ ٱللهِ. مَاذَا مَعَنَا؟»٧7
ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?
فَعَادَ ٱلْغُلَامُ وَأَجَابَ شَاوُلَ وَقَالَ: «هُوَذَا يُوجَدُ بِيَدِي رُبْعُ شَاقِلِ فِضَّةٍ فَأُعْطِيهِ لِرَجُلِ ٱللهِ فَيُخْبِرُنَا عَنْ طَرِيقِنَا».٨8
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।
سَابِقًا فِي إِسْرَائِيلَ هَكَذَا كَانَ يَقُولُ ٱلرَّجُلُ عِنْدَ ذَهَابِهِ لِيَسْأَلَ ٱللهَ: «هَلُمَّ نَذْهَبْ إِلَى ٱلرَّائِي». لِأَنَّ ٱلنَّبِيَّ ٱلْيَوْمَ كَانَ يُدْعَى سَابِقًا ٱلرَّائِيَ.٩9
(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
فَقَالَ شَاوُلُ لِغُلَامِهِ: «كَلَامُكَ حَسَنٌ. هَلُمَّ نَذْهَبْ». فَذَهَبَا إِلَى ٱلْمَدِينَةِ ٱلَّتِي فِيهَا رَجُلُ ٱللهِ.١٠10
୧୦ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
وَفِيمَا هُمَا صَاعِدَانِ فِي مَطْلَعِ ٱلْمَدِينَةِ صَادَفَا فَتَيَاتٍ خَارِجَاتٍ لِٱسْتِقَاءِ ٱلْمَاءِ. فَقَالَا لَهُنَّ: «أَهُنَا ٱلرَّائِي؟»١١11
୧୧ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି?
فَأَجَبْنَهُمَا وَقُلْنَ: «نَعَمْ. هُوَذَا هُوَ أَمَامَكُمَا. أَسْرِعَا ٱلْآنَ، لِأَنَّهُ جَاءَ ٱلْيَوْمَ إِلَى ٱلْمَدِينَةِ لِأَنَّهُ ٱلْيَوْمَ ذَبِيحَةٌ لِلشَّعْبِ عَلَى ٱلْمُرْتَفَعَةِ.١٢12
୧୨ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
عِنْدَ دُخُولِكُمَا ٱلْمَدِينَةَ لِلْوَقْتِ تَجِدَانِهِ قَبْلَ صُعُودِهِ إِلَى ٱلْمُرْتَفَعَةِ لِيَأْكُلَ، لِأَنَّ ٱلشَّعْبَ لَا يَأْكُلُ حَتَّى يَأْتِيَ لِأَنَّهُ يُبَارِكُ ٱلذَّبِيحَةَ. بَعْدَ ذَلِكَ يَأْكُلُ ٱلْمَدْعُوُّونَ. فَٱلْآنَ ٱصْعَدَا لِأَنَّكُمَا فِي مِثْلِ ٱلْيَوْمِ تَجِدَانِهِ».١٣13
୧୩ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।
فَصَعِدَا إِلَى ٱلْمَدِينَةِ. وَفِيمَا هُمَا آتِيَانِ فِي وَسَطِ ٱلْمَدِينَةِ إِذَا بِصَمُوئِيلَ خَارِجٌ لِلِقَائِهِمَا لِيَصْعَدَ إِلَى ٱلْمُرْتَفَعَةِ.١٤14
୧୪ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
وَٱلرَّبُّ كَشَفَ أُذُنَ صَمُوئِيلَ قَبْلَ مَجِيءِ شَاوُلَ بِيَوْمٍ قَائِلًا:١٥15
୧୫ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,
«غَدًا فِي مِثْلِ ٱلْآنَ أُرْسِلُ إِلَيْكَ رَجُلًا مِنْ أَرْضِ بَنْيَامِينَ، فَٱمْسَحْهُ رَئِيسًا لِشَعْبِي إِسْرَائِيلَ، فَيُخَلِّصَ شَعْبِي مِنْ يَدِ ٱلْفِلِسْطِينِيِّينَ، لِأَنِّي نَظَرْتُ إِلَى شَعْبِي لِأَنَّ صُرَاخَهُمْ قَدْ جَاءَ إِلَيَّ».١٦16
୧୬କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।
فَلَمَّا رَأَى صَمُوئِيلُ شَاوُلَ أَجَابَهُ ٱلرَّبُّ: «هُوَذَا ٱلرَّجُلُ ٱلَّذِي كَلَّمْتُكَ عَنْهُ. هَذَا يَضْبِطُ شَعْبِي».١٧17
୧୭ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।
فَتَقَدَّمَ شَاوُلُ إِلَى صَمُوئِيلَ فِي وَسَطِ ٱلْبَابِ وَقَالَ: «أَطْلُبُ إِلَيْكَ: أَخْبِرْنِي أَيْنَ بَيْتُ ٱلرَّائِي؟»١٨18
୧୮ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।
فَأَجَابَ صَمُوئِيلُ شَاوُلَ وَقَالَ: «أَنَا ٱلرَّائِي. اِصْعَدَا أَمَامِي إِلَى ٱلْمُرْتَفَعَةِ فَتَأْكُلَا مَعِيَ ٱلْيَوْمَ، ثُمَّ أُطْلِقَكَ صَبَاحًا وَأُخْبِرَكَ بِكُلِّ مَا فِي قَلْبِكَ.١٩19
୧୯ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।
وَأَمَّا ٱلْأُتُنُ ٱلضَّالَّةُ لَكَ مُنْذُ ثَلَاثَةِ أَيَّامٍ فَلَا تَضَعْ قَلْبَكَ عَلَيْهَا لِأَنَّهَا قَدْ وُجِدَتْ. وَلِمَنْ كُلُّ شَهِيِّ إِسْرَائِيلَ؟ أَلَيْسَ لَكَ وَلِكُلِّ بَيْتِ أَبِيكَ؟»٢٠20
୨୦ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?
فَأَجَابَ شَاوُلُ وَقَالَ: «أَمَا أَنَا بَنْيَامِينِيٌّ مِنْ أَصْغَرِ أَسْبَاطِ إِسْرَائِيلَ، وَعَشِيرَتِي أَصْغَرُ كُلِّ عَشَائِرِ أَسْبَاطِ بَنْيَامِينَ؟ فَلِمَاذَا تُكَلِّمُنِي بِمِثْلِ هَذَا ٱلْكَلَامِ؟».٢١21
୨୧ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?
فَأَخَذَ صَمُوئِيلُ شَاوُلَ وَغُلَامَهُ وَأَدْخَلَهُمَا إِلَى ٱلْمَنْسَكِ وَأَعْطَاهُمَا مَكَانًا فِي رَأْسِ ٱلْمَدْعُوِّينَ، وَهُمْ نَحْوُ ثَلَاثِينَ رَجُلًا.٢٢22
୨୨ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
وَقَالَ صَمُوئِيلُ لِلطَّبَّاخِ: «هَاتِ ٱلنَّصِيبَ ٱلَّذِي أَعْطَيْتُكَ إِيَّاهُ، ٱلَّذِي قُلْتُ لَكَ عَنْهُ ضَعْهُ عِنْدَكَ».٢٣23
୨୩ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।
فَرَفَعَ ٱلطَّبَّاخُ ٱلسَّاقَ مَعَ مَا عَلَيْهَا وَجَعَلَهَا أَمَامَ شَاوُلَ. فَقَالَ: «هُوَذَا مَا أُبْقِيَ. ضَعْهُ أَمَامَكَ وَكُلْ. لِأَنَّهُ إِلَى هَذَا ٱلْمِيعَادِ مَحْفُوظٌ لَكَ مِنْ حِينٍ قُلْتُ دَعَوْتُ ٱلشَّعْبَ». فَأَكَلَ شَاوُلُ مَعَ صَمُوئِيلَ فِي ذَلِكَ ٱلْيَوْمِ.٢٤24
୨୪ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
وَلَمَّا نَزَلُوا مِنَ ٱلْمُرْتَفَعَةِ إِلَى ٱلْمَدِينَةِ تَكَلَّمَ مَعَ شَاوُلَ عَلَى ٱلسَّطْحِ.٢٥25
୨୫ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।
وَبَكَّرُوا. وَكَانَ عِنْدَ طُلُوعِ ٱلْفَجْرِ أَنَّ صَمُوئِيلَ دَعَا شَاوُلَ عَنِ ٱلسَّطْحِ قَائِلًا: «قُمْ فَأَصْرِفَكَ». فَقَامَ شَاوُلُ وَخَرَجَا كِلَاهُمَا، هُوَ وَصَمُوئِيلُ إِلَى خَارِجٍ.٢٦26
୨୬ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି। ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
وَفِيمَا هُمَا نَازِلَانِ بِطَرَفِ ٱلْمَدِينَةِ قَالَ صَمُوئِيلُ لِشَاوُلَ: «قُلْ لِلْغُلَامِ أَنْ يَعْبُرَ قُدَّامَنَا». فَعَبَرَ. «وَأَمَّا أَنْتَ فَقِفِ ٱلْآنَ فَأُسْمِعَكَ كَلَامَ ٱللهِ».٢٧27
୨୭ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।