< ٢ أخبار 21 >

وَٱضْطَجَعَ يَهُوشَافَاطُ مَعَ آبَائِهِ فَدُفِنَ مَعَ آبَائِهِ فِي مَدِينَةِ دَاوُدَ، وَمَلَكَ يَهُورَامُ ٱبْنُهُ عِوَضًا عَنْهُ. ١ 1
ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
وَكَانَ لَهُ إِخْوَةٌ، بَنُو يَهُوشَافَاطَ: عَزَرْيَا وَيَحِيئِيلُ وَزَكَرِيَّا وَعَزَرْيَاهُو وَمِيخَائِيلُ وَشَفَطْيَا. كُلُّ هَؤُلَاءِ بَنُو يَهُوشَافَاطَ مَلِكِ إِسْرَائِيلَ. ٢ 2
ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।
وَأَعْطَاهُمْ أَبُوهُمْ عَطَايَا كَثِيرَةً مِنْ فِضَّةٍ وَذَهَبٍ وَتُحَفٍ مَعَ مُدُنٍ حَصِينَةٍ فِي يَهُوذَا. وَأَمَّا ٱلْمَمْلَكَةُ فَأَعْطَاهَا لِيَهُورَامَ لِأَنَّهُ ٱلْبِكْرُ. ٣ 3
ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
فَقَامَ يَهُورَامُ عَلَى مَمْلَكَةِ أَبِيهِ وَتَشَدَّدَ وَقَتَلَ جَمِيعَ إِخْوَتِهِ بِٱلسَّيْفِ، وَأَيْضًا بَعْضًا مِنْ رُؤَسَاءِ إِسْرَائِيلَ. ٤ 4
ଏହି ଯିହୋରାମ୍‍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
كَانَ يَهُورَامُ ٱبْنَ ٱثْنَتَيْنِ وَثَلَاثِينَ سَنَةً حِينَ مَلَكَ، وَمَلَكَ ثَمَانِيَ سِنِينَ فِي أُورُشَلِيمَ. ٥ 5
ଯିହୋରାମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
وَسَارَ فِي طَرِيقِ مُلُوكِ إِسْرَائِيلَ كَمَا فَعَلَ بَيْتُ أَخْآبَ، لِأَنَّ بِنْتَ أَخْآبَ كَانَتْ لَهُ ٱمْرَأَةً. وَعَمِلَ ٱلشَّرَّ فِي عَيْنَيِ ٱلرَّبِّ. ٦ 6
ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
وَلَمْ يَشَإِ ٱلرَّبُّ أَنْ يُبِيدَ بَيْتَ دَاوُدَ لِأَجْلِ ٱلْعَهْدِ ٱلَّذِي قَطَعَهُ مَعَ دَاوُدَ، وَلِأَنَّهُ قَالَ إِنَّهُ يُعْطِيهِ وَبَنِيهِ سِرَاجًا كُلَّ ٱلْأَيَّامِ. ٧ 7
ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
فِي أَيَّامِهِ عَصَى أَدُومُ مِنْ تَحْتِ يَدِ يَهُوذَا وَمَلَّكُوا عَلَى أَنْفُسِهِمْ مَلِكًا. ٨ 8
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
وَعَبَرَ يَهُورَامُ مَعَ رُؤَسَائِهِ وَجَمِيعُ ٱلْمَرْكَبَاتِ مَعَهُ، وَقَامَ لَيْلًا وَضَرَبَ أَدُومَ ٱلْمُحِيطَ بِهِ وَرُؤَسَاءَ ٱلْمَرْكَبَاتِ. ٩ 9
ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।
فَعَصَى أَدُومُ مِنْ تَحْتِ يَدِ يَهُوذَا إِلَى هَذَا ٱلْيَوْمِ. حِينَئِذٍ عَصَتْ لِبْنَةُ فِي ذَلِكَ ٱلْوَقْتِ مِنْ تَحْتِ يَدِهِ لِأَنَّهُ تَرَكَ ٱلرَّبَّ إِلَهَ آبَائِهِ. ١٠ 10
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
وَهُوَ أَيْضًا عَمِلَ مُرْتَفَعَاتٍ فِي جِبَالِ يَهُوذَا، وَجَعَلَ سُكَّانَ أُورُشَلِيمَ يَزْنُونَ، وَطَوَّحَ يَهُوذَا. ١١ 11
ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।
وَأَتَتْ إِلَيْهِ كِتَابَةٌ مِنْ إِيلِيَّا ٱلنَّبِيِّ تَقُولُ: «هَكَذَا قَالَ ٱلرَّبُّ إِلَهُ دَاوُدَ أَبِيكَ: مِنْ أَجْلِ أَنَّكَ لَمْ تَسْلُكْ فِي طُرُقِ يَهُوشَافَاطَ أَبِيكَ وَطُرُقِ آسَا مَلِكِ يَهُوذَا، ١٢ 12
ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
بَلْ سَلَكْتَ فِي طُرُقِ مُلُوكِ إِسْرَائِيلَ، وَجَعَلْتَ يَهُوذَا وَسُكَّانَ أُورُشَلِيمَ يَزْنُونَ كَزِنَا بَيْتِ أَخْآبَ، وَقَتَلْتَ أَيْضًا إِخْوَتَكَ مِنْ بَيْتِ أَبِيكَ ٱلَّذِينَ هُمْ أَفْضَلُ مِنْكَ، ١٣ 13
ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
هُوَذَا يَضْرِبُ ٱلرَّبُّ شَعْبَكَ وَبَنِيكَ وَنِسَاءَكَ وَكُلَّ مَالِكَ ضَرْبَةً عَظِيمَةً. ١٤ 14
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
وَإِيَّاكَ بِأَمْرَاضٍ كَثِيرَةٍ بِدَاءِ أَمْعَائِكَ حَتَّى تَخْرُجَ أَمْعَاؤُكَ بِسَبَبِ ٱلْمَرَضِ يَوْمًا فَيَوْمًا». ١٥ 15
ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
وَأَهَاجَ ٱلرَّبُّ عَلَى يَهُورَامَ رُوحَ ٱلْفِلِسْطِينِيِّينَ وَٱلْعَرَبَ ٱلَّذِينَ بِجَانِبِ ٱلْكُوشِيِّينَ، ١٦ 16
ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
فَصَعِدُوا إِلَى يَهُوذَا وَٱفْتَتَحُوهَا، وَسَبَوْا كُلَّ ٱلْأَمْوَالِ ٱلْمَوْجُودَةِ فِي بَيْتِ ٱلْمَلِكِ مَعَ بَنِيهِ وَنِسَائِهِ أَيْضًا، وَلَمْ يَبْقَ لَهُ ٱبْنٌ إِلَّا يَهُوآحَازُ أَصْغَرُ بَنِيهِ. ١٧ 17
ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।
وَبَعْدَ هَذَا كُلِّهِ ضَرَبَهُ ٱلرَّبُّ فِي أَمْعَائِهِ بِمَرَضٍ لَيْسَ لَهُ شِفَاءٌ. ١٨ 18
ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
وَكَانَ مِنْ يَوْمٍ إِلَى يَوْمٍ وَحَسَبَ ذِهَابِ ٱلْمُدَّةِ عِنْدَ نَهَايَةِ سَنَتَيْنِ، أَنَّ أَمْعَاءَهُ خَرَجَتْ بِسَبَبِ مَرَضِهِ، فَمَاتَ بِأَمْرَاضٍ رَدِيَّةٍ، وَلَمْ يَعْمَلْ لَهُ شَعْبُهُ حَرِيقَةً كَحَرِيقَةِ آبَائِهِ. ١٩ 19
ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ।
كَانَ ٱبْنَ ٱثْنَتَيْنِ وَثَلَاثِينَ سَنَةً حِينَ مَلَكَ، وَمَلَكَ ثَمَانِيَ سِنِينَ فِي أُورُشَلِيمَ، وَذَهَبَ غَيْرَ مَأْسُوفٍ عَلَيْهِ، وَدَفَنُوهُ فِي مَدِينَةِ دَاوُدَ، وَلَكِنْ لَيْسَ فِي قُبُورِ ٱلْمُلُوكِ. ٢٠ 20
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।

< ٢ أخبار 21 >