< اَلتَّثْنِيَة 16 >

«اِحْفَظْ شَهْرَ أَبِيبَ وَٱعْمَلْ فِصْحًا لِلرَّبِّ إِلَهِكَ، لِأَنَّهُ فِي شَهْرِ أَبِيبَ أَخْرَجَكَ ٱلرَّبُّ إِلَهُكَ مِنْ مِصْرَ لَيْلًا. ١ 1
ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ।
فَتَذْبَحُ ٱلْفِصْحَ لِلرَّبِّ إِلَهِكَ غَنَمًا وَبَقَرًا فِي ٱلْمَكَانِ ٱلَّذِي يَخْتَارُهُ ٱلرَّبُّ لِيُحِلَّ ٱسْمَهُ فِيهِ. ٢ 2
ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।
لَا تَأْكُلْ عَلَيْهِ خَمِيرًا. سَبْعَةَ أَيَّامٍ تَأْكُلُ عَلَيْهِ فَطِيرًا، خُبْزَ ٱلْمَشَقَّةِ، لِأَنَّكَ بِعَجَلَةٍ خَرَجْتَ مِنْ أَرْضِ مِصْرَ، لِكَيْ تَذْكُرَ يَوْمَ خُرُوجِكَ مِنْ أَرْضِ مِصْرَ كُلَّ أَيَّامِ حَيَاتِكَ. ٣ 3
ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍‍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।
وَلَا يُرَ عِنْدَكَ خَمِيرٌ فِي جَمِيعِ تُخُومِكَ سَبْعَةَ أَيَّامٍ، وَلَا يَبِتْ شَيْءٌ مِنَ ٱللَّحْمِ ٱلَّذِي تَذْبَحُ مَسَاءً فِي ٱلْيَوْمِ ٱلْأَوَّلِ إِلَى ٱلْغَدِ. ٤ 4
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।
لَا يَحِلُّ لَكَ أَنْ تَذْبَحَ ٱلْفِصْحَ فِي أَحَدِ أَبْوَابِكَ ٱلَّتِي يُعْطِيكَ ٱلرَّبُّ إِلَهُكَ، ٥ 5
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।
بَلْ فِي ٱلْمَكَانِ ٱلَّذِي يَخْتَارُهُ ٱلرَّبُّ إِلَهُكَ لِيُحِلَّ ٱسْمَهُ فِيهِ. هُنَاكَ تَذْبَحُ ٱلْفِصْحَ مَسَاءً نَحْوَ غُرُوبِ ٱلشَّمْسِ فِي مِيعَادِ خُرُوجِكَ مِنْ مِصْرَ، ٦ 6
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।
وَتَطْبُخُ وَتَأْكُلُ فِي ٱلْمَكَانِ ٱلَّذِي يَخْتَارُهُ ٱلرَّبُّ إِلَهُكَ، ثُمَّ تَنْصَرِفُ فِي ٱلْغَدِ وَتَذْهَبُ إِلَى خِيَامِكَ. ٧ 7
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।
سِتَّةَ أَيَّامٍ تَأْكُلُ فَطِيرًا، وَفِي ٱلْيَوْمِ ٱلسَّابِعِ ٱعْتِكَافٌ لِلرَّبِّ إِلَهِكَ. لَا تَعْمَلْ فِيهِ عَمَلًا. ٨ 8
ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।
«سَبْعَةَ أَسَابِيعَ تَحْسُبُ لَكَ. مِنِ ٱبْتِدَاءِ ٱلْمِنْجَلِ فِي ٱلزَّرْعِ، تَبْتَدِئُ أَنْ تَحْسُبَ سَبْعَةَ أَسَابِيعَ. ٩ 9
ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।
وَتَعْمَلُ عِيدَ أَسَابِيعَ لِلرَّبِّ إِلَهِكَ عَلَى قَدْرِ مَا تَسْمَحُ يَدُكَ أَنْ تُعْطِيَ، كَمَا يُبَارِكُكَ ٱلرَّبُّ إِلَهُكَ. ١٠ 10
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;
وَتَفْرَحُ أَمَامَ ٱلرَّبِّ إِلَهِكَ أَنْتَ وَٱبْنُكَ وَٱبْنَتُكَ وَعَبْدُكَ وَأَمَتُكَ وَٱللَّاوِيُّ ٱلَّذِي فِي أَبْوَابِكَ، وَٱلْغَرِيبُ وَٱلْيَتِيمُ وَٱلْأَرْمَلَةُ ٱلَّذِينَ فِي وَسَطِكَ فِي ٱلْمَكَانِ ٱلَّذِي يَخْتَارُهُ ٱلرَّبُّ إِلَهُكَ لِيُحِلَّ ٱسْمَهُ فِيهِ. ١١ 11
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
وَتَذْكُرُ أَنَّكَ كُنْتَ عَبْدًا فِي مِصْرَ وَتَحْفَظُ، وَتَعْمَلُ هَذِهِ ٱلْفَرَائِضَ. ١٢ 12
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।
«تَعْمَلُ لِنَفْسِكَ عِيدَ ٱلْمَظَالِّ سَبْعَةَ أَيَّامٍ عِنْدَمَا تَجْمَعُ مِنْ بَيْدَرِكَ وَمِنْ مِعْصَرَتِكَ. ١٣ 13
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
وَتَفْرَحُ فِي عِيدِكَ أَنْتَ وَٱبْنُكَ وَٱبْنَتُكَ وَعَبْدُكَ وَأَمَتُكَ وَاللَّاوِيُّ وَٱلْغَرِيبُ وَٱلْيَتِيمُ وَٱلْأَرْمَلَةُ ٱلَّذِينَ فِي أَبْوَابِكَ. ١٤ 14
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
سَبْعَةَ أَيَّامٍ تُعَيِّدُ لِلرَّبِّ إِلَهِكَ فِي ٱلْمَكَانِ ٱلَّذِي يَخْتَارُهُ ٱلرَّبُّ، لِأَنَّ ٱلرَّبَّ إِلَهَكَ يُبَارِكُكَ فِي كُلِّ مَحْصُولِكَ وَفِي كُلِّ عَمَلِ يَدَيْكَ، فَلَا تَكُونُ إِلَّا فَرِحًا. ١٥ 15
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।
«ثَلَاثَ مَرَّاتٍ فِي ٱلسَّنَةِ يَحْضُرُ جَمِيعُ ذُكُورِكَ أَمَامَ ٱلرَّبِّ إِلَهِكَ فِي ٱلْمَكَانِ ٱلَّذِي يَخْتَارُهُ، فِي عِيدِ ٱلْفَطِيرِ وَعِيدِ ٱلْأَسَابِيعِ وَعِيدِ ٱلْمَظَالِّ. وَلَا يَحْضُرُوا أَمَامَ ٱلرَّبِّ فَارِغِينَ. ١٦ 16
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।
كُلُّ وَاحِدٍ حَسْبَمَا تُعْطِي يَدُهُ، كَبَرَكَةِ ٱلرَّبِّ إِلَهِكَ ٱلَّتِي أَعْطَاكَ. ١٧ 17
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ।
«قُضَاةً وَعُرَفَاءَ تَجْعَلُ لَكَ فِي جَمِيعِ أَبْوَابِكَ ٱلَّتِي يُعْطِيكَ ٱلرَّبُّ إِلَهُكَ حَسَبَ أَسْبَاطِكَ، فَيَقْضُونَ لِلشَّعْبِ قَضَاءً عَادِلًا. ١٨ 18
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।
لَا تُحَرِّفِ ٱلْقَضَاءَ، وَلَا تَنْظُرْ إِلَى ٱلْوُجُوهِ، وَلَا تَأْخُذْ رَشْوَةً لِأَنَّ ٱلرَّشْوَةَ تُعْمِي أَعْيُنَ ٱلْحُكَمَاءِ وَتُعَوِّجُ كَلَامَ ٱلصِّدِّيقِينَ. ١٩ 19
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
ٱلْعَدْلَ ٱلْعَدْلَ تَتَّبِعُ، لِكَيْ تَحْيَا وَتَمْتَلِكَ ٱلْأَرْضَ ٱلَّتِي يُعْطِيكَ ٱلرَّبُّ إِلَهُكَ. ٢٠ 20
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
«لَا تَنْصِبْ لِنَفْسِكَ سَارِيَةً مِنْ شَجَرَةٍ مَّا بِجَانِبِ مَذْبَحِ ٱلرَّبِّ إِلَهِكَ ٱلَّذِي تَصْنَعُهُ لَكَ، ٢١ 21
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
وَلَا تُقِمْ لَكَ نَصْبًا. ٱلشَّيْءَ ٱلَّذِي يُبْغِضُهُ ٱلرَّبُّ إِلَهُكَ. ٢٢ 22
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।

< اَلتَّثْنِيَة 16 >