< اَلْجَامِعَةِ 9 >

لِأَنَّ هَذَا كُلَّهُ جَعَلْتُهُ فِي قَلْبِي، وَٱمْتَحَنْتُ هَذَا كُلَّهُ: أَنَّ ٱلصِّدِّيقِينَ وَٱلْحُكَمَاءَ وَأَعْمَالَهُمْ فِي يَدِ ٱللهِ. ٱلْإِنْسَانُ لَا يَعْلَمُ حُبًّا وَلَا بُغْضًا. ٱلْكُلُّ أَمَامَهُمُ. ١ 1
ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
ٱلْكُلُّ عَلَى مَا لِلْكُلِّ. حَادِثَةٌ وَاحِدَةٌ لِلصِّدِّيقِ وَلِلشِّرِّيرِ، لِلصَّالِحِ وَلِلطَّاهِرِ وَلِلنَّجِسِ، لِلذَّابِحِ وَلِلَّذِي لَا يَذْبَحُ، كَٱلصَّالِحِ ٱلْخَاطِئُ. ٱلْحَالِفُ كَٱلَّذِي يَخَافُ ٱلْحَلْفَ. ٢ 2
ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।
هَذَا أَشَرُّ كُلِّ مَا عُمِلَ تَحْتَ ٱلشَّمْسِ: أَنَّ حَادِثَةً وَاحِدَةً لِلْجَمِيعِ. وَأَيْضًا قَلْبُ بَنِي ٱلْبَشَرِ مَلآنُ مِنَ ٱلشَّرِّ، وَٱلْحَمَاقَةُ فِي قَلْبِهِمْ وَهُمْ أَحْيَاءٌ، وَبَعْدَ ذَلِكَ يَذْهَبُونَ إِلَى ٱلْأَمْوَاتِ. ٣ 3
ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
لِأَنَّهُ مَنْ يُسْتَثْنَى؟ لِكُلِّ ٱلْأَحْيَاءِ يُوجَدُ رَجَاءٌ، فَإِنَّ ٱلْكَلْبَ ٱلْحَيَّ خَيْرٌ مِنَ ٱلْأَسَدِ ٱلْمَيْتِ. ٤ 4
କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
لِأَنَّ ٱلْأَحْيَاءَ يَعْلَمُونَ أَنَّهُمْ سَيَمُوتُونَ، أَمَّا ٱلْمَوْتَى فَلَا يَعْلَمُونَ شَيْئًا، وَلَيْسَ لَهُمْ أَجْرٌ بَعْدُ لِأَنَّ ذِكْرَهُمْ نُسِيَ. ٥ 5
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
وَمَحَبَّتُهُمْ وَبُغْضَتُهُمْ وَحَسَدُهُمْ هَلَكَتْ مُنْذُ زَمَانٍ، وَلَا نَصِيبَ لَهُمْ بَعْدُ إِلَى ٱلْأَبَدِ، فِي كُلِّ مَا عُمِلَ تَحْتَ ٱلشَّمْسِ. ٦ 6
ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
اِذْهَبْ كُلْ خُبْزَكَ بِفَرَحٍ، وَٱشْرَبْ خَمْرَكَ بِقَلْبٍ طَيِّبٍ، لِأَنَّ ٱللهَ مُنْذُ زَمَانٍ قَدْ رَضِيَ عَمَلَكَ. ٧ 7
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
لِتَكُنْ ثِيَابُكَ فِي كُلِّ حِينٍ بَيْضَاءَ، وَلَا يُعْوِزْ رَأْسَكَ ٱلدُّهْنُ. ٨ 8
ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
اِلْتَذَّ عَيْشًا مَعَ ٱلْمَرْأَةِ ٱلَّتِي أَحْبَبْتَهَا كُلَّ أَيَّامِ حَيَاةِ بَاطِلِكَ ٱلَّتِي أَعْطَاكَ إِيَّاهَا تَحْتَ ٱلشَّمْسِ، كُلَّ أَيَّامِ بَاطِلِكَ، لِأَنَّ ذَلِكَ نَصِيبُكَ فِي ٱلْحَيَاةِ وَفِي تَعَبِكَ ٱلَّذِي تَتْعَبُهُ تَحْتَ ٱلشَّمْسِ. ٩ 9
ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
كُلُّ مَا تَجِدُهُ يَدُكَ لِتَفْعَلَهُ فَٱفْعَلْهُ بِقُوَّتِكَ، لِأَنَّهُ لَيْسَ مِنْ عَمَلٍ وَلَا ٱخْتِرَاعٍ وَلَا مَعْرِفَةٍ وَلَا حِكْمَةٍ فِي ٱلْهَاوِيَةِ ٱلَّتِي أَنْتَ ذَاهِبٌ إِلَيْهَا. (Sheol h7585) ١٠ 10
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ। (Sheol h7585)
فَعُدْتُ وَرَأَيْتُ تَحْتَ ٱلشَّمْسِ: أَنَّ ٱلسَّعْيَ لَيْسَ لِلْخَفِيفِ، وَلَا ٱلْحَرْبَ لِلْأَقْوِيَاءِ، وَلَا ٱلْخُبْزَ لِلْحُكَمَاءِ، وَلَا ٱلْغِنَى لِلْفُهَمَاءِ، وَلَا ٱلنِّعْمَةَ لِذَوِي ٱلْمَعْرِفَةِ، لِأَنَهُ ٱلْوَقْتُ وَٱلْعَرَضُ يُلَاقِيَانِهِمْ كَافَّةً. ١١ 11
ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।
لِأَنَّ ٱلْإِنْسَانَ أَيْضًا لَا يَعْرِفُ وَقْتَهُ. كَٱلْأَسْمَاكِ ٱلَّتِي تُؤْخَذُ بِشَبَكَةٍ مُهْلِكَةٍ، وَكَالْعَصَافِيرِ ٱلَّتِي تُؤْخَذُ بِٱلشَّرَكِ، كَذَلِكَ تُقْتَنَصُ بَنُو ٱلْبَشَرِ فِي وَقْتِ شَرٍّ، إِذْ يَقَعُ عَلَيْهِمْ بَغْتَةً. ١٢ 12
କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।
هَذِهِ ٱلْحِكْمَةُ رَأَيْتُهَا أَيْضًا تَحْتَ ٱلشَّمْسِ، وَهِيَ عَظِيمَةٌ عِنْدِي: ١٣ 13
ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;
مَدِينَةٌ صَغِيرَةٌ فِيهَا أُنَاسٌ قَلِيلُونَ، فَجَاءَ عَلَيْهَا مَلِكٌ عَظِيمٌ وَحَاصَرَهَا وَبَنَى عَلَيْهَا أَبْرَاجًا عَظِيمَةً. ١٤ 14
ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।
وَوُجِدَ فِيهَا رَجُلٌ مِسْكِينٌ حَكِيمٌ، فَنَجَّى هُوَ ٱلْمَدِينَةَ بِحِكْمَتِهِ. وَمَا أَحَدٌ ذَكَرَ ذَلِكَ ٱلرَّجُلَ ٱلْمِسْكِينَ! ١٥ 15
ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
فَقُلْتُ: «ٱلْحِكْمَةُ خَيْرٌ مِنَ ٱلْقُوَّةِ». أَمَّا حِكْمَةُ ٱلْمِسْكِينِ فَمُحْتَقَرَةٌ، وَكَلَامُهُ لَا يُسْمَعُ. ١٦ 16
ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”
كَلِمَاتُ ٱلْحُكَمَاءِ تُسْمَعُ فِي ٱلْهُدُوءِ، أَكْثَرَ مِنْ صُرَاخِ ٱلْمُتَسَلِّطِ بَيْنَ ٱلْجُهَّالِ. ١٧ 17
ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
اَلْحِكْمَةُ خَيْرٌ مِنْ أَدَوَاتِ ٱلْحَرْبِ. أَمَّا خَاطِئٌ وَاحِدٌ فَيُفْسِدُ خَيْرًا جَزِيلًا. ١٨ 18
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।

< اَلْجَامِعَةِ 9 >