< عَزْرَا 5 >

فَتَنَبَّأَ ٱلنَّبِيَّانِ حَجَّيِ ٱلنَّبِيُّ وَزَكَرِيَّا بْنُ عِدُّوَ لِلْيَهُودِ ٱلَّذِينَ فِي يَهُوذَا وَأُورُشَلِيمَ بِٱسْمِ إِلَهِ إِسْرَائِيلَ عَلَيْهِمْ. ١ 1
ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍‍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍‍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
حِينَئِذٍ قَامَ زَرُبَّابِلُ بْنُ شَأَلْتِئِيلَ وَيَشُوعُ بْنُ يُوصَادَاقَ، وَشَرَعَا بِبُنْيَانِ بَيْتِ ٱللهِ ٱلَّذِي فِي أُورُشَلِيمَ، وَمَعَهُمَا أَنْبِيَاءُ ٱللهِ يُسَاعِدُونَهُمَا. ٢ 2
ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।
فِي ذَلِكَ ٱلزَّمَانِ جَاءَ إِلَيْهِمْ تَتْنَايُ وَالِي عَبْرِ ٱلنَّهْرِ وَشَتَرْبُوزْنَايُ وَرُفَقَاؤُهُمَا وَقَالُوا لَهُمْ هَكَذَا: «مَنْ أَمَرَكُمْ أَنْ تَبْنُوا هَذَا ٱلْبَيْتَ وَتُكَمِّلُوا هَذَا ٱلسُّورَ؟». ٣ 3
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”
حِينَئِذٍ أَخْبَرْنَاهُمْ عَلَى هَذَا ٱلْمَنْوَالِ مَا هِيَ أَسْمَاءُ ٱلرِّجَالِ ٱلَّذِينَ يَبْنُونَ هَذَا ٱلْبِنَاءَ. ٤ 4
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”
وَكَانَتْ عَلَى شُيُوخِ ٱلْيَهُودِ عَيْنُ إِلَهِهِمْ فَلَمْ يُوقِفُوهُمْ حَتَّى وَصَلَ ٱلْأَمْرُ إِلَى دَارِيُوسَ، وَحِينَئِذٍ جَاوَبُوا بِرِسَالَةٍ عَنْ هَذَا. ٥ 5
ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।
صُورَةُ ٱلرِّسَالَةِ ٱلَّتِي أَرْسَلَهَا تَتْنَايُ وَالِي عَبْرِ ٱلنَّهْرِ وَشَتَرْبُوزْنَايُ وَرُفَقَاؤُهُمَا ٱلْأَفَرْسَكِيِّينَ ٱلَّذِينَ فِي عَبْرِ ٱلنَّهْرِ إِلَى دَارِيُوسَ ٱلْمَلِكِ. ٦ 6
ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;
أَرْسَلُوا إِلَيْهِ رِسَالَةً وَكَانَ مَكْتُوبًا فِيهَا هَكَذَا: «لِدَارِيُوسَ ٱلْمَلِكِ كُلُّ سَلَامٍ. ٧ 7
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।
لِيَكُنْ مَعْلُومًا لَدَى ٱلْمَلِكِ أَنَّنَا ذَهَبْنَا إِلَى بِلَادِ يَهُوذَا، إِلَى بَيْتِ ٱلْإِلَهِ ٱلْعَظِيمِ، وَإِذَا بِهِ يُبْنَى بِحِجَارَةٍ عَظِيمَةٍ، وَيُوضَعُ خَشَبٌ فِي ٱلْحِيطَانِ. وَهَذَا ٱلْعَمَلُ يُعْمَلُ بِسُرْعَةٍ وَيَنْجَحُ فِي أَيْدِيهِمْ. ٨ 8
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।
حِينَئِذٍ سَأَلْنَا أُولَئِكَ ٱلشُّيُوخَ وَقُلْنَا لَهُمْ هَكَذَا: مَنْ أَمَرَكُمْ بِبِنَاءِ هَذَا ٱلْبَيْتِ وَتَكْمِيلِ هَذِهِ ٱلْأَسْوَارِ؟ ٩ 9
ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’
وَسَأَلْنَاهُمْ أَيْضًا عَنْ أَسْمَائِهِمْ لِنُعْلِمَكَ، وَكَتَبْنَا أَسْمَاءَ ٱلرِّجَالِ رُؤُوسِهِمْ. ١٠ 10
ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।
وَبِمِثْلِ هَذَا ٱلْجَوَابِ جَاوَبُوا قَائِلِينَ: نَحْنُ عَبِيدُ إِلَهِ ٱلسَّمَاءِ وَٱلْأَرْضِ، وَنَبْنِي هَذَا ٱلْبَيْتَ ٱلَّذِي بُنِيَ قَبْلَ هَذِهِ ٱلسِّنِينَ ٱلْكَثِيرَةِ، وَقَدْ بَنَاهُ مَلِكٌ عَظِيمٌ لِإِسْرَائِيلَ وَأَكْمَلَهُ. ١١ 11
ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
وَلَكِنْ بَعْدَ أَنْ أَسْخَطَ آبَاؤُنَا إِلَهَ ٱلسَّمَاءِ دَفَعَهُمْ لِيَدِ نَبُوخَذْنَصَّرَ مَلِكِ بَابِلَ ٱلْكَلْدَانِيِّ، ٱلَّذِي هَدَمَ هَذَا ٱلْبَيْتَ وَسَبَى ٱلشَّعْبَ إِلَى بَابِلَ. ١٢ 12
ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।
عَلَى أَنَّهُ فِي ٱلسَّنَةِ ٱلْأُولَى لِكُورَشَ مَلِكَ بَابِلَ، أَصْدَرَ كُورَشُ ٱلْمَلِكُ أَمْرًا بِبِنَاءِ بَيْتِ ٱللهِ هَذَا. ١٣ 13
ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।
حَتَّى إِنَّ آنِيَةَ بَيْتِ ٱللهِ هَذَا، ٱلَّتِي مِنْ ذَهَبٍ وَفِضَّةٍ، ٱلَّتِي أَخْرَجَهَا نَبُوخَذْنَصَّرُ مِنَ ٱلْهَيْكَلِ ٱلَّذِي فِي أُورُشَلِيمَ وَأَتَى بِهَا إِلَى ٱلْهَيْكَلِ ٱلَّذِي فِي بَابِلَ، أَخْرَجَهَا كُورَشُ ٱلْمَلِكُ مِنَ ٱلْهَيْكَلِ ٱلَّذِي فِي بَابِلَ وَأُعْطِيَتْ لِوَاحِدٍ ٱسْمُهُ شِيشْبَصَّرُ ٱلَّذِي جَعَلَهُ وَالِيًا. ١٤ 14
ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
وَقَالَ لَهُ: خُذْ هَذِهِ ٱلْآنِيَةَ وَٱذْهَبْ وَٱحْمِلْهَا إِلَى ٱلْهَيْكَلِ ٱلَّذِي فِي أُورُشَلِيمَ، وَلْيُبْنَ بَيْتُ ٱللهِ فِي مَكَانِهِ. ١٥ 15
ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।
حِينَئِذٍ جَاءَ شِيشْبَصَّرُ هَذَا وَوَضَعَ أَسَاسَ بَيْتِ ٱللهِ ٱلَّذِي فِي أُورُشَلِيمَ، وَمِنْ ذَلِكَ ٱلْوَقْتِ إِلَى ٱلْآنَ يُبْنَى وَلَمْ يُكْمَلْ. ١٦ 16
ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
وَٱلْآنَ إِذَا حَسُنَ عِنْدَ ٱلْمَلِكِ فَلْيُفَتَّشْ فِي بَيْتِ خَزَائِنِ ٱلْمَلِكِ ٱلَّذِي هُوَ هُنَاكَ فِي بَابِلَ: هَلْ كَانَ قَدْ صَدَرَ أَمْرٌ مِنْ كُورَشَ ٱلْمَلِكِ بِبِنَاءِ بَيْتِ ٱللهِ هَذَا فِي أُورُشَلِيمَ؟ وَلْيُرْسِلِ ٱلْمَلِكُ إِلَيْنَا مُرَادَهُ فِي ذَلِكَ». ١٧ 17
ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍‍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”

< عَزْرَا 5 >