< هُوشَع 14 >

اِرْجِعْ يَا إِسْرَائِيلُ إِلَى ٱلرَّبِّ إِلَهِكَ، لِأَنَّكَ قَدْ تَعَثَّرْتَ بِإِثْمِكَ. ١ 1
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
خُذُوا مَعَكُمْ كَلَامًا وَٱرْجِعُوا إِلَى ٱلرَّبِّ. قُولُوا لَهُ: «ٱرْفَعْ كُلَّ إِثْمٍ وَٱقْبَلْ حَسَنًا، فَنُقَدِّمَ عُجُولَ شِفَاهِنَا. ٢ 2
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
لَا يُخَلِّصُنَا أَشُّورُ. لَا نَرْكَبُ عَلَى ٱلْخَيْلِ، وَلَا نَقُولُ أَيْضًا لِعَمَلِ أَيْدِينَا: آلِهَتَنَا. إِنَّهُ بِكَ يُرْحَمُ ٱلْيَتِيمُ». ٣ 3
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”
«أَنَا أَشْفِي ٱرْتِدَادَهُمْ. أُحِبُّهُمْ فَضْلًا، لِأَنَّ غَضَبِي قَدِ ٱرْتَدَّ عَنْهُ. ٤ 4
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
أَكُونُ لِإِسْرَائِيلَ كَٱلنَّدَى. يُزْهِرُ كَٱلسَّوْسَنِ، وَيَضْرِبُ أُصُولَهُ كَلُبْنَانَ. ٥ 5
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।
تَمْتَدُّ خَرَاعِيبُهُ، وَيَكُونُ بَهَاؤُهُ كَٱلزَّيْتُونَةِ، وَلَهُ رَائِحَةٌ كَلُبْنَانَ. ٦ 6
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।
يَعُودُ ٱلسَّاكِنُونَ فِي ظِلِّهِ يُحْيُونَ حِنْطَةً وَيُزْهِرُونَ كَجَفْنَةٍ. يَكُونُ ذِكْرُهُمْ كَخَمْرِ لُبْنَانَ. ٧ 7
ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।
يَقُولُ أَفْرَايِمُ: مَا لِي أَيْضًا وَلِلْأَصْنَامِ؟ أَنَا قَدْ أَجَبْتُ فَأُلَاحِظُهُ. أَنَا كَسَرْوَةٍ خَضْرَاءَ. مِنْ قِبَلِي يُوجَدُ ثَمَرُكِ». ٨ 8
ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
مَنْ هُوَ حَكِيمٌ حَتَّى يَفْهَمَ هَذِهِ ٱلْأُمُورَ، وَفَهِيمٌ حَتَّى يَعْرِفَهَا! فَإِنَّ طُرُقَ ٱلرَّبِّ مُسْتَقِيمَةٌ، وَٱلْأَبْرَارَ يَسْلُكُونَ فِيهَا، وَأَمَّا ٱلْمُنَافِقُونَ فَيَعْثُرُونَ فِيهَا. ٩ 9
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

< هُوشَع 14 >