< لُوقا 5 >

وَإِذْ كَانَ ٱلْجَمْعُ يَزْدَحِمُ عَلَيْهِ لِيَسْمَعَ كَلِمَةَ ٱللهِ، كَانَ وَاقِفًا عِنْدَ بُحَيْرَةِ جَنِّيسَارَتَ. ١ 1
ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
فَرَأَى سَفِينَتَيْنِ وَاقِفَتَيْنِ عِنْدَ ٱلْبُحَيْرَةِ، وَٱلصَّيَّادُونَ قَدْ خَرَجُوا مِنْهُمَا وَغَسَلُوا ٱلشِّبَاكَ. ٢ 2
ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।
فَدَخَلَ إِحْدَى ٱلسَّفِينَتَيْنِ ٱلَّتِي كَانَتْ لِسِمْعَانَ، وَسَأَلَهُ أَنْ يُبْعِدَ قَلِيلًا عَنِ ٱلْبَرِّ. ثُمَّ جَلَسَ وَصَارَ يُعَلِّمُ ٱلْجُمُوعَ مِنَ ٱلسَّفِينَةِ. ٣ 3
ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
وَلَمَّا فَرَغَ مِنَ ٱلْكَلَامِ قَالَ لِسِمْعَانَ: «ٱبْعُدْ إِلَى ٱلْعُمْقِ وَأَلْقُوا شِبَاكَكُمْ لِلصَّيْدِ». ٤ 4
ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।”
فَأَجَابَ سِمْعَانُ وَقَالَ لَهُ: «يَا مُعَلِّمُ، قَدْ تَعِبْنَا ٱللَّيْلَ كُلَّهُ وَلَمْ نَأْخُذْ شَيْئًا. وَلَكِنْ عَلَى كَلِمَتِكَ أُلْقِي ٱلشَّبَكَةَ». ٥ 5
ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।
وَلَمَّا فَعَلُوا ذَلِكَ أَمْسَكُوا سَمَكًا كَثِيرًا جِدًّا، فَصَارَتْ شَبَكَتُهُمْ تَتَخَرَّقُ. ٦ 6
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା।
فَأَشَارُوا إِلَى شُرَكَائِهِمُ ٱلَّذِينَ فِي ٱلسَّفِينَةِ ٱلْأُخْرَى أَنْ يَأْتُوا وَيُسَاعِدُوهُمْ. فَأَتَوْا وَمَلَأُوا ٱلسَّفِينَتَيْنِ حَتَّى أَخَذَتَا فِي ٱلْغَرَقِ. ٧ 7
ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।
فَلَمَّا رَأَى سِمْعَانُ بُطْرُسُ ذَلِكَ خَرَّ عِنْدَ رُكْبَتَيْ يَسُوعَ قَائِلًا: «ٱخْرُجْ مِنْ سَفِينَتِي يَارَبُّ، لِأَنِّي رَجُلٌ خَاطِئٌ!». ٨ 8
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
إِذِ ٱعْتَرَتْهُ وَجمِيعَ ٱلَّذِينَ مَعَهُ دَهْشَةٌ عَلَى صَيْدِ ٱلسَّمَكِ ٱلَّذِي أَخَذُوهُ. ٩ 9
କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
وَكَذَلِكَ أَيْضًا يَعْقُوبُ وَيُوحَنَّا ٱبْنَا زَبَدِي ٱللَّذَانِ كَانَا شَرِيكَيْ سِمْعَانَ. فَقَالَ يَسُوعُ لِسِمْعَانَ: «لَاتَخَفْ! مِنَ ٱلْآنَ تَكُونُ تَصْطَادُ ٱلنَّاسَ!». ١٠ 10
ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”
وَلَمَّا جَاءُوا بِٱلسَّفِينَتَيْنِ إِلَى ٱلْبَرِّ تَرَكُوا كُلَّ شَيْءٍ وَتَبِعُوهُ. ١١ 11
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
وَكَانَ فِي إِحْدَى ٱلْمُدُنِ، فَإِذَا رَجُلٌ مَمْلُوءٌ بَرَصًا. فَلَمَّا رَأَى يَسُوعَ خَرَّ عَلَى وَجْهِهِ وَطَلَبَ إِلَيْهِ قَائِلًا: «يَا سَيِّدُ، إِنْ أَرَدْتَ تَقْدِرْ أَنْ تُطَهِّرَنِي». ١٢ 12
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
فَمَدَّ يَدَهُ وَلَمَسَهُ قَائِلًا: «أُرِيدُ، فَٱطْهُرْ!». وَلِلْوَقْتِ ذَهَبَ عَنْهُ ٱلْبَرَصُ. ١٣ 13
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।
فَأَوْصَاهُ أَنْ لَا يَقُولَ لِأَحَدٍ. بَلِ «ٱمْضِ وَأَرِ نَفْسَكَ لِلْكَاهِنِ، وَقَدِّمْ عَنْ تَطْهِيرِكَ كَمَا أَمَرَ مُوسَى شَهَادَةً لَهُمْ». ١٤ 14
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”
فَذَاعَ ٱلْخَبَرُ عَنْهُ أَكْثَرَ. فَٱجْتَمَعَ جُمُوعٌ كَثِيرَةٌ لِكَيْ يَسْمَعُوا وَيُشْفَوْا بِهِ مِنْ أَمْرَاضِهِمْ. ١٥ 15
କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
وَأَمَّا هُوَ فَكَانَ يَعْتَزِلُ فِي ٱلْبَرَارِي وَيُصَلِّي. ١٦ 16
ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।
وَفِي أَحَدِ ٱلْأَيَّامِ كَانَ يُعَلِّمُ، وَكَانَ فَرِّيسِيُّونَ وَمُعَلِّمُونَ لِلنَّامُوسِ جَالِسِينَ وَهُمْ قَدْ أَتَوْا مِنْ كُلِّ قَرْيَةٍ مِنَ ٱلْجَلِيلِ وَٱلْيَهُودِيَّةِ وَأُورُشَلِيمَ. وَكَانَتْ قُوَّةُ ٱلرَّبِّ لِشِفَائِهِمْ. ١٧ 17
ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।
وَإِذَا بِرِجَالٍ يَحْمِلُونَ عَلَى فِرَاشٍ إِنْسَانًا مَفْلُوجًا، وَكَانُوا يَطْلُبُونَ أَنْ يَدْخُلُوا بِهِ وَيَضَعُوهُ أَمَامَهُ. ١٨ 18
ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।
وَلَمَّا لَمْ يَجِدُوا مِنْ أَيْنَ يَدْخُلُونَ بِهِ لِسَبَبِ ٱلْجَمْعِ، صَعِدُوا عَلَى ٱلسَّطْحِ وَدَلَّوْهُ مَعَ ٱلْفِرَاشِ مِنْ بَيْنِ ٱلْأَجُرِّ إِلَى ٱلْوَسْطِ قُدَّامَ يَسُوعَ. ١٩ 19
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
فَلَمَّا رَأَى إِيمَانَهُمْ قَالَ لَهُ: «أَيُّهَا ٱلْإِنْسَانُ، مَغْفُورَةٌ لَكَ خَطَايَاكَ». ٢٠ 20
ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”
فَٱبْتَدَأَ ٱلْكَتَبَةُ وَٱلْفَرِّيسِيُّونَ يُفَكِّرُونَ قَائِلِينَ «مَنْ هَذَا ٱلَّذِي يَتَكَلَّمُ بِتَجَادِيفَ؟ مَنْ يَقْدِرُ أَنْ يَغْفِرَ خَطَايَا إِلَّا ٱللهُ وَحْدَهُ؟». ٢١ 21
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
فَشَعَرَ يَسُوعُ بِأَفْكَارِهِمْ، وَأَجَابَ وَقَالَ لَهُمْ: «مَاذَا تُفَكِّرُونَ فِي قُلُوبِكُمْ؟ ٢٢ 22
କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
أَيُّمَا أَيْسَرُ: أَنْ يُقَالَ: مَغْفُورَةٌ لَكَ خَطَايَاكَ، أَمْ أَنْ يُقَالَ: قُمْ وَٱمْشِ؟ ٢٣ 23
କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’
وَلَكِنْ لِكَيْ تَعْلَمُوا أَنَّ لِٱبْنِ ٱلْإِنْسَانِ سُلْطَانًا عَلَى ٱلْأَرْضِ أَنْ يَغْفِرَ ٱلْخَطَايَا»، قَالَ لِلْمَفْلُوجِ: «لَكَ أَقُولُ: قُمْ وَٱحْمِلْ فِرَاشَكَ وَٱذْهَبْ إِلَى بَيْتِكَ!». ٢٤ 24
କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।”
فَفِي ٱلْحَالِ قَامَ أَمَامَهُمْ، وَحَمَلَ مَا كَانَ مُضْطَجِعًا عَلَيْهِ، وَمَضَى إِلَى بَيْتِهِ وَهُوَ يُمَجِّدُ ٱللهَ. ٢٥ 25
ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
فَأَخَذَتِ ٱلْجَمِيعَ حَيْرَةٌ وَمَجَّدُوا ٱللهَ، وَٱمْتَلَأُوا خَوْفًا قَائِلِينَ: «إِنَّنَا قَدْ رَأَيْنَا ٱلْيَوْمَ عَجَائِبَ!». ٢٦ 26
ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
وَبَعْدَ هَذَا خَرَجَ فَنَظَرَ عَشَّارًا ٱسْمُهُ لَاوِي جَالِسًا عِنْدَ مَكَانِ ٱلْجِبَايَةِ، فَقَالَ لَهُ: «ٱتْبَعْنِي». ٢٧ 27
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
فَتَرَكَ كُلَّ شَيْءٍ وَقَامَ وَتَبِعَهُ. ٢٨ 28
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ।
وَصَنَعَ لَهُ لَاوِي ضِيَافَةً كَبِيرَةً فِي بَيْتِهِ. وَٱلَّذِينَ كَانُوا مُتَّكِئِينَ مَعَهُمْ كَانُوا جَمْعًا كَثِيرًا مِنْ عَشَّارِينَ وَآخَرِينَ. ٢٩ 29
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।
فَتَذَمَّرَ كَتَبَتُهُمْ وَٱلْفَرِّيسِيُّونَ عَلَى تَلَامِيذِهِ قَائِلِينَ: «لِمَاذَا تَأْكُلُونَ وَتَشْرَبُونَ مَعَ عَشَّارِينَ وَخُطَاةٍ؟». ٣٠ 30
ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?
فَأَجَابَ يَسُوعُ وَقَالَ لَهُمْ: «لَا يَحْتَاجُ ٱلْأَصِحَّاءُ إِلَى طَبِيبٍ، بَلِ ٱلْمَرْضَى. ٣١ 31
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।
لَمْ آتِ لِأَدْعُوَ أَبْرَارًا بَلْ خُطَاةً إِلَى ٱلتَّوْبَةِ». ٣٢ 32
ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
وَقَالُوا لَهُ: «لِمَاذَا يَصُومُ تَلَامِيذُ يُوحَنَّا كَثِيرًا وَيُقَدِّمُونَ طَلَبَاتٍ، وَكَذَلِكَ تَلَامِيذُ ٱلْفَرِّيسِيِّينَ أَيْضًا، وَأَمَّا تَلَامِيذُكَ فَيَأْكُلُونَ وَيَشْرَبُونَ؟». ٣٣ 33
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି।
فَقَالَ لَهُمْ: «أَتَقْدِرُونَ أَنْ تَجْعَلُوا بَنِي ٱلْعُرْسِ يَصُومُونَ مَا دَامَ ٱلْعَرِيسُ مَعَهُمْ؟ ٣٤ 34
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର?
وَلَكِنْ سَتَأْتِي أَيَّامٌ حِينَ يُرْفَعُ ٱلْعَرِيسُ عَنْهُمْ، فَحِينَئِذٍ يَصُومُونَ فِي تِلْكَ ٱلْأَيَّامِ». ٣٥ 35
କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।”
وَقَالَ لَهُمْ أَيْضًا مَثَلًا: «لَيْسَ أَحَدٌ يَضَعُ رُقْعَةً مِنْ ثَوْبٍ جَدِيدٍ عَلَى ثَوْبٍ عَتِيقٍ، وَإِلَّا فَٱلْجَدِيدُ يَشُقُّهُ، وَٱلْعَتِيقُ لَا تُوافِقُهُ ٱلرُّقْعَةُ ٱلَّتِي مِنَ ٱلْجَدِيدِ. ٣٦ 36
ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।
وَلَيْسَ أَحَدٌ يَجْعَلُ خَمْرًا جَدِيدَةً فِي زِقَاقٍ عَتِيقَةٍ لِئَلَّا تَشُقَّ ٱلْخَمْرُ ٱلْجَدِيدَةُ ٱلزِّقَاقَ، فَهِيَ تُهْرَقُ وَٱلزِّقَاقُ تَتْلَفُ. ٣٧ 37
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।
بَلْ يَجْعَلُونَ خَمْرًا جَدِيدَةً فِي زِقَاقٍ جَدِيدَةٍ، فَتُحْفَظُ جَمِيعًا. ٣٨ 38
କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।
وَلَيْسَ أَحَدٌ إِذَا شَرِبَ ٱلْعَتِيقَ يُرِيدُ لِلْوَقْتِ ٱلْجَدِيدَ، لِأَنَّهُ يَقُولُ: ٱلْعَتِيقُ أَطْيَبُ». ٣٩ 39
ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”

< لُوقا 5 >