< مَرْقُس 10 >

وَقَامَ مِنْ هُنَاكَ وَجَاءَ إِلَى تُخُومِ ٱلْيَهُودِيَّةِ مِنْ عَبْرِ ٱلْأُرْدُنِّ. فَٱجْتَمَعَ إِلَيْهِ جُمُوعٌ أَيْضًا، وَكَعَادَتِهِ كَانَ أَيْضًا يُعَلِّمُهُمْ. ١ 1
ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦିୟା ପ୍ରଦେଶର ସୀମା ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ।
فَتَقَدَّمَ ٱلْفَرِّيسِيُّونَ وَسَأَلُوهُ: «هَلْ يَحِلُّ لِلرَّجُلِ أَنْ يُطَلِّقَ ٱمْرَأَتَهُ؟». لِيُجَرِّبُوهُ. ٢ 2
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
فَأَجَابَ وَقَالَ لَهُمْ: «بِمَاذَا أَوْصَاكُمْ مُوسَى؟». ٣ 3
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”
فَقَالُوا: «مُوسَى أَذِنَ أَنْ يُكْتَبَ كِتَابُ طَلَاقٍ، فَتُطَلَّقُ». ٤ 4
ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।
فَأَجَابَ يَسُوعُ وَقَالَ لَهُمْ: «مِنْ أَجْلِ قَسَاوَةِ قُلُوبِكُمْ كَتَبَ لَكُمْ هَذِهِ ٱلْوَصِيَّةَ، ٥ 5
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି।
وَلَكِنْ مِنْ بَدْءِ ٱلْخَلِيقَةِ، ذَكَرًا وَأُنْثَى خَلَقَهُمَا ٱللهُ. ٦ 6
କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
مِنْ أَجْلِ هَذَا يَتْرُكُ ٱلرَّجُلُ أَبَاهُ وَأُمَّهُ وَيَلْتَصِقُ بِٱمْرَأَتِهِ، ٧ 7
ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ।
وَيَكُونُ ٱلِٱثْنَانِ جَسَدًا وَاحِدًا. إِذًا لَيْسَا بَعْدُ ٱثْنَيْنِ بَلْ جَسَدٌ وَاحِدٌ. ٨ 8
ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।
فَٱلَّذِي جَمَعَهُ ٱللهُ لَا يُفَرِّقْهُ إِنْسَانٌ». ٩ 9
ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”
ثُمَّ فِي ٱلْبَيْتِ سَأَلَهُ تَلَامِيذُهُ أَيْضًا عَنْ ذَلِكَ، ١٠ 10
ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।
فَقَالَ لَهُمْ: «مَنْ طَلَّقَ ٱمْرَأَتَهُ وَتَزَوَّجَ بِأُخْرَى يَزْنِي عَلَيْهَا. ١١ 11
ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;
وَإِنْ طَلَّقَتِ ٱمْرَأَةٌ زَوْجَهَا وَتَزَوَّجَتْ بِآخَرَ تَزْنِي». ١٢ 12
ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”
وَقَدَّمُوا إِلَيْهِ أَوْلَادًا لِكَيْ يَلْمِسَهُمْ. وَأَمَّا ٱلتَّلَامِيذُ فَٱنْتَهَرُوا ٱلَّذِينَ قَدَّمُوهُمْ. ١٣ 13
ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।
فَلَمَّا رَأَى يَسُوعُ ذَلِكَ ٱغْتَاظَ وَقَالَ لَهُمْ: «دَعُوا ٱلْأَوْلَادَ يَأْتُونَ إِلَيَّ وَلَا تَمْنَعُوهُمْ، لِأَنَّ لِمِثْلِ هَؤُلَاءِ مَلَكُوتَ ٱللهِ. ١٤ 14
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
اَلْحَقَّ أَقُولُ لَكُمْ: مَنْ لَا يَقْبَلُ مَلَكُوتَ ٱللهِ مِثْلَ وَلَدٍ فَلَنْ يَدْخُلَهُ». ١٥ 15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
فَٱحْتَضَنَهُمْ وَوَضَعَ يَدَيْهِ عَلَيْهِمْ وَبَارَكَهُمْ. ١٦ 16
ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।
وَفِيمَا هُوَ خَارِجٌ إِلَى ٱلطَّرِيقِ، رَكَضَ وَاحِدٌ وَجَثَا لَهُ وَسَأَلَهُ: «أَيُّهَا ٱلْمُعَلِّمُ ٱلصَّالِحُ، مَاذَا أَعْمَلُ لِأَرِثَ ٱلْحَيَاةَ ٱلْأَبَدِيَّةَ؟». (aiōnios g166) ١٧ 17
ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? (aiōnios g166)
فَقَالَ لَهُ يَسُوعُ: «لِمَاذَا تَدْعُونِي صَالِحًا؟ لَيْسَ أَحَدٌ صَالِحًا إِلَّا وَاحِدٌ وَهُوَ ٱللهُ. ١٨ 18
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ।
أَنْتَ تَعْرِفُ ٱلْوَصَايَا: لَا تَزْنِ. لَا تَقْتُلْ. لَا تَسْرِقْ. لَا تَشْهَدْ بِٱلزُّورِ. لَا تَسْلُبْ. أَكْرِمْ أَبَاكَ وَأُمَّكَ». ١٩ 19
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”
فَأَجَابَ وَقَالَ لَهُ: «يَا مُعَلِّمُ، هَذِهِ كُلُّهَا حَفِظْتُهَا مُنْذُ حَدَاثَتِي». ٢٠ 20
ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
فَنَظَرَ إِلَيْهِ يَسُوعُ وَأَحَبَّهُ، وَقَالَ لَهُ: «يُعْوِزُكَ شَيْءٌ وَاحِدٌ: اِذْهَبْ بِعْ كُلَّ مَا لَكَ وَأَعْطِ ٱلْفُقَرَاءَ، فَيَكُونَ لَكَ كَنْزٌ فِي ٱلسَّمَاءِ، وَتَعَالَ ٱتْبَعْنِي حَامِلًا ٱلصَّلِيبَ». ٢١ 21
ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
فَٱغْتَمَّ عَلَى ٱلْقَوْلِ وَمَضَى حَزِينًا، لِأَنَّهُ كَانَ ذَا أَمْوَالٍ كَثِيرَةٍ. ٢٢ 22
କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା।
فَنَظَرَ يَسُوعُ حَوْلَهُ وَقَالَ لِتَلَامِيذِهِ: «مَا أَعْسَرَ دُخُولَ ذَوِي ٱلْأَمْوَالِ إِلَى مَلَكُوتِ ٱللهِ!». ٢٣ 23
ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!”
فَتَحَيَّرَ ٱلتَّلَامِيذُ مِنْ كَلَامِهِ. فَأَجَابَ يَسُوعُ أَيْضًا وَقَالَ لَهُمْ: «يَا بَنِيَّ، مَا أَعْسَرَ دُخُولَ ٱلْمُتَّكِلِينَ عَلَى ٱلْأَمْوَالِ إِلَى مَلَكُوتِ ٱللهِ! ٢٤ 24
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
مُرُورُ جَمَلٍ مِنْ ثَقْبِ إِبْرَةٍ أَيْسَرُ مِنْ أَنْ يَدْخُلَ غَنِيٌّ إِلَى مَلَكُوتِ ٱللهِ». ٢٥ 25
ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”
فَبُهِتُوا إِلَى ٱلْغَايَةِ قَائِلِينَ بَعْضُهُمْ لِبَعْضٍ: «فَمَنْ يَسْتَطِيعُ أَنْ يَخْلُصَ؟». ٢٦ 26
ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
فَنَظَرَ إِلَيْهِمْ يَسُوعُ وَقَالَ: «عِنْدَ ٱلنَّاسِ غَيْرُ مُسْتَطَاعٍ، وَلَكِنْ لَيْسَ عِنْدَ ٱللهِ، لِأَنَّ كُلَّ شَيْءٍ مُسْتَطَاعٌ عِنْدَ ٱللهِ». ٢٧ 27
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”
وَٱبْتَدَأَ بُطْرُسُ يَقُولُ لَهُ: «هَا نَحْنُ قَدْ تَرَكْنَا كُلَّ شَيْءٍ وَتَبِعْنَاكَ». ٢٨ 28
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।
فَأَجَابَ يَسُوعُ وَقَالَ: «ٱلْحَقَّ أَقُولُ لَكُمْ: لَيْسَ أَحَدٌ تَرَكَ بَيْتًا أَوْ إِخْوَةً أَوْ أَخَوَاتٍ أَوْ أَبًا أَوْ أُمًّا أَوِ ٱمْرَأَةً أَوْ أَوْلَادًا أَوْ حُقُولًا، لِأَجْلِي وَلِأَجْلِ ٱلْإِنْجِيلِ، ٢٩ 29
ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,
إِلَّا وَيَأْخُذُ مِئَةَ ضِعْفٍ ٱلْآنَ فِي هَذَا ٱلزَّمَانِ، بُيُوتًا وَإِخْوَةً وَأَخَوَاتٍ وَأُمَّهَاتٍ وَأَوْلَادًا وَحُقُولًا، مَعَ ٱضْطِهَادَاتٍ، وَفِي ٱلدَّهْرِ ٱلْآتِي ٱلْحَيَاةَ ٱلْأَبَدِيَّةَ. (aiōn g165, aiōnios g166) ٣٠ 30
ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। (aiōn g165, aiōnios g166)
وَلَكِنْ كَثِيرُونَ أَوَّلُونَ يَكُونُونَ آخِرِينَ، وَٱلْآخِرُونَ أَوَّلِينَ». ٣١ 31
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
وَكَانُوا فِي ٱلطَّرِيقِ صَاعِدِينَ إِلَى أُورُشَلِيمَ وَيَتَقَدَّمُهُمْ يَسُوعُ، وَكَانُوا يَتَحَيَّرُونَ. وَفِيمَا هُمْ يَتْبَعُونَ كَانُوا يَخَافُونَ. فَأَخَذَ ٱلِٱثْنَيْ عَشَرَ أَيْضًا وَٱبْتَدَأَ يَقُولُ لَهُمْ عَمَّا سَيَحْدُثُ لَهُ: ٣٢ 32
ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।
«هَا نَحْنُ صَاعِدُونَ إِلَى أُورُشَلِيمَ، وَٱبْنُ ٱلْإِنْسَانِ يُسَلَّمُ إِلَى رُؤَسَاءِ ٱلْكَهَنَةِ وَٱلْكَتَبَةِ، فَيَحْكُمُونَ عَلَيْهِ بِٱلْمَوْتِ، وَيُسَلِّمُونَهُ إِلَى ٱلْأُمَمِ، ٣٣ 33
ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
فَيَهْزَأُونَ بِهِ وَيَجْلِدُونَهُ وَيَتْفُلُونَ عَلَيْهِ وَيَقْتُلُونَهُ، وَفِي ٱلْيَوْمِ ٱلثَّالِثِ يَقُومُ». ٣٤ 34
ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”
وَتَقَدَّمَ إِلَيْهِ يَعْقُوبُ وَيُوحَنَّا ٱبْنَا زَبْدِي قَائِلَيْنِ: «يَا مُعَلِّمُ، نُرِيدُ أَنْ تَفْعَلَ لَنَا كُلَّ مَا طَلَبْنَا». ٣٥ 35
ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।
فَقَالَ لَهُمَا: «مَاذَا تُرِيدَانِ أَنْ أَفْعَلَ لَكُمَا؟». ٣٦ 36
ତହୁଁ ସେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
فَقَالَا لَهُ: «أَعْطِنَا أَنْ نَجْلِسَ وَاحِدٌ عَنْ يَمِينِكَ وَٱلْآخَرُ عَنْ يَسَارِكَ فِي مَجْدِكَ». ٣٧ 37
ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ।
فَقَالَ لَهُمَا يَسُوعُ: «لَسْتُمَا تَعْلَمَانِ مَا تَطْلُبَانِ. أَتَسْتَطِيعَانِ أَنْ تَشْرَبَا ٱلْكَأْسَ ٱلَّتِي أَشْرَبُهَا أَنَا، وَأَنْ تَصْطَبِغَا بِٱلصِّبْغَةِ ٱلَّتِي أَصْطَبغُ بِهَا أَنَا؟» ٣٨ 38
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?”
فَقَالَا لَهُ: «نَسْتَطِيعُ». فَقَالَ لَهُمَا يَسُوعُ: «أَمَّا ٱلْكَأْسُ ٱلَّتِي أَشْرَبُهَا أَنَا فَتَشْرَبَانِهَا، وَبَالصِّبْغَةِ ٱلَّتِي أَصْطَبِغُ بِهَا أَنَا تَصْطَبِغَانِ. ٣٩ 39
ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
وَأَمَّا ٱلْجُلُوسُ عَنْ يَمِينِي وَعَنْ يَسَارِي فَلَيْسَ لِي أَنْ أُعْطِيَهُ إِلَّا لِلَّذِينَ أُعِدَّ لَهُمْ». ٤٠ 40
କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
وَلَمَّا سَمِعَ ٱلْعَشَرَةُ ٱبْتَدَأُوا يَغْتَاظُونَ مِنْ أَجْلِ يَعْقُوبَ وَيُوحَنَّا. ٤١ 41
ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ।
فَدَعَاهُمْ يَسُوعُ وَقَالَ لَهُمْ: «أَنْتُمْ تَعْلَمُونَ أَنَّ ٱلَّذِينَ يُحْسَبُونَ رُؤَسَاءَ ٱلْأُمَمِ يَسُودُونَهُمْ، وَأَنَّ عُظَمَاءَهُمْ يَتَسَلَّطُونَ عَلَيْهِمْ. ٤٢ 42
ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
فَلَا يَكُونُ هَكَذَا فِيكُمْ. بَلْ مَنْ أَرَادَ أَنْ يَصِيرَ فِيكُمْ عَظِيمًا، يَكُونُ لَكُمْ خَادِمًا، ٤٣ 43
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
وَمَنْ أَرَادَ أَنْ يَصِيرَ فِيكُمْ أَوَّلًا، يَكُونُ لِلْجَمِيعِ عَبْدًا. ٤٤ 44
ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।
لِأَنَّ ٱبْنَ ٱلْإِنْسَانِ أَيْضًا لَمْ يَأْتِ لِيُخْدَمَ بَلْ لِيَخْدِمَ وَلِيَبْذِلَ نَفْسَهُ فِدْيَةً عَنْ كَثِيرِينَ». ٤٥ 45
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”
وَجَاءُوا إِلَى أَرِيحَا. وَفِيمَا هُوَ خَارِجٌ مِنْ أَرِيحَا مَعَ تَلَامِيذِهِ وَجَمْعٍ غَفِيرٍ، كَانَ بَارْتِيمَاوُسُ ٱلْأَعْمَى ٱبْنُ تِيمَاوُسَ جَالِسًا عَلَى ٱلطَّرِيقِ يَسْتَعْطِي. ٤٦ 46
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।
فَلَمَّا سَمِعَ أَنَّهُ يَسُوعُ ٱلنَّاصِرِيُّ، ٱبْتَدَأَ يَصْرُخُ وَيَقُولُ: «يَا يَسُوعُ ٱبْنَ دَاوُدَ، ٱرْحَمْنِي!» ٤٧ 47
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ।
فَٱنْتَهَرَهُ كَثِيرُونَ لِيَسْكُتَ، فَصَرَخَ أَكْثَرَ كَثِيرًا: «يَا ٱبْنَ دَاوُدَ، ٱرْحَمْنِي!». ٤٨ 48
ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
فَوَقَفَ يَسُوعُ وَأَمَرَ أَنْ يُنَادَى. فَنَادَوْا ٱلْأَعْمَى قَائِلِينَ لَهُ: «ثِقْ! قُمْ! هُوَذَا يُنَادِيكَ». ٤٩ 49
ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି।
فَطَرَحَ رِدَاءَهُ وَقَامَ وَجَاءَ إِلَى يَسُوعَ. ٥٠ 50
ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା।
فَأَجَابَ يَسُوعُ وَقَالَ لَهُ: «مَاذَا تُرِيدُ أَنْ أَفْعَلَ بِكَ؟» فَقَالَ لَهُ ٱلْأَعْمَى: «يَا سَيِّدِي، أَنْ أُبْصِرَ!». ٥١ 51
ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।
فَقَالَ لَهُ يَسُوعُ: «ٱذْهَبْ. إِيمَانُكَ قَدْ شَفَاكَ». فَلِلْوَقْتِ أَبْصَرَ، وَتَبِعَ يَسُوعَ فِي ٱلطَّرِيقِ. ٥٢ 52
ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍‌କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।

< مَرْقُس 10 >