< اَلْمَزَامِيرُ 72 >

لِسُلَيْمَانَ اَللَّهُمَّ، أَعْطِ أَحْكَامَكَ لِلْمَلِكِ، وَبِرَّكَ لِٱبْنِ ٱلْمَلِكِ. ١ 1
ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
يَدِينُ شَعْبَكَ بِٱلْعَدْلِ، وَمَسَاكِينَكَ بِٱلْحَقِّ. ٢ 2
ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
تَحْمِلُ ٱلْجِبَالُ سَلَامًا لِلشَّعْبِ، وَٱلْآكَامُ بِٱلْبِرِّ. ٣ 3
ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
يَقْضِي لِمَسَاكِينِ ٱلشَّعْبِ. يُخَلِّصُ بَنِي ٱلْبَائِسِينَ، وَيَسْحَقُ ٱلظَّالِمَ. ٤ 4
ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
يَخْشَوْنَكَ مَا دَامَتِ ٱلشَّمْسُ، وَقُدَّامَ ٱلْقَمَرِ إِلَى دَوْرٍ فَدَوْرٍ. ٥ 5
ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
يَنْزِلُ مِثْلَ ٱلْمَطَرِ عَلَى ٱلْجُزَازِ، وَمِثْلَ ٱلْغُيُوثِ ٱلذَّارِفَةِ عَلَى ٱلْأَرْضِ. ٦ 6
କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
يُشْرِقُ فِي أَيَّامِهِ ٱلصِّدِّيقُ، وَكَثْرَةُ ٱلسَّلَامِ إِلَى أَنْ يَضْمَحِلَّ ٱلْقَمَرُ. ٧ 7
ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
وَيَمْلِكُ مِنَ ٱلْبَحْرِ إِلَى ٱلْبَحْرِ، وَمِنَ ٱلنَّهْرِ إِلَى أَقَاصِي ٱلْأَرْضِ. ٨ 8
ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
أَمَامَهُ تَجْثُو أَهْلُ ٱلْبَرِّيَّةِ، وَأَعْدَاؤُهُ يَلْحَسُونَ ٱلتُّرَابَ. ٩ 9
ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
مُلُوكُ تَرْشِيشَ وَٱلْجَزَائِرِ يُرْسِلُونَ تَقْدِمَةً. مُلُوكُ شَبَا وَسَبَإٍ يُقَدِّمُونَ هَدِيَّةً. ١٠ 10
ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
وَيَسْجُدُ لَهُ كُلُّ ٱلْمُلُوكِ. كُلُّ ٱلْأُمَمِ تَتَعَبَّدُ لَهُ. ١١ 11
ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
لِأَنَّهُ يُنَجِّي ٱلْفَقِيرَ ٱلْمُسْتَغِيثَ، وَٱلْمِسْكِينَ إِذْ لَا مُعِينَ لَهُ. ١٢ 12
କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
يُشْفِقُ عَلَى ٱلْمِسْكِينِ وَٱلْبَائِسِ، وَيُخَلِّصُ أَنْفُسَ ٱلْفُقَرَاءِ. ١٣ 13
ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
مِنَ ٱلظُّلْمِ وَٱلْخَطْفِ يَفْدِي أَنْفُسَهُمْ، وَيُكْرَمُ دَمُهُمْ فِي عَيْنَيْهِ. ١٤ 14
ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
وَيَعِيشُ وَيُعْطِيهِ مِنْ ذَهَبِ شَبَا. وَيُصَلِّي لِأَجْلِهِ دَائِمًا. ٱلْيَوْمَ كُلَّهُ يُبَارِكُهُ. ١٥ 15
ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
تَكُونُ حُفْنَةُ بُرٍّ فِي ٱلْأَرْضِ فِي رُؤُوسِ ٱلْجِبَالِ. تَتَمَايَلُ مِثْلَ لُبْنَانَ ثَمَرَتُهَا، وَيُزْهِرُونَ مِنَ ٱلْمَدِينَةِ مِثْلَ عُشْبِ ٱلْأَرْضِ. ١٦ 16
ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
يَكُونُ ٱسْمُهُ إِلَى ٱلدَّهْرِ. قُدَّامَ ٱلشَّمْسِ يَمْتَدُّ ٱسْمُهُ، وَيَتَبَارَكُونَ بِهِ. كُلُّ أُمَمِ ٱلْأَرْضِ يُطَوِّبُونَهُ. ١٧ 17
ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
مُبَارَكٌ ٱلرَّبُّ ٱللهُ إِلَهُ إِسْرَائِيلَ، ٱلصَّانِعُ ٱلْعَجَائِبَ وَحْدَهُ. ١٨ 18
ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;
وَمُبَارَكٌ ٱسْمُ مَجْدِهِ إِلَى ٱلدَّهْرِ، وَلْتَمْتَلِئِ ٱلْأَرْضُ كُلُّهَا مِنْ مَجْدِهِ. آمِينَ ثُمَّ آمِينَ. ١٩ 19
ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।
تَمَّتْ صَلَوَاتُ دَاوُدَ بْنِ يَسَّى ٢٠ 20
ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।

< اَلْمَزَامِيرُ 72 >