< رُؤيا 5 >

وَرَأَيْتُ عَلَى يَمِينِ ٱلْجَالِسِ عَلَى ٱلْعَرْشِ سِفْرًا مَكْتُوبًا مِنْ دَاخِلٍ وَمِنْ وَرَاءٍ، مَخْتُومًا بِسَبْعَةِ خُتُومٍ. ١ 1
ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।
وَرَأَيْتُ مَلَاكًا قَوِيًّا يُنَادِي بِصَوْتٍ عَظِيمٍ: «مَنْ هُوَ مُسْتَحِقٌّ أَنْ يَفْتَحَ ٱلسِّفْرَ وَيَفُكَّ خُتُومَهُ؟». ٢ 2
ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
فَلَمْ يَسْتَطِعْ أَحَدٌ فِي ٱلسَّمَاءِ وَلَا عَلَى ٱلْأَرْضِ وَلَا تَحْتَ ٱلْأَرْضِ أَنْ يَفْتَحَ ٱلسِّفْرَ وَلَا أَنْ يَنْظُرَ إِلَيْهِ. ٣ 3
କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।
فَصِرْتُ أَنَا أَبْكِي كَثِيرًا، لِأَنَّهُ لَمْ يُوجَدْ أَحَدٌ مُسْتَحِقًّا أَنْ يَفْتَحَ ٱلسِّفْرَ وَيَقْرَأَهُ وَلَا أَنْ يَنْظُرَ إِلَيْهِ. ٤ 4
ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।
فَقَالَ لِي وَاحِدٌ مِنَ ٱلشُّيُوخِ: «لَا تَبْكِ. هُوَذَا قَدْ غَلَبَ ٱلْأَسَدُ ٱلَّذِي مِنْ سِبْطِ يَهُوذَا، أَصْلُ دَاوُدَ، لِيَفْتَحَ ٱلسِّفْرَ وَيَفُكَّ خُتُومَهُ ٱلسَّبْعَةَ». ٥ 5
ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
وَرَأَيْتُ فَإِذَا فِي وَسَطِ ٱلْعَرْشِ وَٱلْحَيَوَانَاتِ ٱلْأَرْبَعَةِ وَفِي وَسَطِ ٱلشُّيُوخِ خَرُوفٌ قَائِمٌ كَأَنَّهُ مَذْبُوحٌ، لَهُ سَبْعَةُ قُرُونٍ وَسَبْعُ أَعْيُنٍ، هِيَ سَبْعَةُ أَرْوَاحِ ٱللهِ ٱلْمُرْسَلَةُ إِلَى كُلِّ ٱلْأَرْضِ. ٦ 6
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।
فَأَتَى وَأَخَذَ ٱلسِّفْرَ مِنْ يَمِينِ ٱلْجَالِسِ عَلَى ٱلْعَرْشِ. ٧ 7
ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।
وَلَمَّا أَخَذَ ٱلسِّفْرَ خَرَّتِ ٱلْأَرْبَعَةُ ٱلْحَيَوَانَاتُ وَٱلْأَرْبَعَةُ وَٱلْعِشْرُونَ شَيْخًا أَمَامَ ٱلْخَروفِ، وَلَهُمْ كُلِّ وَاحِدٍ قِيثَارَاتٌ وَجَامَاتٌ مِنْ ذَهَبٍ مَمْلُوَّةٌ بَخُورًا هِيَ صَلَوَاتُ ٱلْقِدِّيسِينَ. ٨ 8
ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
وَهُمْ يَتَرَنَّمُونَ تَرْنِيمَةً جَدِيدَةً قَائِلِينَ: «مُسْتَحِقٌّ أَنْتَ أَنْ تَأْخُذَ ٱلسِّفْرَ وَتَفْتَحَ خُتُومَهُ، لِأَنَّكَ ذُبِحْتَ وَٱشْتَرَيْتَنَا لِلهِ بِدَمِكَ مِنْ كُلِّ قَبِيلَةٍ وَلِسَانٍ وَشَعْبٍ وَأُمَّةٍ، ٩ 9
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
وَجَعَلْتَنَا لِإِلَهِنَا مُلُوكًا وَكَهَنَةً، فَسَنَمْلِكُ عَلَى ٱلْأَرْضِ». ١٠ 10
ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”
وَنَظَرْتُ وَسَمِعْتُ صَوْتَ مَلَائِكَةٍ كَثِيرِينَ حَوْلَ ٱلْعَرْشِ وَٱلْحَيَوَانَاتِ وَٱلشُّيُوخِ، وَكَانَ عَدَدُهُمْ رَبَوَاتِ رَبَوَاتٍ وَأُلُوفَ أُلُوفٍ، ١١ 11
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।
قَائِلِينَ بِصَوْتٍ عَظِيمٍ: «مُسْتَحِقٌّ هُوَ ٱلْخَروُفُ ٱلْمَذْبُوحُ أَنْ يَأْخُذَ ٱلْقُدْرَةَ وَٱلْغِنَى وَٱلْحِكْمَةَ وَٱلْقُوَّةَ وَٱلْكَرَامَةَ وَٱلْمَجْدَ وَٱلْبَرَكَةَ!». ١٢ 12
ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”
وَكُلُّ خَلِيقَةٍ مِمَّا فِي ٱلسَّمَاءِ وَعَلَى ٱلْأَرْضِ وَتَحْتَ ٱلْأَرْضِ، وَمَا عَلَى ٱلْبَحْرِ، كُلُّ مَا فِيهَا، سَمِعْتُهَا قَائِلَةً: «لِلْجَالِسِ عَلَى ٱلْعَرْشِ وَلِلْخَرُوفِ ٱلْبَرَكَةُ وَٱلْكَرَامَةُ وَٱلْمَجْدُ وَٱلسُّلْطَانُ إِلَى أَبَدِ ٱلْآبِدِينَ». (aiōn g165) ١٣ 13
ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।” (aiōn g165)
وَكَانَتِ ٱلْحَيَوَانَاتُ ٱلْأَرْبَعَةُ تَقُولُ: «آمِينَ». وَٱلشُّيُوخُ ٱلْأَرْبَعَةُ وَٱلْعِشْرُونَ خَرُّوا وَسَجَدُوا لِلْحَيِّ إِلَى أَبَدِ ٱلْآبِدِينَ. ١٤ 14
ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍‍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।

< رُؤيا 5 >