< ԵՐԿՐՈՐԴ ՊԵՏՐՈՍԻ 3 >

1 Սիրելինե՛ր, այս երկրորդ նամակն է որ կը գրեմ ձեզի: Երկուքին մէջ ալ՝ յիշեցնելով արթուն կը պահեմ ձեր անկեղծ միտքը,
ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
2 որպէսզի յիշէք սուրբ մարգարէներուն նախապէս ըսած խօսքերը, նաեւ մեր՝ այսինքն Տէրոջ ու Փրկիչին առաքեալներուն պատուէրը:
ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
3 Նախ սա՛ գիտցէք՝ թէ վերջին օրերը պիտի գան ծաղրողներ, որոնք պիտի ընթանան իրենց սեփական ցանկութիւններուն համաձայն
ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
4 եւ պիտի ըսեն. «Ո՞ւր է անոր գալուստին խոստումը, որովհետեւ հայրերուն ննջելէն ի վեր՝ ամէն բան կը մնայ ա՛յնպէս, ինչպէս որ էր արարչութեան սկիզբը»:
ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।
5 Քանի որ անոնք կ՚ուզեն սա՛ թաքուն պահել, թէ երկինք վաղուց կար Աստուծոյ խօսքով, ու երկիր միասին կանգուն էր՝ ջուրերէն եւ ջուրերուն մէջտեղ:
ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,
6 Անո՛վ կորսուեցաւ այն ատենուան աշխարհը՝ ջրհեղեղով:
ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;
7 Իսկ երկինքն ու երկիրը որ կան հիմա՝ պահեստի դրուած են նո՛յն խօսքով, վերապահուած կրակի համար՝ մինչեւ դատաստանին եւ ամբարիշտ մարդոց կորուստին օրը:
ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
8 Բայց, սիրելինե՛ր, սա՛ մէ՛կ բանը թող թաքուն չմնայ ձեզմէ, թէ Տէրոջ քով՝ մէկ օրը հազար տարուան պէս է, ու հազար տարին՝ մէկ օրուան պէս:
କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।
9 Տէրը չի յապաղիր իր խոստումը գործադրելու մէջ, ինչպէս ոմանք յապաղած կը համարեն, հապա՝ համբերատար է մեզի հանդէպ. որովհետեւ կը փափաքի որ ո՛չ մէկը կորսուի, հապա՝ բոլորը ընդունին ապաշխարութիւնը:
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
10 Սակայն Տէրոջ օրը պիտի գայ գողի պէս: Այդ ատեն երկինքը պիտի անցնի շառաչիւնով, տարրերը բռնկելով պիտի անջատուին, իսկ երկիրը եւ անոր մէջ եղող գործերը պիտի այրուին:
ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
11 Ուրեմն, քանի որ այս բոլոր բաները պիտի լուծուին, ինչպիսի՞ մարդիկ պէտք է ըլլաք՝ սուրբ վարքով ու բարեպաշտութեամբ,
ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
12 սպասելով եւ փութալով Աստուծոյ օրուան գալուստին, երբ հրավառ երկինքը պիտի լուծուի, ու տարրերը բռնկելով պիտի հալին:
ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।
13 Սակայն մենք՝ իր խոստումին համաձայն՝ կը սպասենք նոր երկինքի մը եւ նոր երկրի մը, որոնց մէջ արդարութի՛ւնը կը բնակի:
ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
14 Ուստի, սիրելինե՛ր, սպասելով ասոնց՝ փութացէ՛ք որ ան գտնէ ձեզ խաղաղութեան մէջ, անբիծ եւ անարատ.
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
15 փրկութի՛ւն համարեցէք մեր Տէրոջ համբերատարութիւնը, ինչպէս մեր սիրելի եղբայրը՝ Պօղոս ալ գրեց ձեզի, իրեն տրուած իմաստութեամբ:
ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।
16 Բոլոր նամակներուն մէջ ալ կը խօսի այս բաներուն մասին. անոնց մէջ կան քանի մը դժուարիմաց խօսքեր, որ տգէտներն ու անհաստատները կը խեղաթիւրեն՝ ինչպէս միւս Գիրքերն ալ՝ իրենց սեփական կորուստին համար:
ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।
17 Ուրեմն դո՛ւք, սիրելինե՛ր, կանխաւ գիտնալով այս բաները, զգուշացէ՛ք որ չիյնաք ձեր ամրութենէն՝ տարուած անօրէններուն մոլորութենէն:
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
18 Հապա աճեցէ՛ք շնորհքով, եւ մեր Տէրոջ ու Փրկիչին՝ Յիսուս Քրիստոսի գիտութեամբ: Անոր փա՜ռք թէ՛ հիմա, թէ՛ մինչեւ յաւիտենական օրը: Ամէն: (aiōn g165)
ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍। (aiōn g165)

< ԵՐԿՐՈՐԴ ՊԵՏՐՈՍԻ 3 >

The Great Flood
The Great Flood