< ԵՐԿՐՈՐԴ ԹԵՍԱՂՈՆԻԿԵՑԻՍ 1 >

1 Պօղոս, Սիղուանոս ու Տիմոթէոս, Թեսաղոնիկեցիներու եկեղեցիին՝ մեր Հայր Աստուծմով ու Տէր Յիսուս Քրիստոսով.
ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର;
2 շնորհք եւ խաղաղութիւն ձեզի Աստուծմէ՝ մեր Հօրմէն, ու Տէր Յիսուս Քրիստոսէ:
ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 Պարտական ենք ամէն ատեն Աստուծմէ շնորհակալ ըլլալ ձեզի համար, եղբայրնե՛ր, ինչպէս որ արժանավայել է. քանի որ ձեր հաւատքը շատ կ՚աճի, եւ ձեզմէ իւրաքանչիւրին սէրը կ՚աւելնայ իրարու հանդէպ:
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
4 Ուստի մենք ալ կը պարծենանք ձեզմով Աստուծոյ եկեղեցիներուն մէջ, ձեր համբերութեան ու հաւատքին համար՝ ձեր բոլոր հալածանքներուն եւ տառապանքներուն մէջ, որոնց կը հանդուրժէք:
ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
5 Ասիկա Աստուծոյ արդար դատաստանին ապացոյցն է՝ որպէսզի դուք արժանանաք Աստուծոյ թագաւորութեան, որուն համար կը չարչարուիք ալ:
ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
6 Քանի որ Աստուծոյ քով արդարութիւն է տառապանք հատուցանել ձեզ տառապեցնողներուն,
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
7 իսկ ձեզի՝ տառապանք կրողներուդ՝ անդորրութիւն մեզի հետ, երբ Տէր Յիսուս յայտնուի երկինքէն՝ իր հզօր հրեշտակներով,
ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
8 բոցավառ կրակով վրէժ առնելու անոնցմէ՝ որ չեն ճանչնար Աստուած, ու չեն հնազանդիր մեր Տէրոջ՝ Յիսուս Քրիստոսի աւետարանին:
ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
9 Անոնք պիտի պատժուին յաւիտենական աւերումով՝ վտարուելով Տէրոջ ներկայութենէն եւ անոր ոյժին փառքէն, (aiōnios g166)
ଅର୍ଥାତ୍‍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),
10 երբ ինք գայ փառաւորուելու իր սուրբերուն մէջ, ու այդ օրը սքանչացումի առարկայ ըլլալու բոլոր հաւատացեալներուն մէջ (որովհետեւ դուք հաւատացիք ձեր մէջ տրուած մեր վկայութեան):
ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ। (aiōnios g166)
11 Հետեւաբար ամէն ատեն կ՚աղօթենք ձեզի համար, որ մեր Աստուածը արժանացնէ ձեզ ձեր կոչումին, եւ զօրութեամբ իրագործէ իր բարութեան ամբողջ բարեհաճութիւնն ու հաւատքին գործը.
ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;
12 որպէսզի մեր Տէրոջ՝ Յիսուս Քրիստոսի անունը փառաւորուի ձեր մէջ, եւ դուք ալ անոր մէջ, մեր Աստուծոյն ու Տէր Յիսուս Քրիստոսի շնորհքին համաձայն:
ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।

< ԵՐԿՐՈՐԴ ԹԵՍԱՂՈՆԻԿԵՑԻՍ 1 >