< ԳՈՐԾՔ ԱՌԱՔԵԼՈՑ 9 >

1 Բայց Սօղոս տակաւին սպառնալիք եւ սպանութիւն կը փչէր Տէրոջ աշակերտներուն դէմ: Քահանայապետին քով գնաց
କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
2 ու նամակներ ուզեց անկէ՝ Դամասկոսի ժողովարանները տանելու, որպէսզի՝ եթէ գտնէ այդ ճամբային հետեւողներ՝ այր մարդիկ կամ կիներ, կապած բերէ Երուսաղէմ:
ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
3 Երբ կ՚երթար ու մօտեցաւ Դամասկոսի, յանկարծ երկինքէն լոյս մը փայլատակեց իր շուրջը,
ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।
4 եւ ինք գետին իյնալով՝ լսեց ձայն մը որ կ՚ըսէր իրեն. «Սաւո՛ւղ, Սաւո՛ւղ, ինչո՞ւ կը հալածես զիս»:
ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”
5 Ան ալ ըսաւ. «Դուն ո՞վ ես, Տէ՛ր»: Ու Տէրը ըսաւ. «Ես Յիսուսն եմ, որ դուն կը հալածես. տաժանելի է քեզի՝ աքացել խթանի դէմ»:
ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”
6 Ան ալ՝ դողալով եւ այլայլած՝ ըսաւ. «Տէ՛ր, ի՞նչ կ՚ուզես որ ընեմ»:
“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”
7 Տէրը ըսաւ անոր՝՝. «Կանգնէ՛ ու մտի՛ր քաղաքը, եւ պիտի ըսուի քեզի թէ ի՛նչ պէտք է ընես»: Այն մարդիկը՝ որ իրեն կ՚ուղեկցէին՝ անխօս կեցած էին. միայն ձա՛յնը կը լսէին, բայց ո՛չ մէկը կը տեսնէին:
ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ।
8 Սօղոս գետինէն ոտքի ելաւ, սակայն ո՛չ մէկը կը տեսնէր բաց աչքերով. ուստի բռնեցին անոր ձեռքէն ու մտցուցին Դամասկոս:
ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।
9 Երեք օր կեցաւ՝ առանց տեսնելու. ո՛չ կերաւ, ո՛չ ալ խմեց:
ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ।
10 Աշակերտ մը կար Դամասկոսի մէջ՝ Անանիա անունով: Տէրը ըսաւ անոր տեսիլքի մէջ. «Անանիա՛»: Ան ալ ըսաւ. «Տէ՛ր, ահա՛ հոս եմ»:
ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
11 Տէրը ըսաւ անոր. «Կանգնէ՛ ու գնա՛ այն փողոցը՝ որ Ուղիղ կը կոչուի, եւ հոն՝ Յուդայի տան մէջ փնտռէ՛ Սօղոս անունով Տարսոնցի մը. որովհետեւ ահա՛ ան կ՚աղօթէ,
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12 ու տեսիլքի մէջ տեսաւ մարդ մը՝ Անանիա անունով, քովը մտած եւ ձեռքը դրած իր վրայ՝ որպէսզի վերստին տեսնէ»:
ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”
13 Անանիա ալ պատասխանեց. «Տէ՛ր, շատերէ լսեցի այդ մարդուն մասին թէ ո՛րչափ չարիք ըրաւ քու սուրբերուդ՝ Երուսաղէմի մէջ.
କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
14 եւ հո՛ս ալ քահանայապետներէն իրաւասութիւն ունի կապելու բոլոր անոնք՝ որ կը կանչեն քու անունդ»:
ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।
15 Տէրը ըսաւ անոր. «Դուն գնա՛, որովհետեւ ան ինձմէ ընտրուած անօթ մըն է՝ իմ անունս կրելու հեթանոսներուն, թագաւորներուն եւ Իսրայէլի որդիներուն առջեւ,
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
16 ու ես ցոյց պիտի տամ անոր թէ ո՜րչափ պէտք է չարչարուի իմ անունիս համար»:
ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”
17 Ուստի Անանիա գնաց, մտաւ այդ տունը, եւ դնելով ձեռքերը անոր վրայ՝ ըսաւ. «Սաւո՛ւղ եղբայր, Տէ՛րը ղրկեց զիս, այն Յիսո՛ւսը՝ որ ճամբան երեւցաւ քեզի երբ կու գայիր, որպէսզի վերստին տեսնես ու Սուրբ Հոգիով լեցուիս»:
ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
18 Իսկոյն թեփերու պէս բաներ ինկան անոր աչքերէն, եւ անմի՛ջապէս տեսողութիւնը վերստացաւ. կանգնեցաւ, մկրտուեցաւ,
ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
19 ու կերակուր ուտելով՝ զօրացաւ, եւ քանի մը օր կեցաւ Դամասկոսի մէջ եղող աշակերտներուն հետ:
ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;
20 Իսկոյն ժողովարաններուն մէջ կը քարոզէր Յիսուսը, թէ ա՛ն է Աստուծոյ Որդին:
ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।
21 Բոլոր լսողները մեծապէս զմայլած էին ու կ՚ըսէին. «Ասիկա չէ՞ ան՝ որ Երուսաղէմի մէջ կը տապալէր այս անունը կանչողները. հոս ալ եկած էր ասոր համար, որպէսզի զանոնք կապած՝ քահանայապետներուն տանի»:
ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?
22 Բայց Սօղոս ա՛լ աւելի կը զօրանար եւ կը շփոթեցնէր Դամասկոս բնակող Հրեաները, ապացուցանելով թէ ա՛յս է Քրիստոսը:
କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।
23 Շատ օրեր անցնելէն ետք՝ Հրեաները խորհրդակցեցան որ սպաննեն զայն.
ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
24 բայց Սօղոսի յայտնուեցաւ անոնց դաւադրութիւնը: Ցերեկ ու գիշեր կը հսկէին դռները, որպէսզի սպաննեն զայն:
କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ,
25 Իսկ աշակերտները գիշերուան մէջ առին զայն եւ պարիսպէն վար իջեցուցին՝ զամբիւղի մը մէջ:
କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।
26 Երբ Սօղոս եկաւ Երուսաղէմ՝ կը ձգտէր միանալ աշակերտներուն. բայց բոլորն ալ կը վախնային իրմէ, չհաւատալով թէ ան աշակերտ էր:
ପରେ ସେ ଯିରୂଶାଲମ ସହରକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ।
27 Բայց Բառնաբաս՝ առնելով զայն՝ տարաւ առաքեալներուն ու պատմեց անոնց թէ ի՛նչպէս ճամբան տեսաւ Տէրը՝ որ խօսեցաւ իրեն հետ, եւ թէ ի՛նչպէս համարձակութեամբ քարոզեց Յիսուսի անունով՝ Դամասկոսի մէջ:
କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
28 Ուստի կը մտնէր ու կ՚ելլէր անոնց հետ Երուսաղէմի մէջ, համարձակութեամբ քարոզելով Տէր Յիսուսի անունով:
ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି,
29 Նաեւ կը խօսէր եւ կը վիճաբանէր Հելլենացիներուն հետ. անոնք ալ կը ձգտէին սպաննել զինք:
ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।
30 Իսկ եղբայրները՝ ասիկա գիտնալով՝ զինք իջեցուցին Կեսարիա, եւ անկէ ճամբեցին Տարսոն:
ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
31 Ուրեմն եկեղեցիները խաղաղութիւն ունեցան ամբողջ Հրէաստանի, Գալիլեայի ու Սամարիայի մէջ, եւ կը շինուէին ու կը բազմանային՝ ընթանալով Տէրոջ վախով եւ Սուրբ Հոգիին մխիթարութեամբ:
ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
32 Քանի Պետրոս ամէն կողմ կը շրջէր, Լիւդդեա բնակող սուրբերուն քով ալ իջաւ:
ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।
33 Հոն գտաւ մարդ մը՝ Ենեա անունով, որ մահիճը պառկած էր ութ տարիէ ի վեր՝ անդամալոյծ ըլլալով:
ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।
34 Պետրոս ըսաւ անոր. «Ենեա՛, Յիսուս Քրիստոս կը բժշկէ քեզ. կանգնէ՛ եւ շտկէ՛ անկողինդ»: Ան ալ իսկոյն կանգնեցաւ:
ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
35 Լիւդդեայի ու Սարոնի բոլոր բնակիչները տեսան զայն, եւ դարձան Տէրոջ:
ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।
36 Աշակերտ եղած կին մը կար Յոպպէի մէջ՝ Տաբիթա անունով, որ թարգմանութեամբ Այծեմնիկ կը կոչուի. ասիկա լեցուած էր իր ըրած բարի գործերով եւ ողորմութիւններով:
ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।
37 Այդ օրերը հիւանդացաւ ու մեռաւ: Լուացին զինք, եւ դրին վերնատուն մը:
ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।
38 Լիւդդեա մօտ էր Յոպպէի. ուստի աշակերտները՝ լսելով թէ Պետրոս հո՛ն է՝ ղրկեցին անոր երկու մարդ, աղաչելով որ չյամենայ եւ գայ իրենց քով:
ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।
39 Պետրոս ալ կանգնեցաւ ու գնաց անոնց հետ: Երբ հասաւ, հանեցին զինք վերնատունը: Բոլոր այրիները կայնեցան անոր շուրջ, կու լային եւ կը ցուցնէին այն բաճկոններն ու հանդերձները, որ Այծեմնիկ կը շինէր՝ երբ իրենց հետ էր:
ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।
40 Պետրոս ալ՝ դուրս հանելով բոլորը՝ ծնրադրեց, աղօթեց, եւ դառնալով դէպի մարմինը՝ ըսաւ. «Տաբիթա՛, կանգնէ՛»: Ան ալ բացաւ իր աչքերը, ու տեսնելով Պետրոսը՝ ուղիղ նստաւ:
କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
41 Ինք ալ ձեռքը տուաւ անոր, կանգնեցուց զայն, եւ կանչելով սուրբերն ու այրիները՝ ողջ ներկայացուց զայն անոնց առջեւ:
ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।
42 Այս բանը գիտցուեցաւ ամբողջ Յոպպէի մէջ, ու շատեր հաւատացին Տէրոջ:
ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
43 Եւ ինք շատ օրեր մնաց Յոպպէ՝ Սիմոն անունով կաշեգործի մը քով:
ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।

< ԳՈՐԾՔ ԱՌԱՔԵԼՈՑ 9 >