< ԵԲՐԱՅԵՑԻՍ 10 >

1 Արդարեւ Օրէնքը, ունենալով գալիք բարիքներուն շուքը, ո՛չ թէ այդ բաներուն բո՛ւն պատկերը, երբեք չի կրնար կատարեալ ընել անոնք՝ որ կը մօտենան, շարունակ ամէն տարի մատուցանուած նոյն զոհերով:
ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।
2 Այլապէս՝ պիտի չդադրէի՞ն մատուցանուելէ, քանի որ պաշտամունք կատարողները՝ մէ՛կ անգամ մաքրուելէն ետք՝ ա՛լ խղճահարութիւն պիտի չունենային մեղքերու համար:
ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ?
3 Բայց ամէն տարի մեղքերու յիշատակութիւն կ՚ըլլայ անոնցմով.
କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;
4 որովհետեւ նոխազներուն ու ցուլերուն արիւնը անկարող է քաւել մեղքերը:
କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
5 Ուստի երբ մտաւ աշխարհ՝ ըսաւ. «Զոհ եւ ընծայ չուզեցիր, հապա մարմին մը պատրաստեցիր ինծի:
ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
6 Ողջակէզներու եւ մեղքի պատարագներու չբարեհաճեցար:
ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।”
7 Այն ատեն ըսի. “Ահա՛ կու գամ (ի՛մ մասիս գրուած է Գիրքի պատատին մէջ) քու կամքդ գործադրելու, ո՛վ Աստուած”»:
ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।”
8 Վերը կ՚ըսէ. «Զոհ, ընծայ, ողջակէզներ ու մեղքի պատարագներ չուզեցիր եւ անոնց չբարեհաճեցար», (որոնք կը մատուցանուէին Օրէնքին համաձայն, )
ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ)
9 յետոյ կ՚ըսէ. «Ահա՛ կու գամ քու կամքդ գործադրելու, ո՛վ Աստուած»: Կը վերցնէ առաջինը, որպէսզի հաստատէ երկրորդը:
ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି।
10 Այդ կամքով է որ մենք սրբացանք՝ Յիսուս Քրիստոսի մարմինին մէ՛կ անգամ ընդմիշտ պատարագուելով:
ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।
11 Ամէն քահանայ ամէն օր կը կայնի՝ պաշտօն կատարելու եւ նոյն զոհերը յաճախ մատուցանելու, որոնք երբեք չեն կրնար քաւել մեղքերը:
ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ।
12 Մինչդեռ ասիկա մշտնջենապէս Աստուծոյ աջ կողմը բազմեցաւ՝ մեղքերու համար մէ՛կ զոհ մատուցանելով,
ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;
13 եւ անկէ ետք կը սպասէ, մինչեւ որ իր թշնամիները պատուանդան դրուին իր ոտքերուն.
ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।
14 որովհետեւ մէ՛կ պատարագով մշտնջենապէս կատարեալ ըրաւ սրբացածները:
କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।
15 Սուրբ Հոգին ալ կը վկայէ մեզի, քանի որ նախապէս ըսելէն ետք.
ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;
16 «Սա՛ է այն ուխտը՝ որ պիտի հաստատեմ անոնց հետ այդ օրերէն ետք, - կ՚ըսէ Տէրը.- իմ օրէնքներս պիտի դնեմ անոնց սիրտին մէջ, եւ զանոնք պիտի գրեմ անոնց միտքին մէջ.
“କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,”
17 անոնց մեղքերն ու անօրէնութիւնները ա՛լ պիտի չյիշեմ»:
ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
18 Ուստի, ո՛ւր որ ասոնց ներում տրուեցաւ, ա՛լ մեղքի համար պատարագ պէտք չէ:
ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।
19 Ուրեմն, եղբայրնե՛ր, համարձակութիւն ունինք սրբարանը մտնելու՝ Յիսուսի արիւնով,
ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍‍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
20 նոր ու կենարար ճամբայով մը - որուն բացումը կատարեց մեզի համար - վարագոյրին մէջէն, որ իր մարմինն է.
ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ
21 նաեւ ունինք մեծ քահանայ մը՝ նշանակուած Աստուծոյ տան վրայ:
ପୁଣି, ଈଶ୍ବରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ
22 Ուստի մօտենա՛նք ճշմարիտ սիրտով, հաւատքի լման վստահութեամբ, մեր սիրտերը սրսկումով մաքրուած չար խղճմտանքէն, եւ մեր մարմինները մաքուր ջուրով լուացուած:
ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;
23 Ամո՛ւր բռնենք մեր յոյսին դաւանութիւնը՝ առանց երերալու, որովհետեւ հաւատարիմ է ա՛ն՝ որ խոստացաւ:
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
24 Ուշադի՛ր ըլլանք զիրար հրահրելու սիրոյ ու բարի գործերու:
ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
25 Եւ չլքե՛նք մեր հաւաքոյթները, ինչպէս ոմանց սովորութիւնն է. հապա յորդորե՛նք զիրար, այնչափ աւելի՝ որչափ կը տեսնէք այն օրուան մօտենալը:
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
26 Արդարեւ եթէ կամովին մեղանչենք՝ ճշմարտութեան գիտակցութիւնը ստանալէ ետք, ա՛լ ուրիշ զոհ չի մնար մեղքերու համար,
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
27 հապա կը մնայ դատաստանի ահարկու սպասում մը ու նախանձախնդրութեան կրակ մը, որ պիտի լափէ հակառակորդները:
ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।
28 Ա՛ն՝ որ կ՚անարգէր Մովսէսի Օրէնքը, կը մեռնէր առանց արգահատանքի, երկու կամ երեք վկաներով:
କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
29 Ա՛լ ո՜րչափ աւելի խիստ պատիժի կը կարծէք թէ պիտի արժանանայ ա՛ն՝ որ ոտնակոխ ըրած է Աստուծոյ Որդին, պիղծ համարած է ուխտին արիւնը՝ որով ինք սրբացաւ, եւ նախատած է շնորհքի Հոգին:
ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!
30 Քանի որ կը ճանչնանք ա՛ն՝ որ ըսաւ. «Վրէժխնդրութիւնը ի՛մս է, ե՛ս պիտի հատուցանեմ, - կ՚ըսէ Տէրը»: Եւ դարձեալ. «Տէ՛րը պիտի դատէ իր ժողովուրդը»:
କାରଣ “ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା”, ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, “ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ।”
31 Ահարկու բան է իյնալ ապրող Աստուծոյ ձեռքը:
ଜୀବିତ ଈଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।
32 Ուրեմն վերյիշեցէ՛ք նախկին օրերը, երբ՝ լուսաւորուելէ ետք՝ տոկացիք չարչարանքներու մեծ մարտի մը.
କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
33 երբեմն տեսարան եղաք՝ նախատինքներով ու տառապանքերով, երբեմն ալ հաղորդակցեցաք այդպիսի վիճակի մէջ եղողներուն հետ:
ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ୱାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହି ପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ।
34 Որովհետեւ իմ կապերուս մէջ ինծի՝՝ կարեկցեցաք, եւ ձեր ինչքին յափշտակուիլը ընդունեցիք ուրախութեամբ, գիտնալով թէ ձեզի համար լաւագոյն ու մնայուն ինչքեր ունիք երկինքը:
କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
35 Ուրեմն մի՛ լքէք ձեր համարձակութիւնը, որ ունի մեծ վարձատրութիւն:
ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
36 Որովհետեւ համբերութիւն պէտք է ձեզի, որպէսզի ստանաք խոստումը՝ գործադրած ըլլալով Աստուծոյ կամքը:
ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
37 Քանի որ «քիչ մը ատենէն պիտի գայ ա՛ն՝ որ գալիք է, ու պիտի չուշանայ:
ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।”
38 Եւ արդարը հաւատքո՛վ պիտի ապրի. իսկ եթէ մէկը ընկրկի, իմ անձս պիտի չբարեհաճի անոր»:
ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”
39 Բայց մենք անոնցմէ չենք՝ որ կ՚ընկրկին կորուստի համար, հապա անոնցմէ՝ որ կը հաւատան, իրենց անձին փրկութեան համար:
ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।

< ԵԲՐԱՅԵՑԻՍ 10 >