< ԵԲՐԱՅԵՑԻՍ 6 >

1 Ուստի՝ ձգե՛նք Քրիստոսի վերաբերեալ նախաբանը ու յառաջանա՛նք դէպի կատարելութիւն, փոխանակ դարձեալ հիմը դնելու մեռած գործերէն ապաշխարութեան եւ Աստուծոյ հանդէպ հաւատքին,
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,
2 մկրտութիւններու ուսուցումին ու ձեռնադրութեան, մեռելներու յարութեան եւ յաւիտենական դատաստանին. (aiōnios g166)
ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ। (aiōnios g166)
3 ա՛յս է որ պիտի ընենք՝ եթէ գէթ Աստուած արտօնէ:
ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।
4 Արդարեւ անկարելի է անոնց՝ որոնք անգամ մը լուսաւորուեցան, համտեսեցին երկնային պարգեւը, բաժնեկից դարձան Սուրբ Հոգիին,
କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
5 եւ համտեսեցին Աստուծոյ բարի խօսքն ու գալիք աշխարհին սքանչելիքները, (aiōn g165)
ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି, (aiōn g165)
6 որ վերանորոգուին ապաշխարութեամբ՝ եթէ սայթաքին. քանի որ կրկին կը խաչեն Աստուծոյ Որդին իրենք իրենց համար, ու կը խայտառակեն զայն:
ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।
7 Որովհետեւ այն երկիրը՝ որ կը խմէ իր վրայ յաճախ եկած անձրեւը, եւ կ՚արտադրէ յարմար բոյսեր անոնց՝ որոնց համար կը մշակուի, օրհնութիւն կը ստանայ Աստուծմէ.
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8 բայց ան որ կ՚արտադրէ փուշեր ու տատասկներ՝ անպէտ է եւ անիծուելու մօտ. անոր վախճանն է այրուիլ:
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
9 Թէպէտ այսպէս կը խօսինք, ձեր մասին՝ սիրելինե՛ր՝ մենք համոզում ունինք լաւագոյն բաներու, որոնք կը վերաբերին փրկութեան:
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।
10 Քանի որ Աստուած անիրաւ չէ՝ որ մոռնայ ձեր գործը, եւ այն սէրը՝ որ ցոյց տուիք իր անունին համար, երբ սպասարկեցիք սուրբերուն ու կը սպասարկէք ալ:
କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
11 Սակայն կը ցանկանք որ ձեզմէ իւրաքանչիւրը ցոյց տայ նոյն փութաջանութիւնը՝ մինչեւ վախճանը պահելու համար յոյսի լման վստահութիւնը.
ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
12 որպէսզի դուք անփոյթ չըլլաք, հապա նմանիք անոնց՝ որ հաւատքով ու համբերատարութեամբ ժառանգեցին խոստումները:
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
13 Արդարեւ, երբ Աստուած խոստում ըրաւ Աբրահամի, քանի որ իրմէ մեծը չկար՝ որ երդում ընէր անոր վրայ,
କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
14 երդում ըրաւ ինքնիր վրայ եւ ըսաւ. «Այո՛, մեծապէս պիտի օրհնեմ քեզ ու մեծապէս պիտի բազմացնեմ քեզ»:
“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”
15 Եւ այսպէս՝ ան համբերատարութեամբ հասաւ խոստումին:
ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
16 Արդարեւ մարդիկ երդում կ՚ընեն իրենցմէ մեծին վրայ, ու իրենց համար՝ երդո՛ւմը կը հաստատէ ամէն հակաճառութեան աւարտը:
ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।
17 Ուստի Աստուած, փափաքելով աւելի ճոխութեամբ ցոյց տալ իր ծրագիրին անփոփոխ ըլլալը խոստումի ժառանգորդներուն, միջնորդեց երդումով մը,
ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
18 որպէսզի երկու անփոփոխելի բաներով - որոնց մէջ անկարելի է որ Աստուած ստէ - հզօր մխիթարութիւն ունենանք մենք՝ որ իբր ապաստան ամուր բռնեցինք մեզի առաջարկուած յոյսը:
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
19 Մենք ունինք զայն որպէս ապահով եւ հաստատ խարիսխ մեր անձին. ան կը մտնէ վարագոյրին ներսի կողմն ալ,
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
20 հոն ուր Յիսուս՝ իբր յառաջընթաց՝ մտաւ մեզի համար, յաւիտենական Քահանայապետ եղած՝ Մելքիսեդեկի կարգին համեմատ: (aiōn g165)
ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି। (aiōn g165)

< ԵԲՐԱՅԵՑԻՍ 6 >