< ԵԲՐԱՅԵՑԻՍ 7 >

1 Արդարեւ այս Մելքիսեդեկն էր, Սաղէմի թագաւորն ու Ամենաբարձր Աստուծոյ քահանան, որ դիմաւորեց Աբրահամը՝ երբ ան կը վերադառնար թագաւորներու կոտորածէն, եւ օրհնեց զայն.
ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
2 Աբրահամ ալ տասանորդ տուաւ անոր իր բոլոր բաներէն: Ան նախ Արդարութեան թագաւոր է՝ թարգմանութեան համաձայն, ու յետոյ՝ նաեւ Սաղէմի թագաւոր, այսինքն՝ Խաղաղութեան թագաւոր:
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।
3 Առանց հօր, առանց մօր, առանց ազգաբանութեան, ան ունի ո՛չ օրերու սկիզբ, ո՛չ ալ կեանքի վախճան. բայց նմանցուած է Աստուծոյ Որդիին եւ մշտնջենապէս կը մնայ քահանայ:
ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
4 Ուրեմն տեսէ՛ք թէ ի՜նչ մեծ մէկն էր ան՝ որուն Աբրահամ նահապետն ալ տուաւ աւարին տասանորդը:
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
5 Արդարեւ Ղեւիի որդիներէն եղողները, որոնք քահանայութիւն կը ստանան, Օրէնքին համաձայն պատուէր ունին տասանորդ առնելու ժողովուրդէն, այսինքն՝ իրենց եղբայրներէն, թէպէտ անոնք Աբրահամի մէջքէն ելած են:
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
6 Բայց ա՛ն՝ որուն ազգաբանութիւնը անոնցմէ չէր, տասանորդ ստացաւ Աբրահամէն եւ օրհնեց խոստումները ունեցողը:
କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
7 Իսկ առանց որեւէ հակաճառութեան՝ կրտսե՛րը կ՚օրհնուի գերադասէն:
ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
8 Հոս՝ մահկանացո՛ւ մարդիկ տասանորդ կը ստանան, բայց հոն կը ստանայ ա՛ն՝ որուն համար վկայուած է թէ կ՚ապրի:
ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
9 Նաեւ կրնայ ըսուիլ թէ Ղեւի՛ ալ, որ տասանորդ կը ստանայ, տասանորդ տուաւ Աբրահամի միջոցով.
ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
10 որովհետեւ տակաւին իր հօր մէջքն էր՝ երբ Մելքիսեդեկ դիմաւորեց զայն:
କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
11 Ուրեմն, եթէ կատարելութիւնը Ղեւտացիներու քահանայութեամբ ըլլար, (քանի որ ժողովուրդը Օրէնքին տակ դրուեցաւ անոր ատենը, ) ա՛լ ի՞նչ պէտք կար որ ուրի՛շ քահանայ մը ելլէր՝ Մելքիսեդեկի կարգին համեմատ, եւ չկոչուէր Ահարոնի կարգին համեմատ:
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
12 Արդարեւ՝ քահանայութեան փոփոխումով՝ հարկ էր որ փոփոխութիւն ըլլար նաեւ Օրէնքին:
କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
13 Եւ իրաւ եղաւ, որովհետեւ ա՛ն՝ որուն մասին կ՚ըսուին այս բաները, կը պատկանէր ուրի՛շ տոհմի, որմէ ո՛չ մէկը մօտեցած էր զոհասեղանին.
ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।
14 քանի որ յայտնի է թէ մեր Տէրը սերած է Յուդայի տոհմէն: Իսկ այդ տոհմին մասին Մովսէս ոչինչ ըսաւ՝ քահանայութեան վերաբերեալ:
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
15 Ասիկա ա՛լ աւելի յայտնի է, քանի որ Մելքիսեդեկի նմանութեամբ ուրի՛շ քահանայ մը կ՚ելլէ,
ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16 որ եղած է ո՛չ թէ մարմնաւոր պատուէրի մը Օրէնքին համաձայն, հապա՝ անքակտելի կեանքի մը զօրութեան համեմատ:
ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
17 Որովհետեւ կը վկայէ. «Դուն յաւիտեան քահանայ ես՝ Մելքիսեդեկի կարգին համեմատ»: (aiōn g165)
କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn g165)
18 Արդարեւ նախկին պատուէրը կը ջնջուի իր տկարութեան ու անշահեկանութեան համար,
ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
19 (որովհետեւ Օրէնքը ոչի՛նչ կատարեալ ըրաւ, ) եւ անոր տեղ կը մտնէ լաւագոյն յոյս մը՝ որով կը մօտենանք Աստուծոյ:
(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
20 Եւ քանի որ ասիկա չեղաւ առանց երդումի, (որովհետեւ անոնք քահանայ եղած են առանց երդումի,
ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
21 իսկ ասիկա՝ երդումով, անո՛ր միջոցով՝ որ ըսաւ իրեն. «Տէրը երդում ըրեր է ու պիտի չզղջայ. “Դուն յաւիտեան քահանայ ես՝ Մելքիսեդեկի կարգին համեմատ”», ) (aiōn g165)
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” (aiōn g165)
22 Յիսուս երաշխաւոր եղաւ լաւագոյն ուխտի մը:
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
23 Ի՛րապէս շատ եղած են քահանաները, քանի որ մահը կ՚արգիլէր որ անոնք միշտ մնան:
ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
24 Բայց ասիկա ունի անփոփոխ քահանայութիւն, որովհետեւ յաւիտեան կը մնայ: (aiōn g165)
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। (aiōn g165)
25 Ուստի կարող ալ է կատարելապէս փրկել անոնք՝ որ իրմով կու գան Աստուծոյ. որովհետեւ ինք միշտ կ՚ապրի՝ անոնց բարեխօս ըլլալու համար:
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
26 Արդարեւ ճիշդ այսպիսի քահանայապետ մը կը պատշաճէր մեզի, սուրբ, անմեղ, անարատ, մեղաւորներէն զատուած ու երկինքէն աւելի վեր բարձրացած:
କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
27 Անոր հարկաւոր չէ ամէն օր զոհ մատուցանել՝ միւս քահանայապետներուն պէս, նախ իր մեղքերուն համար, յետոյ ժողովուրդին մեղքերուն համար. որովհետեւ ինք ըրաւ ասիկա մէ՛կ անգամ ընդմիշտ՝ մատուցանելով ինքզինք:
ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
28 Արդարեւ՝ Օրէնքը քահանայապետ կը նշանակէ տկարութիւն ունեցող մարդիկ, բայց երդումին խօսքը՝ որ Օրէնքէն ետք էր՝ Որդի՛ն, որ կատարեալ եղած է յաւիտեան: (aiōn g165)
ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। (aiōn g165)

< ԵԲՐԱՅԵՑԻՍ 7 >