< ՄԱՏԹԷՈՍ 2 >

1 Երբ Յիսուս ծնաւ Հրէաստանի Բեթլեհէմին մէջ՝ Հերովդէս թագաւորին օրերը, ահա՛ արեւելքէն մոգեր եկան Երուսաղէմ,
ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,
2 եւ ըսին. «Ո՞ւր է ա՛ն՝ որ ծնաւ իբր Հրեաներուն թագաւորը. որովհետեւ մենք տեսանք անոր աստղը՝ արեւելքի մէջ, ու եկանք երկրպագելու անոր»:
“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”
3 Երբ Հերովդէս թագաւորը լսեց՝ վրդովեցաւ, եւ իրեն հետ՝ ամբողջ Երուսաղէմը:
ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;
4 Ապա, հաւաքելով բոլոր քահանայապետներն ու ժողովուրդին դպիրները, հարցափորձեց զանոնք թէ ո՛ւր պիտի ծնէր Քրիստոսը:
ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।
5 Անոնք ալ ըսին իրեն. «Հրէաստանի Բեթլեհէմին մէջ: Որովհետեւ սա՛ գրուած է մարգարէին միջոցով.
ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,
6 “Դո՛ւն, Բեթլեհէ՛մ, Յուդայի՛ երկիր, Յուդայի կառավարիչներուն մէջ բնա՛ւ ամենափոքրը չես. որովհետեւ Կառավարիչ մը պիտի ելլէ քեզմէ, որ պիտի հովուէ իմ ժողովուրդս՝ Իսրայէլը”»:
“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”
7 Այն ատեն Հերովդէս ծածկաբար կանչեց մոգերը, ստուգեց անոնցմէ աստղին երեւցած ժամանակը,
ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।
8 եւ ղրկեց զանոնք Բեթլեհէմ՝ ըսելով. «Գացէ՛ք, ճշգրտութեա՛մբ տեղեկացէք մանուկին մասին, ու երբ գտնէք զայն՝ լո՛ւր բերէք ինծի, որպէսզի ե՛ս ալ երթամ՝ երկրպագեմ անոր»:
ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”
9 Երբ անոնք թագաւորէն լսեցին այս խօսքը, մեկնեցան. եւ ահա՛ այն աստղը՝ որ տեսեր էին արեւելքի մէջ, կ՚երթար անոնց առջեւէն՝ մինչեւ որ եկաւ ու կեցաւ մանուկին եղած տեղին վրայ:
ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।
10 Երբ տեսան աստղը, չափազանց ուրախացան:
ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,
11 Եւ տուն մտնելով՝ տեսան մանուկը, իր մօր՝ Մարիամի հետ. իյնալով երկրպագեցին անոր, ու բանալով իրենց գանձերը՝ մատուցանեցին անոր ընծաներ.- ոսկի, կնդրուկ եւ զմուռս:
ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
12 Ու երազի մէջ պատգամ ստանալով՝ որ չվերադառնան Հերովդէսի, ուրիշ ճամբայով մեկնեցան իրենց երկիրը:
ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
13 Երբ անոնք մեկնեցան, ահա՛ Տէրոջ հրեշտակը երազի մէջ երեւցաւ Յովսէփի եւ ըսաւ. «Ոտքի՛ ելիր, ա՛ռ մանուկն ու անոր մայրը, եւ փախի՛ր Եգիպտոս. հո՛ն կեցիր՝ մինչեւ որ քեզի ըսեմ, քանի որ Հերովդէս պիտի փնտռէ մանուկը՝ կորսնցնելու համար զայն»:
ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
14 Ան ալ ոտքի ելաւ, գիշերուան մէջ առաւ մանուկն ու անոր մայրը, մեկնեցաւ Եգիպտոս, եւ հոն էր մինչեւ Հերովդէսի վախճանիլը,
ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,
15 որպէսզի իրագործուի մարգարէին միջոցով ըսուած Տէրոջ խօսքը. «Եգիպտոսէ՛ն կանչեցի իմ որդիս»:
ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”
16 Այն ատեն Հերովդէս, տեսնելով թէ խաբուեցաւ մոգերէն, սաստիկ զայրացաւ, ու ղրկեց՝ ջարդեց Բեթլեհէմի եւ անոր ամբողջ հողամասին մէջ եղող բոլոր մանուկները՝ երկու տարեկան ու անկէ վար, այն ժամանակին համեմատ՝ որ ստուգած էր մոգերէն:
ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
17 Այն ատեն իրագործուեցաւ Երեմիա մարգարէին միջոցով ըսուած խօսքը. «Ռամայի մէջ լսուեցաւ ձայն մը, ողբ, լաց ու մեծ սուգ.
ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା,
18 Ռաքէլ կու լար իր զաւակներուն վրայ ու չէր ուզեր մխիթարուիլ, որովհետեւ չկային»:
“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”
19 Երբ Հերովդէս վախճանեցաւ, Տէրոջ հրեշտակը Եգիպտոսի մէջ երեւցաւ Յովսէփի՝ երազի մէջ, եւ ըսաւ.
ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
20 «Ոտքի՛ ելիր, ա՛ռ մանուկն ու անոր մայրը, եւ գնա՛ Իսրայէլի երկիրը, որովհետեւ մեռան անոնք՝ որ կը փնտռէին մանուկին անձը»:
“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”
21 Ան ալ ոտքի ելաւ, առաւ մանուկն ու անոր մայրը, եւ եկաւ Իսրայէլի երկիրը:
ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।
22 Իսկ երբ լսեց թէ Արքեղայոս կը թագաւորէր Հրէաստանի վրայ, իր հօր՝ Հերովդէսի տեղ, վախցաւ հոն երթալու. եւ երազի մէջ պատգամ ստանալով՝ մեկնեցաւ Գալիլեայի կողմերը,
ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
23 ու եկաւ բնակեցաւ Նազարէթ կոչուած քաղաքը, որպէսզի իրագործուի մարգարէներուն խօսքը. «Նազովրեցի պիտի կոչուի»:
ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”

< ՄԱՏԹԷՈՍ 2 >