< ՄԱՏԹԷՈՍ 20 >

1 «Արդարեւ երկինքի թագաւորութիւնը նման է հողատիրոջ մը, որ առտուն կանուխ դուրս ելաւ՝ գործաւորներ վարձելու իր այգիին համար:
“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
2 Երբ համաձայնեցաւ գործաւորներուն հետ՝ օրը մէկ դահեկանի, ղրկեց զանոնք իր այգին:
ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
3 Երրորդ ժամուան՝՝ ատենները դուրս ելլելով՝ տեսաւ ուրիշներ, որոնք անգործ կայնած էին հրապարակը,
ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
4 ու ըսաւ անոնց. «Դո՛ւք ալ գացէք իմ այգիս, եւ կու տամ ձեզի ինչ որ իրաւացի է»:
‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।
5 Անոնք ալ գացին: Դարձեալ դուրս ելաւ վեցերորդ ժամուան եւ իններորդ ժամուան ատենները, ու նո՛յնը ըրաւ:
ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
6 Տասնմէկերորդ ժամուան ատենները դուրս ելաւ, ուրիշնե՛ր գտաւ՝ որոնք անգործ կայնած էին, եւ անոնց ըսաւ. «Ինչո՞ւ հոս ամբողջ օրը անգործ կայնած էք»:
ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
7 Ըսին իրեն. «Որովհետեւ ո՛չ մէկը վարձեց մեզ»: Ըսաւ անոնց. «Դո՛ւք ալ գացէք այգին, ու պիտի ստանաք ինչ որ իրաւացի է»:
ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’
8 Երբ իրիկուն եղաւ, այգիին տէրը ըսաւ իր տնտեսին. «Կանչէ՛ գործաւորները եւ տո՛ւր անոնց վարձքը՝ վերջիններէն սկսելով մինչեւ առաջինները»:
ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’
9 Երբ եկան անոնք՝ որ տասնմէկերորդ ժամուան ատենները գացեր էին, ստացան մէկական դահեկան:
ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।
10 Առաջինները գալով՝ կը կարծէին թէ աւելի՛ պիտի ստանան. բայց իրենք ալ ստացան մէկական դահեկան:
ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ।
11 Երբ ստացան՝ տրտնջեցին հողատիրոջ դէմ եւ ըսին.
କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
12 «Այդ վերջինները մէ՛կ ժամ աշխատեցան, բայց զանոնք հաւասար ըրիր մեզի՝ որ կրեցինք օրուան ծանրութիւնն ու տաքութիւնը»:
‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’
13 Ան ալ պատասխանեց անոնցմէ մէկուն. «Ընկե՛ր, ես չեմ անիրաւեր քեզ. միթէ դուն ինծի հետ չհամաձայնեցա՞ր մէկ դահեկանի.
କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
14 ա՛ռ քուկդ եւ գնա՛: Կ՚ուզեմ որ տամ այս վերջինին՝ քեզի տուածիս չափ.
ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା।
15 միթէ արտօնուած չէ՞ ինծի՝ ընել ի՛նչ որ ուզեմ իմ ունեցածիս: Միթէ քու աչքդ չա՞ր է՝ որ ես բարի եմ»:
ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’
16 Այսպէս՝ յետինները պիտի ըլլան առաջին, եւ առաջինները՝ յետին. որովհետեւ կանչուածները շատ են, բայց ընտրուածները՝ քիչ»:
ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
17 Երբ Յիսուս կը բարձրանար Երուսաղէմ, ճամբան իրեն հետ առաւ տասներկու աշակերտները՝ առանձին, եւ ըսաւ անոնց.
ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
18 «Ահա՛ կը բարձրանանք Երուսաղէմ, ու մարդու Որդին պիտի մատնուի քահանայապետներուն եւ դպիրներուն, ու մահուան պիտի դատապարտեն զինք.
“ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
19 հեթանոսներուն պիտի մատնեն զինք՝ որ ծաղրուի, խարազանուի եւ խաչուի. բայց յարութիւն պիտի առնէ երրորդ օրը»:
ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”
20 Այն ատեն Զեբեդէոսի որդիներուն մայրը եկաւ անոր իր որդիներուն հետ, կ՚երկրպագէր անոր ու բան մը կը խնդրէր անկէ:
ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
21 Ան ալ ըսաւ անոր. «Ի՞նչ կ՚ուզես»: Ըսաւ անոր. «Ըսէ՛, որ քու թագաւորութեանդ մէջ՝ այս երկու որդիներս բազմին, մէկը՝ աջ կողմդ, եւ միւսը՝ ձախ կողմդ»:
ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
22 Յիսուս պատասխանեց. «Չէք գիտեր թէ ի՛նչ կը խնդրէք: Կրնա՞ք խմել այն բաժակը՝ որ ես պիտի խմեմ, կամ մկրտուիլ այն մկրտութեամբ՝ որով ես պիտի մկրտուիմ»: Ըսին իրեն. «Կրնա՛նք»:
କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”
23 Յիսուս ըսաւ անոնց. «Արդարեւ պիտի խմէ՛ք իմ բաժակս, ու պիտի մկրտուի՛ք այն մկրտութեամբ՝ որով ես մկրտուելու եմ. բայց իմ աջ կամ ձախ կողմս բազմիլը՝ իմս չէ տալը, հապա պիտի տրուի անո՛նց՝ որոնց համար պատրաստուած է իմ Հօրմէս»:
ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
24 Երբ միւս տասը աշակերտները լսեցին՝ ընդվզեցան այդ երկու եղբայրներուն դէմ:
ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
25 Իսկ Յիսուս իրեն կանչեց զանոնք եւ ըսաւ. «Գիտէք թէ հեթանոսներուն իշխաննե՛րը կը տիրապետեն անոնց վրայ, ու մեծամեծնե՛րը կ՚իշխեն անոնց վրայ:
କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
26 Բայց այդպէս թող չըլլայ ձեր մէջ. հապա ձեզմէ ո՛վ որ ուզէ մեծ ըլլալ՝ անիկա ձեր սպասարկո՛ւն թող ըլլայ,
ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
27 ու ձեզմէ ո՛վ որ ուզէ գլխաւոր ըլլալ՝ անիկա ձեր ստրո՛ւկը թող ըլլայ.
ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
28 ինչպէս մարդու Որդին եկաւ ո՛չ թէ սպասարկութիւն ընդունելու, հապա՝ սպասարկելու եւ իր անձը փրկանք տալու շատերու համար»:
ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
29 Երբ անոնք դուրս ելան Երիքովէն, մեծ բազմութիւն մը հետեւեցաւ անոր:
ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
30 Եւ ահա՛ երկու կոյրեր նստած էին ճամբային եզերքը. երբ լսեցին թէ Յիսուս կ՚անցնի, աղաղակեցին. «Ողորմէ՜ մեզի, Տէ՛ր, Դաւիթի՛ Որդի»:
ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
31 Բազմութիւնը կը յանդիմանէր զանոնք՝ որ լռեն, բայց անոնք ա՛լ աւելի կ՚աղաղակէին. «Ողորմէ՜ մեզի, Տէ՛ր, Դաւիթի՛ Որդի»:
ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
32 Յիսուս կանգ առնելով՝ կանչեց զանոնք եւ ըսաւ. «Ի՞նչ կ՚ուզէք որ ընեմ ձեզի»:
ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
33 Ըսին անոր. «Տէ՛ր, թող մեր աչքերը բացուին»:
ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ।
34 Յիսուս գթալով՝ դպաւ անոնց աչքերուն. իսկոյն անոնց աչքերը բացուեցան, ու հետեւեցան անոր:
ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।

< ՄԱՏԹԷՈՍ 20 >