< ՄԱՏԹԷՈՍ 27 >

1 Երբ առտու եղաւ, բոլոր քահանայապետներն ու ժողովուրդին երէցները խորհրդակցեցան Յիսուսի դէմ՝ որ մեռցնեն զայն:
ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
2 Երբ կապեցին զայն, տարին եւ մատնեցին Պոնտացի Պիղատոս կառավարիչին:
ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
3 Այն ատեն Յուդա, որ մատնեց զայն, տեսնելով որ դատապարտուեցաւ՝ զղջաց, վերադարձուց երեսուն կտոր արծաթը քահանայապետներուն ու երէցներուն,
ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,
4 եւ ըսաւ. «Մեղանչեցի՝ անմեղ արիւն մատնելով»: Անոնք ըսին. «Մեզի ի՞նչ, դո՛ւն անդրադարձիր»:
ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?
5 Ան ալ ձգեց արծաթը տաճարին մէջ, դուրս ելաւ, ու գնաց՝ խեղդեց ինքզինք:
ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।
6 Քահանայապետներն ալ առնելով արծաթը՝ ըսին. «Արտօնուած չէ դնել ատիկա կորբանին մէջ՝՝, քանի որ արիւնի գին է»:
କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।
7 Եւ խորհրդակցեցան, ու գնեցին անով բրուտին արտը՝ օտարականներու գերեզմանատուն ըլլալու համար:
ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।
8 Ուստի այդ արտը կոչուեցաւ «Արիւնի արտ» մինչեւ այսօր:
ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।
9 Այն ատեն իրագործուեցաւ Երեմիա մարգարէին միջոցով ըսուած խօսքը. «Եւ առին երեսուն կտոր արծաթը, գինը անոր՝ որ գնահատուած էր, որ Իսրայէլի որդիներէն ոմանք գնահատեցին,
ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ସେମାନେ ନେଇ
10 ու տուին զայն բրուտին արտին, ինչպէս Տէրը հրամայեց ինծի»:
ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ।
11 Յիսուս կայնեցաւ կառավարիչին առջեւ: Կառավարիչը հարցուց անոր. «Դո՞ւն ես Հրեաներուն թագաւորը»: Յիսուս ըսաւ անոր. «Դո՛ւն կ՚ըսես»:
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”
12 Բայց ոչինչ պատասխանեց՝ երբ կ՚ամբաստանուէր քահանայապետներէն ու երէցներէն:
ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।
13 Այն ատեն Պիղատոս ըսաւ անոր. «Չե՞ս լսեր, ո՜րքան կը վկայեն քեզի դէմ»:
ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
14 Բայց չպատասխանեց անոր. ո՛չ մէկ խօսք ըսաւ, այնպէս որ կառավարիչը մեծապէս զարմացաւ:
ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।
15 Տօնին ատենը կառավարիչը սովորութիւն ունէր բանտարկեալ մը արձակել բազմութեան, ո՛վ որ ուզէին:
କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।
16 Այն ատեն ունէին երեւելի բանտարկեալ մը՝ Բարաբբա կոչուած:
ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।
17 Ուրեմն երբ հաւաքուեցան՝ Պիղատոս ըսաւ անոնց. «Ո՞վ կ՚ուզէք որ արձակեմ ձեզի. Բարաբբա՞ն, թէ Յիսուսը՝ որ Քրիստոս կը կոչուի»:
ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
18 Քանի որ գիտէր թէ նախանձի՛ համար մատնած էին զայն:
କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
19 Երբ ինք բազմած էր դատարանը, իր կինը մէկը ղրկեց իրեն եւ ըսաւ. «Դուն գործ մի՛ ունենար այդ արդարին հետ, որովհետեւ այսօր շատ չարչարուեցայ երազիս մէջ՝ անոր պատճառով»:
ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
20 Բայց քահանայապետներն ու երէցները համոզեցին բազմութիւնը, որ Բարաբբա՛ն խնդրեն եւ Յիսուսը կորսնցնեն:
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।
21 Կառավարիչը ըսաւ անոնց. «Այս երկուքէն ո՞վ կ՚ուզէք՝ որ արձակեմ ձեզի»:
ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ।
22 Անոնք ըսին. «Բարաբբա՛ն»: Պիղատոս ըսաւ անոնց. «Հապա ի՞նչ ընեմ Յիսուսը՝ որ Քրիստոս կը կոչուի»:
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।
23 Բոլորն ալ ըսին անոր. «Թող խաչուի»: Իսկ կառավարիչը ըսաւ. «Բայց ի՞նչ չարիք ըրած է»: Անոնք ա՛լ աւելի կ՚աղաղակէին. «Թող խաչուի»:
ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
24 Պիղատոս՝ տեսնելով թէ անօգուտ է, այլ մանաւանդ աղմուկ կը բարձրանայ՝՝, ջուր առաւ, ձեռքերը լուաց բազմութեան առջեւ եւ ըսաւ. «Ես անպարտ եմ այդ արդարին արիւնէն. դո՛ւք անդրադարձէք»:
ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
25 Ամբողջ ժողովուրդը պատասխանեց. «Ատոր արիւնը թող ըլլայ մեր վրայ ու մեր զաւակներուն վրայ»:
ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
26 Այն ատեն Բարաբբա՛ն արձակեց անոնց, եւ խարազանելով Յիսուսը՝ յանձնեց անոնց որպէսզի խաչուէր:
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
27 Այն ատեն՝ կառավարիչին զինուորները առին Յիսուսը պալատէն ներս, ու զինուորներուն ամբողջ գունդը հաւաքեցին անոր շուրջ:
ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।
28 Մերկացնելով զայն՝ հագցուցին անոր որդան կարմիր վերարկու մը,
ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
29 եւ հիւսելով փուշէ պսակ մը՝ դրին անոր գլուխը, ու եղէգ մը՝ անոր աջ ձեռքը. եւ ծնրադրելով անոր առջեւ՝ կը ծաղրէին զայն ու կ՚ըսէին. «Ողջո՜յն, Հրեաներո՛ւ թագաւոր»:
ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।
30 Եւ թքնելով անոր վրայ՝ կ՚առնէին եղէգը ու կը զարնէին անոր գլուխին:
ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ।
31 Երբ ծաղրեցին զայն, հանեցին վրայէն վերարկուն, հագցուցին անոր իր հանդերձները, ու տարին զայն՝ որպէսզի խաչեն:
ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ।
32 Դուրս ելլելով՝ գտան կիւրենացի մարդ մը՝ Սիմոն անունով, եւ ստիպեցին զայն որ վերցնէ անոր խաչը:
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
33 Երբ եկան տեղ մը՝ Գողգոթա կոչուած, որ կը նշանակէ՝ Գանկի տեղ,
ଆଉ, ସେମାନେ ଗଲ୍‌ଗଥା ନାମକ ସ୍ଥାନ, ଅର୍ଥାତ୍‍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
34 տուին անոր լեղիով խառնուած քացախ՝ որպէսզի խմէ: Երբ համտեսեց՝ չուզեց խմել:
ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।
35 Ապա խաչեցին զայն, ու վիճակ ձգելով՝ բաժնեցին անոր հանդերձները. (որպէսզի իրագործուի մարգարէին միջոցով խօսուածը. «Իմ հանդերձներս բաժնեցին իրենց մէջ, եւ իմ պատմուճանիս վրայ վիճակ ձգեցին»: )
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
36 Ու նստած՝ կը պահէին զայն.
ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ।
37 եւ անոր գլուխին վրայ դրին իր ամբաստանագիրը. «Ա՛յս է Յիսուսը, Հրեաներուն թագաւորը»:
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।
38 Այն ատեն երկու աւազակներ խաչուեցան անոր հետ, մէկը՝ աջ կողմը, միւսը՝ ձախ կողմը:
ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।
39 Անոնք որ կ՚անցնէին՝ կը հայհոյէին անոր, իրենց գլուխը կը շարժէին
ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
40 ու կ՚ըսէին. «Դո՛ւն, որ կը քակէիր տաճարը եւ կը կառուցանէիր երեք օրուան մէջ, փրկէ՛ դուն քեզ: Եթէ Աստուծոյ Որդին ես, իջի՛ր այդ խաչէն»:
ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
41 Նմանապէս քահանայապետներն ալ՝ դպիրներուն ու երէցներուն հետ ծաղրելով կ՚ըսէին.
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
42 «Ուրիշները փրկեց, ինքզի՛նք չի կրնար փրկել: Եթէ Իսրայէլի թագաւոր է, հի՛մա թող իջնէ խաչէն, եւ հաւատանք իրեն:
ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।
43 Աստուծոյ վստահած էր. հի՛մա թող ազատէ զինք՝ եթէ կ՚ուզէ զինք, որովհետեւ ըսաւ. “Ես Աստուծոյ Որդին եմ”»:
ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।
44 Իրեն հետ խաչուած աւազակներն ալ նոյնպէս կը նախատէին զայն:
ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।
45 Վեցերորդ ժամէն՝՝ մինչեւ իններորդ ժամը՝ խաւար եղաւ ամբողջ երկրին վրայ:
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
46 Ժամը իննի ատենները Յիսուս բարձրաձայն աղաղակեց. «Էլի՜, Էլի՜, լամա՞ սաբաքթանի», որ ըսել է. «Իմ Աստուա՜ծս, իմ Աստուա՜ծս, ինչո՞ւ լքեցիր զիս»:
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
47 Հոն կայնողներէն ոմանք՝ երբ լսեցին՝ ըսին. «Ասիկա Եղիա՛ն կը կանչէ»:
ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି।
48 Իսկոյն անոնցմէ մէկը վազեց, առաւ սպունգ մը, լեցուց քացախով, եւ անցընելով եղէգի մը՝ տուաւ անոր որ խմէ:
ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା।
49 Միւսները ըսին. «Թո՛ղ, տեսնենք թէ Եղիա պիտի գա՞յ՝ փրկելու զայն»:
କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା।
50 Յիսուս դարձեալ բարձրաձայն աղաղակեց ու հոգին աւանդեց:
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ।
51 Եւ ահա՛ տաճարին վարագոյրը երկուքի պատռեցաւ՝ վերէն վար, երկիրը շարժեցաւ, ժայռերը ճեղքուեցան,
ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
52 գերեզմանները բացուեցան, ու շատ մը սուրբ ննջեցեալներու մարմիններ յարութիւն առին.
ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
53 եւ գերեզմաններէն ելան անոր յարութենէն ետք, մտան սուրբ քաղաքը ու երեւցան շատերու:
ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ପବିତ୍ର ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।
54 Բայց հարիւրապետը եւ անոր հետ Յիսուսը պահողները, երբ տեսան երկրաշարժն ու պատահածները՝ չափազանց վախցան, եւ ըսին. «Ճշմա՛րտապէս ասիկա Աստուծոյ Որդին էր»:
ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
55 Հոն շատ կիներ կային, որոնք հեռուէն կը նայէին. անոնք Յիսուսի հետեւեր էին Գալիլեայէն՝ իրեն սպասարկելու:
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
56 Անոնց մէջ էին Մարիամ Մագդաղենացին, Յակոբոսի ու Յովսէսի մայրը՝ Մարիամ, եւ Զեբեդէոսի որդիներուն մայրը:
ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।
57 Երբ իրիկուն եղաւ՝ հարուստ մարդ մը եկաւ Արիմաթեայէն, որուն անունը Յովսէփ էր, եւ ի՛նք ալ Յիսուսի աշակերտ էր:
ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ।
58 Ան՝ երթալով Պիղատոսի քով՝ խնդրեց Յիսուսի մարմինը. այն ատեն Պիղատոս հրամայեց՝ որ մարմինը տրուի:
ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।
59 Յովսէփ առաւ մարմինը, փաթթեց մաքուր կտաւով,
ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,
60 ու դրաւ իր նոր գերեզմանին մէջ՝ որ փորած էր ժայռի մէջ. եւ մեծ քար մը գլորելով գերեզմանին դուռը՝ գնաց:
ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।
61 Մարիամ Մագդաղենացին ու միւս Մարիամը հոն էին՝ գերեզմանին դիմաց նստած:
ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।
62 Հետեւեալ օրը, որ Ուրբաթէն ետք էր, քահանայապետներն ու Փարիսեցիները հաւաքուեցան Պիղատոսի քով,
ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
63 եւ ըսին. «Տէ՛ր, կը յիշենք թէ այդ մոլորեցուցիչը, մինչ տակաւին ողջ էր, կ՚ըսէր. “Յարութիւն պիտի առնեմ երեք օրէն”:
ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।
64 Ուրեմն հրամայէ՛, որ գերեզմանը ապահովուի՝ մինչեւ երրորդ օրը. որպէսզի իր աշակերտները չգան գիշերուան մէջ, չգողնան զայն եւ չըսեն ժողովուրդին. “Մեռելներէն յարութիւն առաւ”, ու վերջին մոլորութիւնը աւելի գէշ ըլլայ քան առաջինը»:
ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।
65 Պիղատոս ըսաւ անոնց. «Դուք պահակազօրք ունիք. գացէ՛ք, ապահովեցէ՛ք՝ ի՛նչպէս որ կ՚ուզէք»:
ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର।
66 Անոնք ալ գացին եւ ապահովեցին գերեզմանը՝ քարը կնքելով ու պահակազօրքով:
ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।

< ՄԱՏԹԷՈՍ 27 >