< ՓԻԼԻՊՊԵՑԻՍ 2 >

1 Ուրեմն՝ եթէ մխիթարութիւն կայ Քրիստոսով, եթէ կան սիրոյ սփոփանք, Հոգիի հաղորդութիւն, գութ ու կարեկցութիւն,
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
2 լիացուցէ՛ք իմ ուրախութիւնս՝ ըլլալով համախոհ եւ ունենալով միեւնոյն սէրը, մէ՛կ անձ ու մէ՛կ մտածում:
ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
3 Ո՛չ մէկ բան ըրէք հակառակութեամբ կամ սնափառութեամբ. հապա՝ խոնարհութեամբ ուրիշը ձեզմէ գերազա՛նց համարեցէք՝՝:
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
4 Իւրաքանչիւրը թող նկատի չառնէ միայն իր շահը, այլ նաեւ ուրիշներո՛ւնը:
ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
5 Ունեցէ՛ք այն մտածումը՝ որ Քրիստոս Յիսուսի մէջ էր.
ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6 Աստուծոյ կերպարանքը ունենալով՝ ան յափշտակութիւն մը չհամարեց Աստուծոյ հաւասար ըլլալը,
ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7 հապա ունայնացուց ինքզինք, իր վրայ առաւ ծառայի մը կերպարանքը եւ նմանեցաւ մարդոց. գտնուելով մարդկային կերպարով՝
କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
8 խոնարհեցուց ինքզինք ու հնազանդ եղաւ մինչեւ մահ, նոյնիսկ՝ խաչին մահը:
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।
9 Ուստի Աստուած ալ մեծապէս բարձրացուց զայն եւ շնորհեց անոր անուն մը՝ որ ամէն անունէ գերազանց է,
ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
10 որպէսզի Յիսուսի անունին ծնրադրեն բոլորը՝ երկնաւորները, երկրաւորներն ու սանդարամետականները,
ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
11 եւ ամէն լեզու դաւանի թէ Յիսուս Քրիստոս Տէր է՝ Հայր Աստուծոյ փառքին համար:
ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
12 Հետեւաբար, սիրելինե՛րս, ինչպէս ամէն ատեն հնազանդեցաք, ո՛չ միայն իմ ներկայութեանս մէջ, հապա ա՛լ աւելի հիմա՝ իմ բացակայութեանս ատեն, գործադրեցէ՛ք ձեր փրկութիւնը՝ ահով ու դողով.
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13 որովհետեւ Աստուած է որ ձեր մէջ կը ներգործէ թէ՛ կամենալը եւ թէ ընելը՝ իր բարեհաճութեան համաձայն:
କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
14 Ըրէ՛ք ամէն ինչ՝ առանց տրտունջներու եւ առարկութիւններու,
ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15 որպէսզի ըլլաք անմեղադրելի ու աննենգ, Աստուծոյ անարատ զաւակներ՝ կամակոր եւ խոտորեալ սերունդի մը մէջ: Դուք կը փայլիք անոնց մէջ՝ որպէս լուսաւորներ աշխարհի մէջ,
ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
16 ամուր բռնելով կեանքին խօսքը, որպէսզի կարենամ պարծենալ Քրիստոսի օրը՝ թէ ընդունայն չեմ վազած, ո՛չ ալ ընդունայն աշխատած:
ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
17 Նոյնիսկ եթէ ընծայուիմ ձեր զոհին ու հաւատքի պաշտօնին համար, կ՚ուրախանամ եւ ուրախակից կ՚ըլլամ ձեր բոլորին:
ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।
18 Նոյնպէս ալ դուք ուրախացէ՛ք եւ ուրախակի՛ց եղէք ինծի:
ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।
19 Տէր Յիսուսով կը յուսամ շուտով ձեզի ղրկել Տիմոթէոսը, որպէսզի իմ սիրտս ալ հանգչի՝ երբ գիտնամ ձեր վիճակը:
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
20 Որովհետեւ անոր նման ո՛չ մէկ սրտակից ունիմ, որ անկեղծաբար հոգայ ձեզ.
କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।
21 քանի որ բոլորը կը փնտռեն իրե՛նց շահը, ո՛չ թէ Յիսուս Քրիստոսինը:
ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
22 Բայց դուք փորձով գիտէք թէ ան ծառայեց աւետարանին ինծի հետ՝ ինչպէս զաւակ մը հօրը հետ:
ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।
23 Ուստի կը յուսամ ձեզի ղրկել զինք անյապաղ, երբ տեսնեմ թէ ի՛նչ պիտի ըլլայ վիճակս:
ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24 Սակայն վստահութիւն ունիմ Տէրոջմով՝ թէ ե՛ս ալ շուտով պիտի գամ:
କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।
25 Բայց հարկաւոր համարեցի հիմա ձեզի ղրկել Եպափրոդիտոսը, իմ եղբայրս, գործակիցս ու զինակիցս, որ դուք ղրկած էիք իբր կարիքներուս պաշտօնեան:
କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
26 Որովհետեւ ինք ալ կարօտցած է բոլորդ, եւ կը վշտանար որ լսեր էիք թէ հիւանդացեր էր:
କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;
27 Արդարեւ ինք հիւանդացաւ ու շատ մօտեցաւ մահուան, բայց Աստուած ողորմեցաւ անոր. ո՛չ միայն անոր՝ հապա ինծի ալ, որպէսզի չունենամ տրտմութիւն տրտմութեան վրայ:
ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।
28 Ուստի աւելի փութաջանութեամբ ղրկեցի, որպէսզի՝ տեսնելով զայն՝ դարձեալ ուրախանաք ու ես նուազ տրտմիմ:
ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।
29 Ուրեմն ընդունեցէ՛ք զայն Տէրոջմով՝ բոլորովին ուրախութեամբ, եւ պատուեցէ՛ք այդպիսիները.
ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
30 քանի որ մահուան մօտեցաւ Քրիստոսի գործին համար՝ վտանգելով իր անձը, որպէսզի լրացնէ ինչ որ կը պակսէր ձեր կատարելիք պաշտօնին՝ ինծի հանդէպ:
କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।

< ՓԻԼԻՊՊԵՑԻՍ 2 >