< ՀՌՈՎՄԱՅԵՑԻՍ 6 >

1 Ուրեմն ի՞նչ պիտի ըսենք. արդեօք յարատեւե՞նք մեղքի մէջ՝ որպէսզի շնորհքը աւելնայ:
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
2 Ամե՛նեւին: Մենք՝ որ մեռած ենք մեղքին հանդէպ, ի՞նչպէս տակաւին ապրինք անոր մէջ:
ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?
3 Չէ՞ք գիտեր թէ մենք բոլորս՝ որ մկրտուեցանք Յիսուս Քրիստոսով, մկրտուեցանք անոր մահո՛վ:
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
4 Ուրեմն անոր հետ թաղուեցանք մկրտութեամբ՝ մահուան համար. որպէսզի ինչպէս Քրիստոս մեռելներէն յարութիւն առաւ՝ Հօրը փառքով, այնպէս ալ մենք ընթանանք նոր կեանքի մէջ:
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
5 Որովհետեւ եթէ մենք տնկակից եղանք անոր մահուան նմանութեամբ, նաեւ կցորդ պիտի ըլլանք անոր յարութեան նմանութեամբ:
କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।
6 Սա՛ գիտնանք՝ թէ մեր հին մարդը խաչուեցաւ անոր հետ, որ մեղքի մարմինը ոչնչանայ, որպէսզի այլեւս մեղքին ստրուկը չըլլանք:
ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
7 Որովհետեւ ա՛ն որ մեռած է մեղքին, արդարացած է մեղքէն:
ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।
8 Ուրեմն եթէ մենք մեռանք Քրիստոսի հետ, կը հաւատանք թէ պիտի ապրինք ալ անոր հետ:
କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।
9 Քանի որ գիտենք թէ Քրիստոս մեռելներէն յարութիւն առած ըլլալով՝ այլեւս չի մեռնիր. ա՛լ մահը չի տիրեր անոր վրայ:
ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।
10 Որովհետեւ երբ ան մեռաւ, մեղքի՛ համար մեռաւ՝ մէ՛կ անգամ ընդմիշտ, եւ հիմա որ կ՚ապրի՝ Աստուծո՛յ համար կ՚ապրի:
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।
11 Նոյնպէս դուք ձեզ մեռա՛ծ սեպեցէք մեղքին, բայց ողջ՝ Աստուծոյ, մեր Տէրոջ՝ Քրիստոս Յիսուսի միջոցով:
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
12 Ուրեմն ա՛լ մեղքը թող չթագաւորէ ձեր մահկանացու մարմինին վրայ, որ հնազանդիք անոր ցանկութիւններուն.
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;
13 ու ձեր մարմինին անդամները մի՛ յանձնէք մեղքին՝ անիրաւութեան գործիք ըլլալու: Հապա դուք ձեզ ընծայեցէ՛ք Աստուծոյ՝ որպէս մեռելներէն վերապրողներ, եւ ձեր անդամները ընծայեցէ՛ք Աստուծոյ՝ իբր արդարութեան գործիքներ:
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
14 Արդարեւ մեղքը պիտի չիշխէ ձեր վրայ. որովհետեւ ո՛չ թէ Օրէնքի տակ էք, հապա՝ շնորհքի տակ:
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
15 Ուրեմն ի՞նչ. մեղանչե՞նք, քանի որ Օրէնքի տակ չենք, հապա՝ շնորհքի տակ: Ամե՛նեւին:
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
16 Չէ՞ք գիտեր թէ որո՛ւն որ դուք ձեզ իբր ստրուկ յանձնէք՝ հնազանդելու համար, ստրուկ կ՚ըլլաք անոր՝ որուն կը հնազանդիք, թէ՛ մեղքին՝ որ կ՚առաջնորդէ մահուան, եւ թէ հնազանդութեան՝ որ կ՚առաջնորդէ արդարութեան:
ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
17 Բայց շնորհակալութի՛ւն Աստուծոյ, որ մեղքին ստրուկ ըլլալէ ետք՝ սրտանց հնազանդեցաք այն ուսուցումի տիպարին՝ որ աւանդուեցաւ ձեզի:
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
18 Ուստի դուք՝ ազատած ըլլալով մեղքէն՝ ստրուկ եղաք արդարութեա՛ն.
ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
19 (մարդկային կերպով կը խօսիմ՝ ձեր մարմինին տկարութեան պատճառով.) քանի որ ինչպէս յանձնեցիք ձեր անդամները անօրէնութեան՝ ստրուկ ըլլալու անմաքրութեան եւ անօրէնութեան, այնպէս ալ հիմա ընծայեցէ՛ք ձեր անդամները սրբութեան՝ ստրուկ ըլլալու արդարութեան:
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
20 Որովհետեւ երբ դուք ստրուկ էիք մեղքին՝ ազատ էիք արդարութենէն:
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।
21 Ուրեմն այն ատեն ի՞նչ պտուղ ունէիք այն բաներէն՝ որոնց համար հիմա կ՚ամչնաք. որովհետեւ անոնց վախճանը մահ է:
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
22 Իսկ հիմա, մեղքէն ազատած եւ Աստուծոյ ստրուկ եղած ըլլալով, ձեր պտուղը ունիք՝ սրբութեամբ, ու վախճանը՝ յաւիտենական կեանքը: (aiōnios g166)
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ। (aiōnios g166)
23 Որովհետեւ մեղքին վարձատրութիւնը մահ է, բայց Աստուծոյ շնորհը՝ յաւիտենական կեանք է, Յիսուս Քրիստոսի՝ մեր Տէրոջ միջոցով: (aiōnios g166)
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ। (aiōnios g166)

< ՀՌՈՎՄԱՅԵՑԻՍ 6 >