< Yaradiliş 48 >

1 Bir müddət sonra Yusifə dedilər: «Atan xəstədir». O, iki oğlunu – Menaşşe və Efrayimi özü ilə götürdü.
ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
2 Yaquba xəbər verib dedilər: «Budur, oğlun Yusif yanına gəlir». İsrail gücünü toplayıb yatağı üstündə oturdu.
ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
3 Yaqub Yusifə dedi: «Külli-İxtiyar Allah Kənan torpağında olan Luzda mənə göründü və xeyir-dua verdi.
ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
4 O mənə belə dedi: “Bax Mən səni bəhərli edib nəslini çoxaldacağam, səndən çoxlu xalq törədəcəyəm. Səndən sonra bu torpağı övladlarına əbədi mülk olaraq verəcəyəm”.
‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
5 İndi sənin yanına, Misirə gəlməzdən əvvəl Misir torpağında doğulan iki oğlun da mənimdir: Efrayim və Menaşşe Ruvenlə Şimeon kimi mənimki olacaq.
ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
6 Onlardan sonra sənin üçün doğulan uşaqlar isə səninki olacaq, öz miras torpaqlarında qardaşlarının adları ilə qeyd olunacaq.
ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
7 Mən Paddandan gələndə Kənan torpağında Efrata yaxın yerdə Rəhilə yanımdaca öldü. Onu elə orada – Efrat yolunda, yəni Bet-Lexemdə basdırdım».
ପଦ୍ଦନ୍‍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
8 İsrail Yusifin oğullarını görüb dedi: «Bunlar kimdir?»
ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
9 Yusif atasına dedi: «Allahın burada mənə verdiyi oğullarımdır». İsrail dedi: «Onları yanıma gətir, xeyir-dua verim».
ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
10 İsrail artıq qocalmış, gözləri zəifləmişdi və görə bilmirdi. Yusif oğullarını atasının yanına apardı və atası onları öpüb qucaqladı.
ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
11 Sonra İsrail Yusifə dedi: «Düşünmürdüm ki, üzünü bir də görərəm, amma Allah mənə sənin övladlarını da göstərdi».
ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
12 Yusif övladlarını atasının dizləri yanından kənara çəkib onun qarşısında üzünü yerə qoyaraq səcdə etdi.
ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
13 Sonra oğullarını götürüb Efrayimi sağ əli ilə İsrailin sol tərəfinə, Menaşşeni isə sol əli ilə İsrailin sağ tərəfinə çəkərək ona yaxınlaşdırdı.
ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
14 İsrail əllərini çarpaz uzatdı: sağ əlini kiçik olan Efrayimin, sol əlini isə Menaşşenin başına qoydu. Menaşşe ilk oğul olduğuna baxmayaraq, İsrail əllərini qəsdən dəyişdi.
ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
15 İsrail Yusifə xeyir-dua verərək belə dedi: «Atalarım İbrahimin, İshaqın xidmət etdiyi Allah, Bu günə qədər mənim qayğıma qalan Allah,
ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
16 Məni bütün pisliklərdən xilas edən Mələk Qoy bu uşaqlara da xeyir-dua versin! Onlar mənim adımla, Atalarım İbrahim və İshaqın Adı ilə çağırılsın, Yer üzündə çoxaldıqca çoxalsın!»
ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
17 Yusif atasının sağ əlini Efrayimin başına qoyduğunu gördü və bu onun xoşuna gəlmədi. O, atasının əlini Efrayimin başından götürüb Menaşşenin başına qoymaq istədi.
ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
18 Buna görə də atasına dedi: «Ata, ilk oğul Menaşşedir, sağ əlini onun başına qoy. Belə düz deyil».
“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
19 Lakin atası istəməyib dedi: «Bilirəm, oğlum, bilirəm. Menaşşenin nəslindən də böyük bir xalq olacaq. Amma kiçik qardaşından daha böyük bir xalq törəyəcək, onun nəslindən çoxlu millətlər yaranacaq».
ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”
20 O gün İsrail nəvələrinə xeyir-dua verərək dedi: «İsrail nəsli “Qoy Allah səni Efrayim və Menaşşe kimi etsin” Deyərək sizin adınızla Xeyir-dua verəcək». Yaqub beləcə Efrayimi Menaşşedən üstün tutdu.
ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
21 İsrail Yusifə dedi: «Artıq mən ölürəm, amma Allah sizinlə olacaq, sizi atalarınızın torpağına qaytaracaq.
ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।
22 Sənə qardaşlarından bir pay da artıq olaraq Şekemi verirəm. Onu mən Emorluların əlindən qılıncım və kamanımla almışam».
ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”

< Yaradiliş 48 >