< ᎨᏥᏅᏏᏛ ᏄᎾᏛᏁᎵᏙᎸᎢ 8 >

1 ᏐᎳᏃ ᎣᏏᏳ ᎠᏰᎸᏍᎨ ᎠᏥᎸᎢ. ᎾᎯᏳᏃ ᎤᎶᏘ ᎤᏲ ᏂᎨᎬᎾᏕᎨ ᏧᎾᏁᎶᏗ ᎤᎾᏓᏈᎬ ᏥᎷᏏᎵᎻ; ᎠᎴ ᏂᎦᏛ ᎤᎾᏗᎦᎴᏲᏤ ᏂᎬᎾᏛ ᏧᏗᏱ ᎠᎴ ᏌᎺᎵᏱ, ᎨᏥᏅᏏᏛ ᎤᏅᏒ.
ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
2 ᎠᏂᏍᎦᏯᏃ ᎤᏁᎳᏅᎯ ᎠᏂᎾᏰᏍᎩ ᎤᏂᎾᏫᏛᎮ ᏍᏗᏫ, ᎠᎴ ᎤᏣᏔᏅᎯ ᎤᏂᏍᎪᏂᎴᎢ.
ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।
3 ᏐᎳᏍᎩᏂ ᎤᏣᏘ ᎤᏲ ᏂᏕᎬᏁᎮ ᏧᎾᏁᎶᏗ ᎤᎾᏓᏈᎬᎢ, ᏓᏴᎵᏙᎮ ᏓᏓᏁᎳᏗᏒᎢ, ᏕᎦᎾᏌᏁᏏᏙᎮ ᎠᏂᏍᎦᏯ ᎠᎴ ᎠᏂᎨᏴ, ᎠᎴ ᏗᏓᏍᏚᏗᏱ ᏓᏴᏗᏍᎨᎢ.
କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।
4 ᎤᎾᏗᎦᎴᏲᏨᎯᏃ ᎠᏁᏙᎮ ᎠᎾᎵᏥᏙᏂᏙᎮ ᎣᏍᏛ ᎧᏃᎮᏛ.
ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
5 ᏈᎵᎩᏃ ᏗᎦᏚᎲ ᏌᎺᎵᏱ ᏭᎶᏎᎢ, ᎠᎴ ᏚᎵᏥᏙᏁᎴ ᏚᏃᎮᎮᎴ ᎦᎶᏁᏛ.
ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।
6 ᎤᏂᏣᏘᏃ ᏌᏉ ᎢᎦᎦᏛ ᎤᎾᎦᏌᏯᏍᏔᏁ ᏈᎵᎩ ᎧᏃᎮᏍᎬᎢ, ᎤᎾᏛᎦᏅ ᎠᎴ ᎤᏂᎪᎲ ᎤᏍᏆᏂᎪᏗ ᏚᎸᏫᏍᏓᏁᎲᎢ.
ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ।
7 ᎠᏂᎦᏓᎭᏰᏃ ᏗᏓᏅᏙ ᎠᏍᏓᏯ ᎠᏁᎷᎲᏍᎨ ᏕᎬᏩᏂᏄᎪᎨ ᎤᏂᏣᏖ ᎬᏩᏂᏯᎢ, ᎠᎴ ᎤᏂᏤᏖ ᏧᏂᎾᏫᏍᎩ ᎠᎴ ᏗᏂᏲᎤᎵ ᏚᎾᏗᏩᏍᎨᎢ.
କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
8 ᎤᏣᏔᏅᎯᏃ ᎠᎾᎵᎮᎵᎨ ᎾᎿᎭᎦᏚᎲᎢ.
ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
9 ᎩᎶᏍᎩᏂᏃᏅ ᎢᏳᏍᏗ ᎠᏍᎦᏯ ᎾᎿᎭᎡᎮ ᏌᏩᏂ ᏧᏙᎢᏛ ᎾᏍᎩ ᎾᎿᎭᎦᏚᎲ ᎠᏙᏅᏗ ᏧᎸᏫᏍᏓᏁᎸᎯ ᎨᏎᎢ, ᎠᎴ ᎤᏍᏆᏂᎪᏗ ᏧᏓᏅᏓᏗᏍᏔᏅᎯ ᎨᏎ ᏌᎺᎵᏱ ᎠᏁᎯ, ᎩᎶ ᎢᏳᏍᏗ ᎠᏥᎸᏉᏗ ᎠᏤᎸᏍᎨᎢ.
କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା;
10 ᎾᏍᎩᏃ ᎬᏬᎯᏳᎲᏍᎨ ᎾᏂᎥ ᎨᏥᎸᏉᏗ ᎠᎴ ᎨᏥᎸᏉᏗ ᏂᎨᏒᎾ, ᎯᎠ ᎾᏂᏪᏍᎨᎢ; ᎤᏣᏘ ᎤᎵᏂᎩᏗᏳ ᎨᏒ ᎤᏁᎳᏅᎯ ᎤᏤᎵᎦ ᎯᎠ ᎠᏍᎦᏯ ᎤᏪᎭ.
ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ।
11 ᎾᏍᎩᏃ ᎬᏬᎯᏳᎲᏍᎨᎢ, ᎪᎯᏗᏳᏰᏃ ᎬᏩᎴᏅᏛ ᎨᏎ ᎤᏍᏆᏂᎪᏗ ᏓᏓᏅᏓᏗᏍᏗᏍᎨ ᎠᏙᏂᏍᎬᎢ.
ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।
12 ᎠᏎᏃ ᎤᏃᎯᏳᏅ ᏈᎵᎩ ᎠᎵᏥᏙᎲᏍᎬ ᎣᏍᏛ ᎧᏃᎮᏛ ᎤᏁᎳᏅᎯ ᎤᎬᏫᏳᎯ ᎨᏒ ᎠᎴ ᏕᎤᏙᎥ ᏥᏌ ᎦᎶᏁᏛ ᎤᎬᏩᎵ, ᏕᎨᎦᏬᏍᎨ ᎠᏂᏍᎦᏯ ᎠᎴ ᎠᏂᎨᏴ.
କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।
13 ᏌᏩᏂᏃ ᎾᏍᏉ ᎤᏬᎯᏳᏁᎢ, ᎠᎦᏬᎥᏃ ᎤᏍᏓᏩᏗᏙᎴ ᏈᎵᎩ; ᎠᎪᏩᏗᏍᎬᏃ ᎤᏍᏆᏂᎪᏗ ᎠᎴ ᎤᏰᎸᏛ ᏚᎸᏫᏍᏓᏁᎲᎢ, ᎠᏍᏆᏂᎪᏍᎨᎢ.
ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।
14 ᎨᏥᏅᏏᏛᏃ ᏥᎷᏏᎵᎻ ᎠᏂᏂ ᎤᎾᏛᎦᏅ ᏌᎺᎵᏱ ᏕᎤᎾᏓᏂᎸᏨ ᎧᏃᎮᏛ ᎤᏁᎳᏅᎯ ᎤᏤᎵᎦ, ᏚᏂᏅᏎ ᏈᏓ ᎠᎴ ᏣᏂ ᎾᏍᎩ ᏧᏂᏩᏛᎲᏍᏗᏱ.
ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
15 ᎾᏍᎩᏃ ᏭᏂᎷᏨ ᎤᎾᏓᏙᎵᏍᏔᏁ ᎨᎦᎵᏍᎪᎸᏓᏁᏗᏱ ᎦᎸᏉᏗᏳ ᎠᏓᏅᏙ.
ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
16 ᎥᏝᏰᏃ ᎠᏏ ᏳᏓᏑᏰ ᎩᎶ ᎾᏍᎩ ᎤᎷᏤᎸᎯ, ᏗᎨᎦᏬᏍᏔᏅᎯᏉ ᎤᏩᏒ ᎨᏎ ᏕᎤᏙᎥ ᎤᎬᏫᏳᎯ ᏥᏌ.
କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।
17 ᎿᎭᏉᏃ ᏚᎾᏏᏔᏕᎢ, ᎠᎴ ᎾᏍᎩ ᎨᏥᏁᎴ ᎦᎸᏉᏗᏳ ᎠᏓᏅᏙ.
ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।
18 ᏌᏩᏂᏃ ᎤᏙᎴᎰᏒ ᎦᎸᏉᏗᏳ ᎠᏓᏅᏙ ᎨᏥᏁᎲᎢ ᏅᏗᎦᎵᏍᏙᏗᏍᎬ ᏓᎾᏏᏔᏗᏍᎬ ᎨᏥᏅᏏᏛ, ᎾᏍᎩ ᏕᎤᎵᏍᎪᎸᏓᏁᎴ ᎠᏕᎸ,
ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19 ᎯᎠ ᏄᏪᏎᎢ; ᎠᏴ ᎾᏍᏉ ᏍᎩᏂᎥᏏ ᎯᎠ ᎾᏍᎩ ᏗᎦᎸᏫᏍᏓᏁᏗ, ᎾᏍᎩ ᎩᎶ ᏥᏯᏏᏔᏗᏍᎨᏍᏗ ᎠᏥᏁᏗ ᎨᏎᏍᏗ ᎦᎸᏉᏗᏳ ᎠᏓᏅᏙ.
ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।
20 ᎠᏎᏃ ᏈᏓ ᎯᎠ ᏄᏪᏎᎴᎢ; ᎠᏕᎸ ᏗᏣᏤᎵ ᏫᏓᎵᏗᏛᏓ ᏨᏒ ᎭᎵᏛᏗᏍᎬᎢ, ᏅᏓᎦᎵᏍᏙᏓ ᎤᏁᎳᏅᎯ ᎤᏓᏁᏗ ᎨᏒ ᏰᎵᏉ ᎠᏕᎸ ᎬᏩᎯᏍᏙᏗ ᏤᎳ.
କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।
21 ᎥᏝ ᎪᎱᏍᏗ ᏣᏤᎵ ᏳᏓᏑᏯ ᎯᎠ ᎠᏂ, ᏝᏰᏃ ᏚᏳᎪᏛ ᏱᎩ ᏣᎾᏫ ᎤᏁᎳᏅᎯ ᎠᎦᏔᎲᎢ.
ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।
22 ᎾᏍᎩ ᎢᏳᏍᏗ ᎤᏲ ᎯᏰᎸᎾ ᎯᎠ ᎾᏍᎩ ᏥᏍᎦᏅᎩ, ᎠᎴ ᎯᏯᏙᏓᎵᏍᏓᏏ ᎤᏁᎳᏅᎯ, ᎦᏰᏣᏙᎵᏍᏗᏉ ᏱᏂᎦᎩ ᏄᏍᏛ ᏣᎾᏫᏱ ᏣᏓᏅᏖᎸᎢ.
ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;
23 ᎦᏙᎴᎣᏍᎦᏰᏃ ᏣᏚᎲ ᎤᏴᏍᏗ ᎠᏓᎪᎯ, ᎠᎴ ᎠᏍᎦᏂ ᏣᏓᎸᏍᏛᎢ.
କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି।
24 ᏌᏩᏂᏃ ᎤᏁᏨ ᎯᎠ ᏄᏪᏎᎢ; ᏂᎯ ᎡᏍᏗᏔᏲᏏ ᎤᎬᏫᏳᎯ ᎠᎩᏙᎵᏍᏗᏱ, ᎾᏍᎩᏃ ᏞᏍᏗ ᏌᏉᎤᏅ ᎯᎠ ᏥᏍᏗᏁᎩ ᏯᎩᎷᏤᎴᏍᏗ.
ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।
25 ᎾᏍᎩᏃ ᎤᏂᏃᎮᎸ ᎠᎴ ᎤᎾᎵᏥᏙᏅ ᎧᏃᎮᏛ ᎤᎬᏫᏳᎯ ᎤᏤᎵᎦ ᎤᎾᏨᏎ ᏥᎷᏏᎵᎻ ᏭᏂᎶᏎᎢ, ᎠᎴ ᎤᏣᏖ ᏌᎺᎵᏱ ᎠᏁᎯ ᏚᏂᏚᎲ ᎤᎾᎵᏥᏙᏁ ᎣᏍᏛ ᎧᏃᎮᏛ.
ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।
26 ᏗᎧᎿᎭᏩᏗᏙᎯᏃ ᎤᎬᏫᏳᎯ ᎤᏤᎵ ᎤᏁᏤᎴ ᏈᎵᎩ, ᎯᎠ ᏄᏪᏎᎢ; ᏔᎴᎲᎦ ᏧᎦᎾᏮ ᎢᏗᏢ ᏫᎶᎯ ᏂᎦᏅᏅᎢ ᏥᎷᏏᎵᎻ ᎨᏏᏃ, ᎾᎿᎭᎢᎾᎨ ᏥᎩ.
ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
27 ᏚᎴᏅᏃ ᎤᏪᏅᏎᎢ; ᎬᏂᏳᏉᏃ ᎠᏍᎦᏯ ᎢᏘᏱᏈ ᎡᎯ ᎠᏳᎾᎦ ᎠᏥᎸᏉᏗ ᎤᏁᏤᎸᎯ ᎬᏗᏏ ᎠᎨᏴ ᎤᎬᏫᏳᎯ ᎢᏗᎣᏈ ᎠᏁᎯ ᎤᎾᏤᎵᎦ, ᎾᏍᎩ ᏂᎦᏛ ᎠᏕᎸ ᎤᎦᏘᏕᎯ, ᎾᏍᎩ ᎤᏓᏙᎵᏍᏔᏂᎸᎯ ᎨᏎ ᏥᎷᏏᎵᎻ,
ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;
28 ᎿᎭᏉᏃ ᎤᏨᏏᏗᏎᎢ, ᎠᎴ ᏓᏆᎴᎷᎯ ᎤᏣᎡᎢ, ᎠᎪᎵᏰᏍᎨ ᎢᏌᏯ ᎠᏙᎴᎰᏍᎩ.
ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।
29 ᎠᏓᏅᏙᏃ ᎯᎠ ᏄᏪᏎᎴ ᏈᎵᎩ; ᎾᎥ ᏫᎷᎩ ᏫᏯᎵᎪᎲᏏ ᎾᏍᎩ Ꮎ ᏓᏆᎴᎷ.
ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।
30 ᏈᎵᎩᏃ ᎾᎿᎭᏭᏗᏠᎸ ᎤᏛᎦᏁ ᎠᏙᎴᎰᏍᎩ ᎢᏌᏯ ᎠᎪᎵᏰᏍᎬᎢ, ᎯᎠᏃ ᏄᏪᏎᎢ; ᎰᎵᎦᎨᎵ ᎾᏍᎩ ᏥᎪᎵᏰᎭ?
ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?
31 ᎾᏍᎩᏃ ᎯᎠ ᏄᏪᏎᎢ; ᎦᏙ ᏱᎦᎵᏍᏙᏓ, ᎢᏳᏃ ᎩᎶ ᎾᏆᏎᎮᎲᎾ ᏱᎩ? ᎤᏔᏲᎴᏃ ᏈᎵᎩ ᎤᏦᏗᏱ ᎠᎴ ᎢᏧᎳᎭ ᏧᏂᏗᏱ.
ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।
32 ᎯᎠ ᎾᏍᎩ ᎪᏪᎸ ᎠᎪᎵᏰᏍᎨᎢ; “ᎠᎦᏘᏃᎸᎩ ᎠᏫ ᎤᏃᏕᎾ ᎾᏍᎩᏯ ᏗᎯᏍᏗᏱ, ᎠᎴ ᎾᏍᎩᏯ ᎠᎩᎾ ᎠᏫ ᎡᎳᏪ ᏥᎨᏐ ᎬᏩᏍᏰᏍᎩ ᎠᏂᎦᏔᎲᎢ, ᎾᏍᎩᏯ ᎥᏝ ᏳᏍᏚᎢᏎ ᎠᎰᎵ.
ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।
33 ᎤᏲ ᏄᏛᎿᎭᏕᎬᎢ ᎠᏥᎩᎡᎸᎩ ᎤᏤᎵ ᎨᏒ ᏚᏳᎪᏛᎢ; ᎠᎴ ᎦᎪ ᏙᏓᎧᏃᎮᎵ ᏴᏫ ᎾᎯᏳ ᏤᎮ ᎠᏁᎯ? ᎬᏅᏰᏃ ᎤᏂᎩᏒᎩ ᎡᎶᎯ.”
ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”
34 ᎠᏳᎾᎦᏃ ᎤᏁᏨ ᎯᎠ ᏄᏪᏎᎴ ᏈᎵᎩ; ᎦᎪ ᎧᏃᎮᎭ ᎠᏙᎴᎰᏍᎩ ᎯᎠ ᎾᏍᎩ ᏥᏂᎦᏪᏎ? ᎤᏩᏒᏍᎪ, ᏅᏩᏓᎴᎨ ᎩᎶᎢ?
ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?
35 ᏈᎵᎩᏃ ᎤᏍᏚᎢᏒ ᎠᎰᎵ, ᎾᏍᎩ ᎾᎿᎭᎪᏪᎸ ᎤᎴᏅᎮᎢ ᎤᏃᎮᎮᎴ ᎣᏍᏛ ᎧᏃᎮᏛ ᏥᏌ ᎤᎬᏩᎵ.
ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।
36 ᎠᎾᎢᏒᏃ ᏅᏃᎯ, ᎠᎹᏱ ᎤᏂᎷᏤᎢ. ᎠᏳᎾᎦᏃ ᎯᎠ ᏄᏪᏎᎢ; ᎠᏂ ᎠᎹ, ᎦᏙ ᎠᎩᏲᏍᏙᏓᏁ ᎥᏆᏬᏍᏗᏱ?
ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି?
37 ᏈᎵᎩᏃ ᎯᎠ ᏄᏪᏎᎢ; ᏰᎵᏉ ᎢᏳᏃ ᏂᎦᎥ ᏣᎾᏫ ᏴᏗᎭ ᏲᎯᏳᎲᏍᎦ. ᎤᏁᏨᏃ ᎯᎠ ᏄᏪᏎᎢ; ᎪᎢᏳᎲᏍᎦ ᏥᏌ ᎦᎶᏁᏛ ᎤᏁᎳᏅᎯ ᎤᏪᏥ ᎨᏒᎢ.
[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]
38 ᎤᏁᏤᏃ ᏓᏆᎴᎷ ᎤᎴᏫᏍᏙᏗᏱ. ᎿᎭᏉᏃ ᏭᏂᎦᏐᎠᏏᎴ ᎠᎹᏱ ᎢᏧᎳ ᏈᎵᎩ ᎠᎴ ᎠᏳᎾᎦ, ᎾᏍᎩᏃ ᎠᎦᏬᎡᎢ.
ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
39 ᎠᎹᏱᏃ ᏧᎾᏓᏅᏒ ᏧᏂᎿᎭᎷᏒ, ᎤᎬᏫᏳᎯ ᎤᏓᏅᏙ ᎤᏘᎿᎭᏫᏛᎮ ᏈᎵᎩ, ᎠᏳᎾᎦᏃ Ᏺ ᎿᎭᏉ ᎣᏂ ᏳᎪᎮᎢ, ᎤᏩᏒᏰᏃ ᏩᎦᏛᎢ ᏭᎶᏎ ᎠᎵᎮᎵᎨᎢ.
ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।
40 ᏈᎵᎩᏍᎩᏂ ᎠᏥᏩᏛᎮ ᎠᏦᏓ; ᎠᎢᏒᏃ ᎠᎵᏥᏙᎲᏍᎨ ᎣᏍᏛ ᎧᏃᎮᏛ ᏂᎦᏛ ᏕᎦᏚᎲ ᎬᏂ ᏏᏌᎵᏱ ᏭᎷᏨ.
କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।

< ᎨᏥᏅᏏᏛ ᏄᎾᏛᏁᎵᏙᎸᎢ 8 >