< ᎣᏍᏛ ᎧᏃᎮᏛ ᏣᏂ ᎤᏬᏪᎳᏅᎯ 19 >

1 ᎿᎭᏉᏃ ᏆᎴᏗ ᎤᏂᏴᎲᎩ ᏥᏌ ᎠᎴ ᎤᎵᎥᏂᎸᎩ.
ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।
2 ᎠᏂᏯᏫᏍᎩᏃ ᎤᏂᏍᏕᏲᎸ ᏧᏣᏲᏍᏗ ᎠᎵᏍᏚᎶ ᎤᏃᏢᏅᎩ ᎠᎴ ᎬᏩᏍᏚᎳᏅᎩ, ᎠᎴ ᎩᎦᎨ ᎠᏄᏬ ᎬᏩᏄᏬᎥᎩ,
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;
3 ᎠᎴ ᎯᎠ ᏄᏂᏪᏒᎩ; ᎢᏨᏲᎵᎦ ᏣᎬᏫᏳᎯ ᎠᏂᏧᏏ ᎤᎾᏤᎵᎦ. ᎠᎴ ᏕᎬᏩᏏᏛᏂᎸᎩ.
ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।
4 ᎿᎭᏉᏃ ᏆᎴᏗ ᏔᎵᏁ ᎤᏄᎪᏨᎩ, ᎯᎠ ᏫᏂᏚᏪᏎᎸᎩ; ᎬᏂᏳᏉ ᎢᏨᎾᏄᎪᏫᏏ, ᎢᏣᏙᎴᎰᎯᏍᏗᏱ ᎤᏍᎦᏅᏨ ᎾᎩᏩᏛᎲᎾ ᎨᏒᎢ.
ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।
5 ᏥᏌᏃ ᏓᏳᎾᏄᎪᏨᎩ, ᎤᎵᏍᏚᎸᎩ ᎠᎵᏍᏚᎶ ᏧᏣᏲᏍᏗ ᎪᏢᏔᏅᎯ, ᎠᎴ ᎤᏄᏮᎩ ᎩᎦᎨ ᎠᏄᏬ. ᏆᎴᏗᏃ ᎯᎠ ᏂᏚᏪᏎᎸᎩ; ᎬᏂᏳᏉ ᎯᎠ ᎾᏍᎩ ᎠᏍᎦᏯ.
ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
6 ᎿᎭᏉᏃ ᏄᏂᎬᏫᏳᏒ ᎠᏥᎸ-ᎠᏁᎶᎯ ᎠᎴ ᏗᎾᏓᏂᏱᏍᎩ ᎬᏩᎪᎲ, ᎤᏁᎷᏅᎩ, ᎯᎠ ᏄᏂᏪᏒᎩ; ᎯᏯᏛᎥᎦ! ᎯᏯᏛᎥᎦ! ᏆᎴᏗ ᎯᎠ ᏂᏚᏪᏎᎸᎩ; ᏂᎯ ᎡᏣᏗᎿᎭᏫᏛ, ᎠᎴ ᎡᏣᏛᎥᎦ; ᎠᏴᏰᏃ ᎥᏝ ᏱᏥᏩᏘᎭ ᎤᏍᎦᏅᏨᎢ.
ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।
7 ᎠᏂᏧᏏ ᎯᎠ ᏫᏅᎬᏩᏪᏎᎸᎩ; ᏗᎧᎿᎭᏩᏛᏍᏗ ᎣᎩᎭ, ᏦᎩᎧᎿᎭᏩᏛᏍᏗᏃ ᏂᎬᏅ ᏰᎵᏉ ᎬᏩᏲᎱᎯᏍᏗ, ᎤᏁᎳᏅᎯᏰᏃ ᎤᏪᏥ ᎤᏤᎸᏅᎩ.
ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି
8 ᎿᎭᏉᏃ ᏆᎴᏗ ᎾᏍᎩ ᎤᏛᎦᏅ ᎤᏟ ᎢᎦᎢ ᎤᏍᎦᎸᎩ;
ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;
9 ᎠᎴ ᏔᎵᏁ ᎤᏴᎸᎩ ᏗᎫᎪᏙᏗᏱ, ᎯᎠ ᏫᏄᏪᏎᎸᎩ ᏥᏌ; ᎭᏢ ᏅᏓᏣᏓᎴᏅᎯ? ᎠᏎᏃ ᏥᏌ ᎥᏝ ᏳᏁᏤᎴᎢ.
ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।
10 ᎿᎭᏉᏃ ᏆᎴᏗ ᎯᎠ ᏄᏪᏎᎸᎩ; ᏝᏍᎪ ᏱᏍᎩᏁᏤᎭ? ᏝᏍᎪ ᏱᎦᏔᎭ ᏰᎵᏉ ᎦᎬᏯᏛᏗ ᎨᏒᎢ, ᎠᎴ ᏰᎵᏉ ᏗᎦᎬᏲᎯᏍᏗ ᎨᏒᎢ?
ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ?
11 ᏥᏌ ᎯᎠ ᏄᏪᏎᎸᎩ; ᎥᏝ ᏱᎨᏣᎭ ᏰᎵ ᎠᏴ ᎪᎱᏍᏗ ᏍᏋᏁᏗᏱ, ᎦᎸᎳᏗ ᏅᏓᏰᏣᎵᏍᎪᎸᏓᏁᎸᎯ ᏂᎨᏒᎾ ᏱᎩ. ᎾᏍᎩ ᎢᏳᏍᏗ, ᎠᏴ ᏗᎩᏲᏒᎯ ᏂᎯ ᏗᏣᏲᎯᏎᎸᎯ ᎤᏟ ᎡᏉᎯᏳ ᎤᏍᎦᏅᏨ.
ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”
12 ᎾᎯᏳᏃ ᎢᏳᏓᎴᏅᏛ ᏆᎴᏗ ᎤᏲᎸᎩ ᎥᎤᏪᎪᏗᏱ. ᎠᏎᏃ ᎠᏂᏧᏏ ᎤᏁᎷᏅᎩ, ᎯᎠ ᏄᏂᏪᏒᎩ; ᎢᏳᏃ ᎯᎠ ᎠᏍᎦᏯ ᎢᎯᏯᎧᏅᎭ ᎥᏝ ᏏᏌ ᎢᏍᏓᎵᎢ ᏱᎦᎨᏎᏍᏗ. ᎩᎶ ᎤᎬᏫᏳᎯ ᎠᏤᎸᏍᎩ, ᎧᏁᎬ ᏏᏌ ᎠᏡᏗᏍᎪᎢ.
ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।
13 ᎾᏍᎩ ᎢᏳᏍᏗ ᏆᎴᏗ ᎾᏍᎩ ᎤᏛᎦᏅ ᎤᏄᎪᏫᏒᎩ ᏥᏌ, ᎠᎴ ᎤᏪᏅᎩ ᏗᎫᎪᏙᏗᏱ ᎦᏍᎩᎸᎢ, ᏅᏯ-ᎠᏰᏍᏓᎥ ᏕᎤᏙᎥᎢ, ᎠᏂᏧᏏᏍᎩᏂ ᎤᏂᏬᏂᎯᏍᏗ ᎨᏒ ᎨᏆᏓ ᏕᎤᏙᎥ.
ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍‍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ।
14 ᎧᏃᎯᏰᎩᏃ ᏗᎵᏍᏓᏴᏗᏱ ᎠᏛᏅᎢᏍᏙᏗᏱ ᎢᎦ ᎨᏒᎩ, ᎠᎴ ᏔᎳᏚ ᎢᏳᏟᎶᏛ ᎢᏴᏛ ᎧᎳᏩᏗᏒ ᎨᏒᎩ, ᏆᎴᏗᏃ ᎯᎠ ᏂᏚᏪᏎᎸᎩ ᎠᏂᏧᏏ; ᎬᏂᏳᏉ ᎤᎬᏫᏳᎯ ᎢᏣᏤᎵᎦ!
ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
15 ᎠᏎᏃ ᎤᏁᎷᏅᏉ ᎯᎠ ᏄᏂᏪᏒᎩ; ᎯᎷᎦ! ᎯᎷᎦ! ᎯᏯᏛᎥᎦ! ᏆᎴᏗ ᎯᎠ ᏂᏚᏪᏎᎸᎩ; ᏓᏥᏯᏛᏂᏍᎪ ᎢᏣᏤᎵᎦ ᎤᎬᏫᏳᎯ? ᏄᏂᎬᏫᏳᏒ ᎠᏥᎸ-ᎠᏁᎶᎯ ᎯᎠ ᏄᏂᏪᏎᎸᎩ; ᎥᏝ ᏲᎩᎧᎭ ᎤᎬᏫᏳᎯ, ᏏᏌ ᎤᏩᏒ!
ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
16 ᎿᎭᏉᏃ ᏚᏲᎯᏎᎸᎩ ᎤᎾᏛᏗᏱ. ᎤᏂᏂᏴᏛᎩᏃ ᏥᏌ ᎠᎴ ᎤᎾᏘᎾᏫᏛᎲᎩ.
ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।
17 ᏥᏌᏃ ᏧᏓᎿᎭᏩᏛ ᎦᏁᎲᎩ ᎤᏄᎪᏨᎩ, ᎤᏍᏆᎷᎪ ᏚᏙᎥ ᎤᎷᏨᎩ, ᎾᏍᎩ ᎪᎵᎦᏓ ᏚᏙᎥ ᎠᏂᏧᏏ ᎤᏂᏬᏂᎯᏍᏗ ᎨᏒ ᎠᏅᏗᏍᎬᎢ;
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‌ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
18 ᎾᎿᎭᏂ ᎬᏩᏛᏅᎩ, ᎠᎴ ᎠᏂᏔᎵ ᏅᏩᎾᏓᎴ ᎢᏧᎳᎭ ᏕᎨᎦᏛᏅᎩ ᎢᏧᎳ ᎢᏗᏢ ᏥᏌᏃ ᎠᏰᎵ.
ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।
19 ᏆᎴᏗᏃ ᎤᏬᏪᎳᏅᎩ ᎠᎪᎵᏰᏗ, ᎠᎴ ᏓᏓᎿᎭᏩᏍᏛ ᎤᏪᏯᎸᏅᎩ; ᎯᎠ ᏂᎬᏅ ᎪᏪᎸᎩ; ᏥᏌ ᎾᏎᎵᏗ ᎡᎯ, ᎤᎬᏫᏩᎯ ᎠᏂᏧᏏ ᎤᎾᏤᎵᎦ.
ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।
20 ᎯᎠ ᎾᏍᎩ ᎠᎪᎵᏰᏗ ᎤᏂᏣᏛ ᎠᏂᏧᏏ ᎠᏂᎪᎵᏰᏍᎬᎩ, ᏥᏌᏰᏃ ᎠᎦᏛᏅ ᎦᏚᎲ ᎾᎥ ᎨᏒᎩ, ᎠᏂᏧᏏᏃ, ᎠᎴ ᎠᏂᎪᎢ, ᎠᎴ ᎠᏂᎶᎻ ᏧᏂᏬᏂᎯᏍᏗ ᎨᏒ ᎪᏪᎸᎩ.
ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା।
21 ᎿᎭᏉᏃ ᏄᏂᎬᏫᏳᏒ ᎠᏥᎸ-ᎠᏁᎶᎯ ᎠᏂᏧᏏ ᏧᎾᏤᎵᎦ ᎯᎠ ᏄᏂᏪᏎᎸᎩ ᏆᎴᏗ; ᏞᏍᏗ ᎯᎠ ᎢᏨᏁᎸ ᏦᏪᎳᏅᎩ; ᎤᎬᏫᏳᎯ ᎠᏂᏧᏏ ᎤᎾᏤᎵᎦ; ᎯᎠᏍᎩᏂ; ᎠᎩᎬᏫᏳᎯ ᎠᏂᏧᏏ ᎤᎾᏤᎵᎦ ᎠᏗᏍᎬᎩ.
ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।
22 ᏆᎴᏗ ᎯᎠ ᏄᏪᏒᎩ; ᏥᎾᏋᏁᎸ ᏣᏉᏪᎳᏅ, ᎿᎭᏉ ᎠᏎ ᎠᏉᏪᎳᏅ.
ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ।
23 ᎿᎭᏉᏃ ᎠᏂᏯᏫᏍᎩ, ᏥᏌ ᎬᏩᏛᏅ, ᏚᏂᏁᏒᎩ ᏧᏄᏬ, ᏅᎩ ᏂᏚᏂᏛᎩ, ᏌᏉ ᎢᎦᏛᎯ ᎠᏏᏴᏫ ᎠᏯᏫᏍᎩ ᎤᏤᎵᎦ ᏄᏅᏁᎸᎩ; ᎠᎴ ᎾᏍᏉ ᎭᏫᏂ ᎤᏄᏬᎥᎯ. ᎾᏍᎩ ᎭᏫᏂ ᎠᏄᏬ ᎥᏝ ᎦᏰᏫᏛ ᏱᎨᏎᎢ, ᏂᎬ ᎬᏅᎯ ᎨᏒᎩ.
ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।
24 ᎾᏍᎩ ᎢᏳᏍᏗ ᎯᎠ ᏂᏚᎾᏓᏪᏎᎸᎩ; ᏞᏍᏗ ᎢᎩᏣᎦᎸᎢᏒᎩ, ᎢᏓᏎᎯᏉᏍᎩᏂ ᎢᏓᏙᎴᎰᎯ ᎤᏤᎵᎦ ᎢᏳᎵᏍᏙᏗ ᎨᏒᎢ; ᎤᏙᎯᏳᏗᏱ ᎪᏪᎸ ᎯᎠ ᏥᏂᎬᏅ; ᏚᏂᏯᏙᎸᎩ ᏗᏆᏄᏬ, ᎠᎴ ᎠᏆᏄᏬᏍᏗ ᎤᎾᏌᏍᏔᏅᎩ. ᎯᎠ ᎾᏍᎩ ᎠᏂᏯᏫᏍᎩ ᏄᎾᏛᏁᎸᎩ.
ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା, ଯେପରି ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହୁଏ, “ସେମାନେ ଆପଣା ଆପଣା ମଧ୍ୟରେ ମୋହର ବସ୍ତ୍ର ଭାଗ କଲେ, ପୁଣି, ମୋହର ଅଙ୍ଗରଖା ନିମନ୍ତେ ଗୁଲିବାଣ୍ଟ କଲେ।” ତେଣୁ ସୈନ୍ୟମାନେ ଏହାସବୁ କଲେ।
25 ᎾᎥᏃ ᏓᏓᎿᎭᏩᏍᏛ ᏥᏌ ᎦᏛᎢ ᎠᏂᏙᎾᎥᎩ ᎤᏥ, ᎤᏂᏃ ᎤᎸᎢ ᎺᎵ ᏟᎣᏆ ᎤᏓᎵᎢ, ᎺᎵᏃ ᎹᎩᏕᎵ ᎡᎯ.
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।
26 ᏥᏌᏃ ᎤᎪᎲ ᎤᏥ, ᎠᎴ ᎤᎪᎲ ᎾᎥ ᎦᏙᎬ ᎤᏍᏓᏩᏗᏙᎯ ᎤᎨᏳᎯ, ᎯᎠ ᏄᏪᏎᎸᎩ ᎤᏥ; ᎯᎨᏴ, ᎬᏂᏳᏉ ᏤᏥ.
ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”
27 ᎿᎭᏉᏃ ᎯᎠ ᏅᎤᏪᏎᎸᎩ ᎤᏍᏓᏩᏗᏙᎯ; ᎬᏂᏳᏉ ᏣᏥᎢ. ᎾᎯᏳᏉᏃ ᎾᏍᎩ ᎤᏍᏓᏩᏗᏙᎯ ᏧᏪᏅᏒ ᏭᏘᏅᏍᏔᏅᎩ.
ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।
28 ᎿᎭᏉᏃ ᏥᏌ ᎠᎦᏔᎯᏳ ᎨᏒ ᏂᎦᎥ ᎿᎭᏉ ᎤᎵᏍᏆᏛᎢ, ᎪᏪᎸ ᎤᏙᎯᏳᏗᏱ, ᎠᎩᏔᏕᎩᎭ, ᎤᏛᏅᎩ.
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”
29 ᎾᎿᎭᏃ ᎥᎦᎧᎲᎩ ᎠᏖᎵᏙ ᏧᏂᏦᏯᏍᏗ ᎠᎧᎵᏬᎯ; ᏚᏬᎢᎵᏃ ᏧᏂᏦᏯᏍᏗ ᎤᏂᎧᎵᎢᏍᏔᏅᎩ, ᎠᎴ ᎾᏍᎩ ᎯᏏᏈ ᎤᏂᏆᏙᏔᏅᎩ, ᎠᎰᎵ ᎾᎥ ᎤᏂᏩᏌᏔᏅᎩ.
ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ଏଜୋବ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ।
30 ᏥᏌᏃ ᏧᏂᏦᏯᏍᏗ ᎤᏁᎩᏒ ᎯᎠ ᏄᏪᏒᎩ; ᎿᎭᏉ ᎠᎵᏍᏆᏓ; ᎤᎵᏍᎫᏫᏒᏃ ᏕᎤᏲᏒᎩ ᎤᏓᏅᏙ.
ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।
31 ᎠᏂᏧᏏᏃ ᎤᏂᏔᏲᏎᎸᎩ ᏆᎴᏗ ᏗᏂᏅᏍᎨᏂ ᏗᎨᏥᏍᏆᎵᏎᏗᏱ ᎠᎴ ᏗᎨᏥᏁᏍᏗᏱ, ᏅᏓᏳᎵᏍᏙᏔᏅᎩ ᎠᏛᏅᎢᏍᏙᏗᏱ ᎢᎦ ᎨᏒᎢ, ᏞᏍᏗ ᎤᎾᏙᏓᏆᏍᎬ ᏱᏗᎦᏕᏍᏗ ᎠᏁᎵᏍᎬᎩ, ᎾᏍᎩᏰᏃ ᎤᎾᏙᏓᏆᏍᎬ ᎢᎦ ᎦᎸᏉᏗᏳ ᎨᏒᎩ.
ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।
32 ᎾᏍᎩ ᎢᏳᏍᏗ ᎠᏂᏯᏫᏍᎩ ᎤᏂᎷᏨᎩ, ᏚᏂᏍᏆᎵᏒᎩ ᏗᎦᏅᏍᎨᏂ ᎢᎬᏱᏱ ᎦᏗ ᎠᎴ ᏐᎢ ᎢᏧᎳᎭ ᏥᏌ ᏗᎨᎦᏛᏅᎯ.
ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
33 ᏥᏌᏍᎩᏂ ᎦᏛ ᏭᏂᎷᏨ, ᎠᎴ ᎤᎾᏙᎴᎰᏒ ᎦᏳᎳ ᎤᏲᎱᏒᎯ ᎨᏒᎢ, ᎥᏝ ᏱᏚᏂᏍᏆᎵᏎ ᏗᎦᏅᏍᎨᏂ;
ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
34 ᎠᏏᏴᏫᏍᎩᏂ ᎠᏯᏫᏍᎩ, ᏗᏓᏘᏍᏗ ᎤᏪᏘᏍᏔᏅᎩ ᎠᏍᏉᎨᏂ, ᎩᎳᏉᏃ ᎢᏴᏛ ᎾᎿᎭᏓᏳᏨᏨᎩ ᎩᎬ ᎠᎴ ᎠᎹ.
କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା।
35 ᎾᏍᎩᏃ Ꮎ ᎤᎪᎲᎯ ᎤᏃᎮᎸᎩ, ᎧᏃᎮᏍᎬᏃ ᎤᏙᎯᏳᎭ, ᎠᎴ ᎠᎦᏔᎭ ᎤᏙᎯᏳᎯ ᎧᏃᎮᏍᎬᎢ, ᎾᏍᎩ ᎨᏦᎯᏳᏗ ᎢᏳᎵᏍᏙᏗᏱ.
ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।
36 ᎾᏍᎩᏰᏃ ᎯᎠ ᏄᎵᏍᏔᏅᎩ ᎤᏙᎯᏳᏗᏱ ᎪᏪᎸ ᎯᎠ ᏥᏂᎬᏅ; “ᎥᏝ ᏌᏉ ᎤᎪᎳ ᏧᎵᏍᏆᎵᏍᏗ ᏱᎨᏎᏍᏗ.”
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
37 ᎠᎴᏬ ᏅᏩᏓᎴ ᎪᏪᎸ ᎯᎠ ᏂᎦᏩᎭ; “ᏙᏓᎬᏩᎧᎾᏂ ᏗᎬᏪᏘᎸᎯ.”
ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
38 ᎾᏍᎩᏃ ᏄᎵᏍᏔᏂᏙᎸ ᎣᏂ ᏦᏩ ᎠᎵᎹᏗᏱ ᎡᎯ, ᏥᏌ ᎠᏍᏓᏩᏗᏙᎯ ᎨᏒᎩ, ᎠᏎᏃ ᎤᏕᎵᏛᏉ ᎠᏂᏧᏏ ᏓᏍᎦᎢᎲᎢ ᏅᏓᎦᎵᏍᏙᏗᏍᎬᎩ, ᎾᏍᎩ ᏦᏩ ᎤᏔᏲᏎᎸᎩ ᏆᎴᏗ ᎤᏁᏍᏗᏱ ᏥᏌ ᎠᏰᎸᎢ. ᏆᎴᏗᏃ ᎤᎵᏍᎪᎸᏓᏁᎸᎩ. ᎰᏩᏃ ᎤᎷᏨᎩ ᎤᏁᏒᎩ ᏥᏌ ᎠᏰᎸᎢ.
ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।
39 ᎾᏍᏉᏃ ᎥᎤᎷᏨᎩ ᏂᎦᏗᎹᏏ, ᎾᏍᎩ ᎢᎬᏱᏱ ᏥᏌ ᎡᏃᏱ ᎤᎷᏤᎸᎯ, ᎤᏲᎸᎩ ᏗᏜᏓᏍᏔᏅᎯ ᎻᎳ ᎡᎳᏫᏃ, ᎠᏍᎪᎯᏧᏈ ᎢᏴᏛ ᎢᏳᏓᎨᏛ.
ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।
40 ᎿᎭᏉᏃ ᎤᏂᏁᏒᎩ ᏥᏌ ᎠᏰᎸᎢ ᎠᎴ ᏙᎴᏛ ᎠᏄᏬ ᎤᏂᏣᏄᎶᏔᏅᎩ, ᎠᎴ ᎾᏍᏉ ᏗᎦᏩᏒᎩ ᏚᏂᏣᏄᎳᏅᎩ, ᎾᏍᎩᏯ ᎢᏳᎾᏛᏁᏗ ᎨᏒ ᎠᏂᏧᏏ ᏓᎾᏓᏂᏌ.
ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ।
41 ᎾᎿᎭᏃ ᎠᎦᏛᏅ ᎠᏫᎡᏗᏱ ᎪᏢᏒᎩ; ᎾᎿᎭᏃ ᎠᏫᏒᏗᏱ ᎢᏤ ᏗᏓᏂᏐᏗᏱ ᎪᏢᏒᎩ ᎩᎶ ᎠᏥᏂᏌᏅ ᎠᏏ ᏂᎨᏒᎾ.
ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା।
42 ᎾᎿᎭᏃ ᎤᏂᏅᏅᎩ ᏥᏌ ᏅᏓᎦᎵᏍᏙᏗᏍᎬᎩ ᎠᏂᏧᏏ ᎤᎾᏤᎵᎦ ᎠᏛᏅᎢᏍᏙᏗᏱ ᎢᎦ ᎨᏒᎢ; ᏗᏓᏂᏐᏗᏱᏰᏃ ᎾᎥᏉ ᎨᏒᎩ.
ଅତଏବ, ଯିହୁଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା।

< ᎣᏍᏛ ᎧᏃᎮᏛ ᏣᏂ ᎤᏬᏪᎳᏅᎯ 19 >