< 1 Mafumu 22 >

1 Kwa zaka zitatu panalibe nkhondo pakati pa Aramu ndi Israeli.
ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
2 Koma pa chaka chachitatu, Yehosafati mfumu ya ku Yuda anapita kukacheza ndi mfumu ya ku Israeli.
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
3 Mfumu ya ku Israeli nʼkuti itawuza atumiki ake kuti, “Kodi inu simukudziwa kuti Ramoti Giliyadi ndi dera lathu ndipo ife palibe chimene tikuchita kuti tilitenge deralo mʼmanja mwa mfumu ya Aramu?”
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
4 Tsono iye anafunsa Yehosafati kuti, “Kodi udzapita nane ku nkhondo ku Ramoti Giliyadi?” Yehosafati anayankha mfumu ya ku Israeli kuti, “Ine ndili monga inu, anthu anga monga anthu anu, akavalo anga monga akavalo anu.”
ପୁଣି, ସେ ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
5 Koma Yehosafati anawuzanso mfumu ya ku Israeli kuti, “Poyamba mupemphe nzeru kwa Yehova.”
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
6 Choncho mfumu ya Israeli inasonkhanitsa pamodzi aneneri okwanira 400, ndipo inawafunsa kuti, “Kodi ndipite kukathira nkhondo Ramoti Giliyadi, kapena ndileke?” Iwo anayankha kuti, “Pitani, pakuti Ambuye waupereka mzindawo mʼmanja mwa mfumu.”
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
7 Koma Yehosafati anafunsa kuti, “Kodi kuno kulibenso mneneri wina wa Yehova kumene ife tingakafunsireko nzeru?”
ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”
8 Mfumu ya ku Israeli inayankha Yehosafati kuti, “Alipo munthu mmodzi amene ife tingakafunsire kwa Yehova, koma ndimadana naye chifukwa iyeyo samanenera kanthu kalikonse kabwino ka ine, koma zoyipa nthawi zonse. Dzina lake ndi Mikaya mwana wa Imula.” Yehosafati anayankha kuti, “Mfumu musatero.”
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
9 Choncho mfumu ya Israeli inayitana mmodzi mwa atumiki ake ndipo inati, “Kayitane Mikaya mwana wa Imula msangamsanga.”
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
10 Atavala mikanjo yawo yaufumu, mfumu ya ku Israeli ndi Yehosafati mfumu ya ku Yuda anakhala pa mipando yawo yaufumu pabwalo lopondera tirigu pafupi ndi chipata cha Samariya, pamodzi ndi aneneri onse akunenera pamaso pawo.
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।
11 Tsono Zedekiya mwana wa Kenaana nʼkuti atapanga nyanga zachitsulo ndipo iye ananenera kuti, “Yehova akuti, ‘Ndi nyanga izi, inu mudzagunda nazo Aaramu mpaka iwo atawonongeka.’”
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12 Aneneri ena onse ananenera zomwezonso. Iwo anati, “Kathireni nkhondo Ramoti Giliyadi ndipo mukapambana, pakuti Yehova adzawupereka mzindawo mʼdzanja la mfumu.”
ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
13 Wamthenga amene anapita kukayitana Mikaya anamuwuza kuti, “Taonani, aneneri onse monga munthu mmodzi akunenera za kupambana kwa mfumu. Mawu anunso akhale ogwirizana ndi mawu awo, ndipo mukayankhule zabwino.”
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14 Koma Mikaya anati, “Pali Yehova wamoyo, ine ndikawawuza zokhazo zimene Yehova akandiwuze.”
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15 Atafika, Ahabu anamufunsa kuti, “Mikaya, kodi tipite kukathira nkhondo Ramoti Giliyadi, kapena tileke?” Iye anayankha kuti, “Pitani ndipo mukapambana, pakuti Yehova adzawupereka mzindawo mʼdzanja la mfumu.”
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16 Ahabu anati kwa iye, “Kodi ndikulumbiritse kangati kuti undiwuze zoona zokhazokha mʼdzina la Yehova?”
ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
17 Pamenepo Mikaya anayankha kuti, “Ndinaona Aisraeli onse atamwazikana pa mapiri ngati nkhosa zopanda mʼbusa, ndipo Yehova anati, ‘Anthu awa alibe mbuye wawo. Aliyense apite kwawo mwamtendere.’”
ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
18 Mfumu ya ku Israeli inati kwa Yehosafati, “Kodi ine sindinakuwuzeni kuti ameneyu samanenera kanthu kalikonse kabwino ka ine, koma zoyipa zokhazokha?”
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
19 Mikaya anapitiriza kuyankhula nati, “Tsono imvani mawu a Yehova: Ine ndinaona Yehova atakhala pa mpando wake waufumu, gulu lonse la kumwamba litayima ku dzanja lake lamanja ndi ku dzanja lake lamanzere.
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
20 Ndipo Yehova anati, ‘Kodi ndani amene akamukope Ahabu kuti akathire nkhondo Ramoti Giliyadi, nʼkukafera komweko?’” “Wina anapereka maganizo ena ndipo winanso maganizo ena.
ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21 Potsirizira, mzimu wina unabwera ndi kuyima pamaso pa Yehova ndipo unati, ‘Ine ndidzamukopa.’”
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
22 Yehova anafunsa kuti, “Ukamukopa bwanji?” Mzimuwo unati, “Ndidzapita ndi kukakhala mzimu wabodza pakamwa pa aneneri ake onse.” Yehova anati, “‘Iwe udzamukopadi. Pita kachite zomwezo.’
ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
23 “Ndipo tsopano taonani, Yehova wayika mzimu wabodza mʼkamwa mwa aneneri anu onsewa. Yehova waneneratu kuti mukaona mavuto.”
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
24 Pamenepo Zedekiya mwana wa Kenaana anapita pafupi namenya Mikaya patsaya. Iye anafunsa Mikaya kuti, “Kodi mzimu wa Yehova unadzera njira iti pamene umatuluka mwa ine kuti uziyankhula ndi iwe?”
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
25 Mikaya anayankha kuti, “Udzaona pa tsiku limene uzikalowa mʼchipinda chamʼkati kuti ukabisale.”
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26 Pamenepo mfumu ya ku Israeli inalamula kuti, “Mugwireni Mikaya ndipo mubwerere naye kwa Amoni mkulu wa mzinda, ndi kwa Yowasi mwana wa mfumu
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
27 ndipo mukanene kuti, ‘Chimene mfumu ikunena ndi ichi; Muyikeni mʼndende munthu uyu ndipo musamupatse chakudya china koma buledi ndi madzi pangʼono mpaka nditabwerera mwamtendere.’”
ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
28 Mikaya ananena kuti, “Ngati mudzabwerera mwamtendere, Yehova sanayankhule kudzera mwa ine.” Ndipo iye anapitiriza kunena kuti, “Gwiritsitsani mawu angawa, anthu inu nonse!”
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
29 Choncho mfumu ya ku Israeli ndi Yehosafati mfumu ya ku Yuda anapita ku Ramoti Giliyadi.
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
30 Mfumu ya ku Israeli inawuza Yehosafati kuti, “Ine ndidzalowa mu nkhondoyi modzibisa, koma inu muvale zovala zanu zaufumu.” Choncho mfumu ya ku Israeli inadzibisa ndi kupita ku nkhondo.
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
31 Tsono mfumu ya ku Aramu nʼkuti italamulira anthu ake 32 olamulira magaleta kuti, “Musamenyane ndi wina aliyense, wamngʼono kapena wamkulu, koma mfumu ya ku Israeli.”
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32 Olamulira magaleta ataona Yehosafati, ankaganiza kuti, “Ndithu iyi ndiye mfumu ya ku Israeli.” Choncho anabwerera kukamenyana naye, koma Yehosafati atafuwula,
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
33 olamulira akavalo anaona kuti sanali mfumu ya ku Israeli ndipo analeka kumuthamangitsa.
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34 Koma munthu wina anaponya muvi wake mwachiponyeponye ndi kulasa mfumu ya ku Israeli polumikizira malaya ake odzitetezera. Mfumu inawuza woyendetsa galeta lake kuti, “Tembenuka ndipo undichotse pa nkhondo pano pakuti ndalasidwa.”
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35 Nkhondo inakula kwambiri tsiku limenelo, ndipo mfumu inakhala tsonga mʼgaleta lake moyangʼanana ndi Aaramu. Magazi ake ankayenderera pansi kuchokera mʼgaleta, ndipo pa nthawi ya madzulo inamwalira.
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36 Pamene dzuwa linkalowa, kunamveka mfuwu wa nkhondo kuti, “Munthu aliyense apite ku mzinda wa kwawo, aliyense apite ku dziko la kwawo!”
“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37 Ndipo mfumu ija inafa, nabwera nayo ku Samariya, ndipo anayika mʼmanda kumeneko.
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38 Anatsuka galeta lija pa dziwe la ku Samariya (pamene ankasamba akazi achiwerewere) ndipo agalu ananyambita magazi a mfumuyo, monga momwe Yehova ananenera.
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39 Tsono ntchito zina za Ahabu, kuphatikiza zonse anazichita, nyumba yaufumu imene anamanga yokutidwa ndi minyanga ya njovu, mizinda yotetezedwa, kodi sizinalembedwe mʼbuku la mbiri ya mafumu a ku Israeli?
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
40 Ahabu anamwalira nayikidwa mʼmanda pamodzi ndi makolo ake. Ndipo Ahaziya mwana wake analowa ufumu mʼmalo mwake.
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
41 Yehosafati, mwana wa Asa anakhala mfumu ya ku Yuda chaka chachinayi cha Ahabu mfumu ya ku Israeli.
ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
42 Yehosafati anali wa zaka 35 pamene analowa ufumu, ndipo analamulira ku Yerusalemu zaka 25. Amayi ake anali Azuba mwana wa Silihi.
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।
43 Pa zinthu zonse, Yehosafati anayenda mʼnjira za Asa abambo ake ndipo sanachite zotsutsana ndi machitidwe a abambo ake. Iye anachita zolungama pamaso pa Yehova. Komabe, malo azipembedzo sanawawononge, ndipo anthu anapitiriza kupereka nsembe ndi kufukiza lubani kumeneko.
ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
44 Yehosafati anakhala mwamtendere ndi mfumu ya ku Israeli.
ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45 Ntchito zake zina za Yehosafati, zinthu zimene anachita ndi zamphamvu zimene anaonetsa, kodi sizinalembedwe mʼbuku la mbiri ya mafumu a ku Yuda?
ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
46 Iye anachotsa mʼdzikomo amuna onse ochita zachiwerewere mwa chipembedzo amene anatsalira pa nthawi ya ulamuliro wa Asa, abambo ake.
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
47 Nthawi imeneyo kunalibe mfumu ku Edomu, amene ankalamulira anali munthu woyikidwa ndi mfumu ya ku Yuda.
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48 Yehosafati anapanga sitima zapamadzi zopita ku Ofiri kukatenga golide, koma sitimazo sizinayende chifukwa zinawonongeka ku Ezioni Geberi.
ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
49 Nthawi imeneyo Ahaziya mwana wa Ahabu anawuza Yehosafati kuti, “Anthu anga ayende pa madzi pamodzi ndi anthu anu,” koma Yehosafati anakana.
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।
50 Ndipo Yehosafati anamwalira nayikidwa mʼmanda pamodzi ndi makolo ake mu mzinda wa Davide. Ndipo Yoramu mwana wake analowa ufumu mʼmalo mwake.
ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
51 Ahaziya mwana wa Ahabu anakhala mfumu ya ku Israeli ku Samariya mʼchaka cha 17 cha Yehosafati mfumu ya ku Yuda, ndipo analamulira Israeli zaka ziwiri.
ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
52 Iye anachita zoyipa pamaso pa Yehova, chifukwa anayenda mʼnjira za abambo ndi amayi ake komanso mʼnjira za Yeroboamu mwana wa Nebati, amene anachimwitsa Israeli.
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
53 Potumikira ndi kupembedza Baala, iye anakwiyitsa Yehova Mulungu wa Israeli, monga momwe anachitira abambo ake.
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।

< 1 Mafumu 22 >