< Mika 6 >

1 Tamverani zimene Yehova akunena: “Nyamukani, fotokozani mlandu wanu pamaso pa mapiri; zitunda zimve zimene inu muti muyankhule.
ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
2 Imvani mlandu wa Yehova, inu mapiri; tamverani, maziko amuyaya a dziko lapansi. Pakuti Yehova ali ndi mlandu ndi anthu ake; Iye akutsutsa Aisraeli.
ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
3 “Anthu anga, kodi ndakuchitirani chiyani? Kodi ndakutopetsani bwanji? Ndiyankheni.
“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
4 Ine ndinakutulutsani ku dziko la Igupto ndi kukuwombolani ku nyumba ya ukapolo. Ndinatuma Mose kuti akutsogolereni, pamodzi ndi Aaroni ndi Miriamu.
ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
5 Anthu anga, kumbukirani zimene Balaki mfumu ya ku Mowabu inafuna kukuchitirani ndiponso zimene Balaamu mwana wa Beori anayankha. Kumbukirani zomwe zinachitika pa ulendo wochoka ku Sitimu kupita ku Giligala, kuti mudziwe machitidwe olungama a Yehova.”
ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
6 Kodi ndidzatenga chiyani kupita nacho pamaso pa Yehova ndi kukagwada pamaso pa Mulungu wakumwamba? Kodi ndidzabwera pamaso pake ndi nsembe yopsereza, ndi ana angʼombe a chaka chimodzi?
“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
7 Kodi Yehova adzakondwera ndi nkhosa zazimuna 1,000, kapena ndi mitsinje yosalekeza ya mafuta? Kodi ndipereke nsembe mwana wanga woyamba kubadwa chifukwa cha zolakwa zanga? Chipatso cha thupi langa chifukwa cha tchimo la moyo wanga?
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
8 Munthu iwe, Yehova wakuonetsa kale chimene chili chabwino. Tsono kodi Yehova akuyembekezera chiyani kwa iwe? Uzichita zolungama ndi kukonda chifundo ndiponso kuyenda modzichepetsa pamaso pa Mulungu wako.
ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
9 Tamverani! Yehova akuyitana anthu okhala mu mzinda ndi nzeru kuopa dzina lanu. “Mverani mfumu ndi Iye amene anayikhazikitsa.
ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
10 Inu anthu oyipa, kodi Ine nʼkuyiwala chuma chanu chimene munachipeza mwachinyengo, ndiponso muyeso wanu woperewera umene ndi wotembereredwa?
ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
11 Kodi ndimutenge ngati wosalakwa munthu amene ali ndi sikelo yachinyengo, ndiponso miyeso yabodza mʼthumba lake?
ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
12 Anthu ake olemera amachita zachiwawa; anthu ake ndi abodza ndipo pakamwa pawo pamayankhula zachinyengo.
ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
13 Choncho, ndayamba kukuwonongani, kukusakazani chifukwa cha machimo anu.
ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
14 Mudzadya, koma simudzakhuta; mudzakhalabe ndi njala. Mudzasunga zinthu, koma sizidzasungika, chifukwa zimene mudzasunga zidzawonongedwa ndi lupanga.
ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
15 Mudzadzala, koma simudzakolola. Mudzayenga mafuta a olivi, koma simudzawagwiritsa ntchito. Mudzaponda mphesa, koma simudzamwa vinyo wake.
ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
16 Inu mwatsatira malangizo a Omuri ndiponso machitidwe onse a banja la Ahabu, ndi khalidwe lawo lonse. Choncho Ine ndidzakuperekani kuti muwonongedwe ndiponso anthu anu kuti azunguzike mitu; mudzanyozedwa ndi anthu a mitundu ina.”
କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।

< Mika 6 >