< 箴言 29 >
1 人屢次受責罰,仍然硬着頸項; 他必頃刻敗壞,無法可治。
ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
3 愛慕智慧的,使父親喜樂; 與妓女結交的,卻浪費錢財。
ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7 義人知道查明窮人的案; 惡人沒有聰明,就不得而知。
ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
9 智慧人與愚妄人相爭, 或怒或笑,總不能使他止息。
ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
10 好流人血的,恨惡完全人, 索取正直人的性命。
ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13 貧窮人、強暴人在世相遇; 他們的眼目都蒙耶和華光照。
ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15 杖打和責備能加增智慧; 放縱的兒子使母親羞愧。
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16 惡人加多,過犯也加多, 義人必看見他們跌倒。
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
17 管教你的兒子,他就使你得安息, 也必使你心裏喜樂。
ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
18 沒有異象,民就放肆; 惟遵守律法的,便為有福。
ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19 只用言語,僕人不肯受管教; 他雖然明白,也不留意。
କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21 人將僕人從小嬌養, 這僕人終久必成了他的兒子。
ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23 人的高傲必使他卑下; 心裏謙遜的,必得尊榮。
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24 人與盜賊分贓,是恨惡自己的性命; 他聽見叫人發誓的聲音,卻不言語。
ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25 懼怕人的,陷入網羅; 惟有倚靠耶和華的,必得安穩。
ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
27 為非作歹的,被義人憎嫌; 行事正直的,被惡人憎惡。
ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।