< 2 Ljetopisa 34 >

1 Jošiji je bilo osam godina kad se zakraljio. Kraljevao je trideset i jednu godinu u Jeruzalemu.
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।
2 Činio je što je pravo u Jahvinim očima. U svemu je hodio putovima oca Davida, ne skrećući ni desno ni lijevo.
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
3 Osme godine kraljevanja, dok još bijaše dječak, počeo je tražiti Boga oca Davida, a dvanaeste je godine stao čistiti Judeju i Jeruzalem od uzvišica, ašera, od rezanih i livenih likova.
ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ।
4 Pred njim su oborili žrtvenike Baalu, polomio je sunčane stupove koji bijahu na njima; izlomio je i satro ašere i rezane i livene likove, prosuo ih po grobovima onih što su im prinosili žrtve.
ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।
5 Svećeničke je kosti spalio na njihovim žrtvenicima i tako očistio Judeju i Jeruzalem.
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।
6 Isto je učinio i po gradovima Manašeova, Efrajimova i Šimunova plemena, pa do Naftalijeva, po njihovim opustošenim mjestima unaokolo.
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ।
7 Oborio je žrtvenike i ašere, raskovao i satro rezane likove i isjekao sve sunčane stupove po svoj zemlji izraelskoj, a onda se vratio u Jeruzalem.
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।
8 Osamnaeste godine kraljevanja, očistivši zemlju i Dom, posla Asalijahina sina Šafana, gradskoga upravitelja Maaseju, Johazova sina Joaha, tajnika, da poprave Dom Jahve, njegova Boga.
ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍‍ସଲୀୟର ପୁତ୍ର ଶାଫନ୍‍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ।
9 Oni su došli k velikom svećeniku Hilkiji i predali mu novce donesene u Božji Dom, koje bijahu sabrali leviti, čuvari hramskog praga, iz ruke Manašeovih i Efrajimovih sinova i od svega Izraelova Ostatka, od svega Judina i Benjaminova plemena, od jeruzalemskih stanovnika.
ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।
10 Dali su to na ruku poslovođama, postavljenim nad Domom Jahvinim, a oni su izdavali poslenicima koji su radili u Domu Jahvinu, popravljajući što je bilo trošno i obnavljajući Hram.
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;
11 Dali su drvodjeljama i graditeljima da kupuju tesanac i drvo za grede i da se pobrvnaju kuće koje bijahu porušili judejski kraljevi.
ଅର୍ଥାତ୍‍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ ପ୍ରସ୍ତର ଓ ବରଗା ଓ କଡ଼ିକାଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।
12 Ti su ljudi savjesno obavljali posao; nad njima su bili postavljeni Jahat i Obadja, leviti od Merarijevih sinova, i Zaharija i Mešulam od Kehatovih sinova da upravljaju radom. Svi su leviti bili vični glazbalima.
ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍‍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍‍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍‍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।
13 Jedni su bili nad bremenošama i nadstojnicima svih poslenika u svakoj službi, a drugi su od levita bili pisari, nadzornici i vratari.
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।
14 Kad su iznosili novce donesene u Jahvin Dom, našao je svećenik Hilkija Knjigu Zakona Jahvina, danu preko Mojsija.
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍‍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।
15 I, progovorivši, Hilkija reče tajniku Šafanu: “Našao sam Knjigu Zakona u Domu Jahvinu.” Hilkija dade knjigu Šafanu.
ତହିଁରେ ହିଲ୍‍କୀୟ ଶାଫନ୍‍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦେଲା।
16 Šafan odnese knjigu kralju i izvjesti ga: “Tvoje sluge rade sve što im se povjerilo.
ଆଉ, ଶାଫନ୍‍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି।
17 Izasuvši novce što su se našli u Domu Jahvinu, dadoše ih na ruku poslovođama i poslenicima.”
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ିନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
18 Tada tajnik Šafan javi kralju: “Svećenik Hilkija dade mi jednu knjigu.” I Šafan je poče čitati pred kraljem.
ଆହୁରି, ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍‍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍‍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା।
19 Čuvši riječi Zakona, kralj razdrije haljine svoje.
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
20 I naredi Hilkiji, Šafanovu sinu Ahikamu, Mikinu sinu Abdonu, tajniku Šafanu i kraljevu sluzi Asaji:
ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
21 “Idite i upitajte Jahvu o meni i Ostatku Izraela i Judeje zbog ove knjige što je nađena, jer je velika Jahvina jarost što se izlila na nas zato što naši očevi nisu čuvali Jahvine riječi, nisu vršili što je pisano u knjizi.”
“ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।”
22 Hilkija s kraljevim ljudima ode proročici Huldi, ženi Šaluma, Tokhatova sina, sina Hasre, čuvara odjeće; ona je živjela u Jeruzalemu, u novom gradu. Kad joj to kazaše,
ତହିଁରେ ହିଲ୍‍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍‍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ।
23 ona im reče: “Ovako veli Jahve, Bog Izraelov: 'Kažite čovjeku koji vas je poslao k meni:
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
24 Ovako veli Jahve: Evo, dovest ću nesreću na ovaj grad i na njegove stanovnike, izvršit ću sve kletve napisane u knjizi što je pročitaše pred judejskim kraljem.
‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା।
25 Jer su me ostavili i kadili tuđim bogovima da bi me ljutili svim djelima ruku svojih, planut će jarost moja na to mjesto i neće se ugasiti.
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
26 A judejskome kralju, koji vas je poslao po Jahvin savjet, recite ovo: Ovako govori Jahve, Bog Izraelov: Riječi si čuo.
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
27 Ali kako ti je omekšalo srce i jer si se ponizio pred Bogom čuvši što sam objavio tome gradu i njegovim stanovnicima, i ponizivši se preda mnom, razdro si haljine i plakao, zato sam te uslišio - riječ je Jahvina!
ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
28 Evo, sjedinit ću te s ocima tvojim i s mirom ćeš leći u grob da ne vidiš svu nesreću koju ću svaliti na ovo mjesto i njegove stanovnike.'” Oni odnesoše taj odgovor kralju.
ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।
29 Tada posla kralj da se saberu sve judejske i jeruzalemske starješine.
ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।
30 Kralj se potom pope u Dom Jahvin, sa svim Judejcima, Jeruzalemcima, svećenicima, levitima i sa svim narodom, od najvećega do najmanjeg. I pročita im sve riječi Knjige Saveza što je nađena u Domu Jahvinu.
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
31 Kralj, stojeći na svome mjestu, obnovi pred Jahvom Savez da će slijediti Jahvu, držati se njegovih zapovijedi, pouka i uredaba svim srcem i svom dušom da bi izvršio sve stavke toga Saveza što su napisane u knjizi.
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।
32 I sve koji su se našli u Jeruzalemu i Benjaminovu plemenu pozva da pristupe; i Jeruzalemci prionuše uza Savez Boga, Boga svojih otaca.
ଆଉ, ଯିରୂଶାଲମର ଓ ବିନ୍ୟାମୀନ୍‍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।
33 Tada Jošija ukloni sve gnusobe iz svih izraelskih krajeva i učini te svi koji su se našli u Izraelu počeše služiti Jahvi, svojem Bogu. Za svega njegova života nisu odstupili od Jahve, Boga svojih otaca.
ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।

< 2 Ljetopisa 34 >