< Psalmi 40 >

1 Zborovođi. Psalam. Davidov. Uzdah se u Jahvu uzdanjem silnim, i on se k meni prignu i usliša vapaj moj.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
2 Izvuče me iz jame propasti, iz blata kalnoga; noge mi stavi na hridinu, korake moje ukrijepi.
ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
3 U usta mi stavi pjesmu novu, slavopoj Bogu našemu. Vidjet će mnogi i strah će ih obuzeti: uzdanje će svoje staviti u Jahvu.
ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
4 Blago čovjeku koji se u Jahvu uzda, koji ne ide za štovateljima lažnih bogova, za onima koji se predaju prijevari.
ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
5 Čudesa mnoga tvoriš, o Jahve, Bože moj, i namisli čudesne - ravna ti nema! Kazivat' ih i objavljivati želim, al' odveć ih je da bi se nabrojit' mogli.
ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
6 Nisu ti mile ni žrtve ni prinosi, nego si mi uši otvorio: paljenice ni okajnice ne tražiš.
ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
7 Tada rekoh: “Evo dolazim! U svitku knjige piše za mene:
ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
8 Milje mi je, Bože moj, vršit volju tvoju, Zakon tvoj duboko u srcu ja nosim.”
ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”
9 Tvoju ću pravdu naviještat' u velikom zboru, i usta svojih zatvoriti neću, o Jahve, sve ti je znano.
ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ।
10 Tvoju pravdu neću kriti u srcu, kazivat ću vjernost tvoju i tvoj spas. Tajit neću dobrote tvoje, ni tvoje vjernosti velikoj skupštini.
ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
11 A ti, o Jahve, milosrđa mi svog ne krati, dobrota tvoja i vjernost neka me svagda čuvaju.
ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
12 Jer me okružiše nesreće nebrojene, krivice me moje sustigoše da gledat' ne mogu: više ih je no vlasi na glavi, i srce mi je stoga klonulo.
କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 Bilo ti milo, o Jahve, da me izbaviš; Gospodine, u pomoć mi pohitaj!
ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
14 Neka se postide i smetu svi koji mi o glavi rade. Nek' uzmaknu i neka se posrame koji se nesreći mojoj raduju!
ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
15 Neka se skamene u sramoti svojoj koji zlurado na me grohoću!
ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16 Neka kliču i nek' se vesele u tebi svi koji te traže! Neka govore svagda: “Velik je Jahve!” svi koji spasenje tvoje ljube.
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”
17 Bijedan sam ja i nevoljan, al' Jahve se brine za me. Ti si pomoć moja i moj spasitelj; o Bože moj, ne kasni!
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।

< Psalmi 40 >