< 1 Královská 11 >

1 V tom král Šalomoun zamiloval ženy cizozemky mnohé, i dceru Faraonovu, i Moábské, Ammonitské, Idumejské, Sidonské a Hetejské,
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
2 Z národů těch, kteréž zapověděl Hospodin synům Izraelským, řka: Nebudete se směšovati s nimi, aniž se oni budou směšovati s vámi, neboť by naklonili srdce vaše k bohům svým. K těm přilnul Šalomoun milostí,
ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।
3 Tak že měl žen královen sedm set a ženin tři sta. I odvrátily ženy jeho srdce jeho.
ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
4 Stalo se tedy, že když se zstaral Šalomoun, ženy jeho naklonily srdce jeho k bohům cizím, tak že nebylo srdce jeho celé při Hospodinu Bohu jeho, jako bylo srdce Davida otce jeho.
କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
5 Ale obrátil se Šalomoun k Astarot, bohyni Sidonské, a k Moloch, ohavnosti Ammonské.
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।
6 I činil Šalomoun to, což se nelíbilo Hospodinu, a nenásledoval cele Hospodina, jako David otec jeho.
ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।
7 Tedy vystavěl Šalomoun výsost Chámosovi, ohavnosti Moábské, na hoře, kteráž jest naproti Jeruzalému, a Molochovi, ohavnosti synů Ammon.
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
8 A tak vzdělal všechněm ženám svým z cizího národu, kteréž kadily a obětovaly bohům svým.
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।
9 I rozhněval se Hospodin na Šalamouna, proto že se uchýlilo srdce jeho od Hospodina Boha Izraelského, kterýž se jemu byl ukázal po dvakrát,
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
10 A zapověděl jemu tu věc, aby nechodil po bozích cizích. Ale neostříhal toho, což byl přikázal Hospodin.
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
11 Protož řekl Hospodin Šalomounovi: Poněvadž se to nalezlo při tobě, a neostříhal jsi smlouvy mé ani ustanovení mých, kterážť jsem přikázal, věz, že odtrhnu království toto od tebe, a dám je služebníku tvému.
ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
12 A však za dnů tvých neučiním toho pro Davida otce tvého, než z ruky syna tvého odtrhnu je.
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
13 Všeho pak království neodtrhnu, ale pokolení jednoho zanechám synu tvému pro Davida služebníka svého a pro Jeruzalém, kterýž jsem vyvolil.
ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
14 A tak vzbudil Hospodin protivníka Šalomounovi, Adada Idumejského z semene královského, kterýž byl v zemi Idumejské.
ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।
15 Nebo stalo se, když bojoval David proti Idumejským, a Joáb kníže vojska vytáhl, aby pochoval zmordované, a pobil všecky pohlaví mužského v zemi Idumejské,
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
16 (Za šest zajisté měsíců byl tam Joáb se vším lidem Izraelským, dokudž nevyplénil všech pohlaví mužského v zemi Idumejské, )
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
17 Že tehdáž utekl Adad sám, a někteří muži Idumejští z služebníků otce jeho s ním, aby šli do Egypta. Adad pak byl pachole neveliké.
ସେସମୟରେ ହଦଦ୍‍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍‍ ସାନ ବାଳକ ଥିଲା।
18 Kteříž jdouce z Madian, přišli do Fáran, a vzavše s sebou některé muže z Fáran, přišli do Egypta k Faraonovi, králi Egyptskému, kterýž dal jemu dům, i stravou opatřil ho, dal jemu také i zemi.
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
19 A tak nalezl Adad milost velikou před Faraonem, tak že jemu dal za manželku sestru ženy své, sestru Tafnes královny.
ପୁଣି, ହଦଦ୍‍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍‍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
20 I porodila jemu sestra Tafnes syna Genubata, a odchovala ho Tafnes v domu Faraonovu. I byl Genubat v domě Faraonově mezi syny Faraonovými.
ଏଉତ୍ତାରେ ତହପନେଷ୍‍ର ଭଗିନୀ ତାହାର ଔରସରେ ଗନୁବତ୍‍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍‍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍‍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
21 Když pak uslyšel Adad v Egyptě, že by usnul David s otci svými, a že umřel i Joáb kníže vojska, tedy řekl Adad Faraonovi: Propusť mne, ať jdu do země své.
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍‍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”
22 Jemuž řekl Farao: Čehožť se nedostává u mne, že chceš odjíti do země své? I řekl: Ničeho, a však vždy mne propusť.
ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
23 Vzbudil ještě Bůh proti němu protivníka, Rázona syna Eliadova, kterýž byl utekl od Hadarezera krále Soby, pána svého,
ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
24 A shromáždiv k sobě muže, byl knížetem roty, když je David hubil. Protož odšedše do Damašku, bydlili v něm a kralovali v Damašku.
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
25 I byl protivníkem Izraelovým po všecky dny Šalomounovy; a to bylo nad to zlé, kteréž mu činil Adad. I měl v ošklivosti Izraele, když kraloval v Syrii.
ଆଉ ସେ ହଦଦ୍‍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
26 Jeroboám také syn Nebatův Efratejský z Sareda, (a jméno matky jeho ženy vdovy bylo Serua, ) služebník Šalomounův, pozdvihl ruky proti králi.
ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
27 A tato byla příčina, pro kterouž pozdvihl ruky proti králi Šalomounovi: Že vystavěv Šalomoun Mello, zavřel mezeru města Davidova otce svého.
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
28 Jeroboám pak byl muž silný a udatný. Protož vida Šalomoun mládence, že by pracovitý byl, ustanovil ho nade všemi platy z domu Jozefa.
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
29 I stalo se téhož času, že když vyšel Jeroboám z Jeruzaléma, našel jej prorok Achiáš Silonský na cestě, jsa odín rouchem novým. A byli sami dva na poli.
ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
30 Tedy ujav Achiáš roucho nové, kteréž měl na sobě, roztrhal je na dvanácte kusů.
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।
31 A řekl Jeroboámovi: Vezmi sobě deset kusů; nebo takto praví Hospodin Bůh Izraelský: Aj, já roztrhnu království z ruky Šalomounovy, a dám tobě desatero pokolení.
ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
32 Jedno toliko pokolení zůstane jemu pro služebníka mého Davida, a pro město Jeruzalém, kteréž jsem vyvolil ze všech pokolení Izraelských,
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
33 Proto že opustili mne, a klaněli se Astarot bohyni Sidonské, a Chámos bohu Moábskému, i Moloch bohu Ammonskému, a nechodili po cestách mých, aby činili to, což mi se líbí, totiž ustanovení má a soudy mé, jako David otec jeho.
ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
34 A však neodejmu ničeho z království z rukou jemu; nebo vůdcím zanechám ho po všecky dny života jeho pro Davida služebníka svého, kteréhož jsem vyvolil, kterýž ostříhal přikázaní mých a ustanovení mých.
ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
35 Ale potom vezma království z ruky syna jeho, dám tobě z něho desatero pokolení,
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍‍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।
36 Synu pak jeho dám jedno pokolení, aby zůstala svíce Davidovi služebníku mému po všecky dny přede mnou v městě Jeruzalémě, kteréž jsem sobě vyvolil, aby tam jméno mé přebývalo.
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
37 A tak tebe vezmu, abys kraloval ve všech věcech, kterýchž by žádala duše tvá, a budeš králem nad Izraelem.
ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
38 Protož jestliže uposlechneš všeho toho, což přikáži tobě, a choditi budeš po cestách mých, a činiti to, což mi se líbí, ostříhaje ustanovení mých a přikázaní mých, jako činil David služebník můj: budu s tebou a vzdělám tobě dům stálý, jako jsem vzdělal Davidovi, a dám tobě lid Izraelský.
ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
39 Potrápímť zajisté semene Davidova pro tu věc, a však ne po všecky dny.
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”
40 Pro tu příčinu chtěl Šalomoun zabiti Jeroboáma. Kterýž vstav, utekl do Egypta k Sesákovi králi Egyptskému, a byl v Egyptě, dokudž neumřel Šalomoun.
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍‍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
41 Jiné pak věci Šalomounovy, kteréž činil, i moudrost jeho vypsány jsou v knize činů Šalomounových.
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
42 Dnů pak, v nichž kraloval Šalomoun v Jeruzalémě nade vším Izraelem, bylo čtyřidceti let.
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
43 I usnul Šalomoun s otci svými, a pochován jest v městě Davida otce svého. Kraloval pak Roboám syn jeho místo něho.
ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

< 1 Královská 11 >