< Marek 13 >

1 A když vycházel z chrámu, dí jemu jeden z učedlníků jeho: Mistře, pohleď, kteraké kamení a jaké stavení!
ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
2 Tedy Ježíš odpovídaje, řekl jemu: Vidíš tato tak veliká stavení? Nebudeť ostaven kámen na kameni, kterýž by nebyl zbořen.
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
3 A když se posadil na hoře Olivetské proti chrámu, otázali se jeho soukromí Petr, Jakub a Jan a Ondřej:
ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
4 Pověz nám, kdy to bude? A které znamení, když se toto všecko bude plniti?
ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।
5 Ježíš pak odpovídaje jim, počal praviti: Vizte, aby vás někdo nesvedl.
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
6 Neboť mnozí přijdou ve jménu mém, řkouce: Já jsem Kristus, a mnohéť svedou.
ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
7 Když pak uslyšíte o boji a pověst o válkách, nestrachujte se; nebo musí to býti, ale ne i hned konec.
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।
8 Povstaneť zajisté národ proti národu a království proti království, a budou země třesení po místech, a hladové i bouřky.
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
9 A toť počátkové bolestí. Vy pak šetřte se. Nebo vydávati vás budou na sněmy a do shromáždění; budete biti, a před vládaři a králi stanete pro mne, na svědectví jim.
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
10 Ale ve všech národech nejprv musí býti kázáno evangelium.
ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
11 Když pak vás povedou, vyzrazujíce, nestarejte se předtím, co byste mluvili, aniž pečlivě přemyšlujte, ale což vám bude dáno v tu hodinu, to mluvte; nebo nejste vy, kteříž mluvíte, ale Duch svatý.
ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
12 Vydáť pak bratr bratra na smrt a otec syna, a povstanou děti proti rodičům, a budou je mordovati.
ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
13 A budete v nenávisti všechněm pro jméno mé. Ale kdož setrvá až do konce, tenť spasen bude.
ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”
14 Když pak uzříte ohavnost zpuštění, o kteréž povědíno jest skrze Daniele proroka, ana stojí, kdež by státi neměla, (kdo čte, rozuměj, ) tehdáž ti, kdož by v Židovstvu byli, ať utekou na hory.
“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
15 A kdož by na střeše byl, nesstupuj do domu, ani vcházej, aby co vzal z domu svého.
ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ;
16 A kdo na poli, nevracuj se zase, aby vzal roucho své.
ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ଘେନିଯିବା ପାଇଁ ଫେରି ନ ଯାଉ।
17 Běda pak těhotným a těm, kteréž krmí v těch dnech.
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!
18 Protož modlte se, aby utíkání vaše nebylo v zimě.
କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
19 Neboť budou ti dnové ssoužení, jakéhož nebylo od počátku stvoření, kteréž Bůh stvořil, až dosavad, aniž bude.
କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
20 A byť nebyl ukrátil Pán těch dnů, nebyl by spasen žádný člověk. Ale pro vyvolené, kteréž vyvolil, ukrátil těch dnů.
ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
21 A tehdáž řekl-li by vám kdo: Aj, teď jest Kristus, aneb aj, tamto, nevěřte.
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
22 Neboť povstanou falešní Kristové a falešní proroci, a budou činiti divy a zázraky k svedení, by možné bylo, také i vyvolených.
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
23 Vy pak šetřte se. Aj, předpověděl jsem vám všecko.
କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
24 V těch pak dnech, po ssoužení tom, slunce se zatmí, a měsíc nedá světla svého.
“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
25 A hvězdy nebeské budou padati, a moci, které jsou na nebi, pohnou se.
ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
26 A tehdážť uzří Syna člověka, an se béře v oblacích s mocí velikou a s slávou.
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
27 I tehdyť pošle anděly své, a shromáždí vyvolené své ode čtyř větrů, od končin země až do končin nebe.
ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
28 Od fíku pak učte se podobenství tomuto: Když již ratolest jeho odmladne, a vypučí se lístí, znáte, že blízko jest léto.
“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
29 Takž i vy, když uzříte, ano se tyto věci dějí, vězte, že blízko jest a ve dveřích.
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ।
30 Amen pravím vám, žeť nepomine pokolení toto, až se tyto všecky věci stanou.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।
31 Nebe a země pominou, ale slova má nikoli nepominou.
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
32 Ale o tom dni a hodině žádný neví, ani andělé, kteříž jsou v nebesích, ani Syn, jediné Otec.
“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
33 Vizte, bděte a modlte se; nebo nevíte, kdy bude ten čas.
ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।
34 Jako člověk, kterýž daleko odšel, opustiv dům svůj, a poručiv služebníkům svým vládařství, a jednomu každému práci jeho, vrátnému přikázal, aby bděl.
ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
35 Protož bděte; nebo nevíte, kdy Pán domu přijde, u večer-li, čili o půlnoci, čili když kohouti zpívají, čili ráno.
ଅତଏବ, କାଳେ ଗୃହକର୍ତ୍ତା ହଠାତ୍‍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
36 Aby snad přijda v nenadále, nenalezl vás, a vy spíte.
ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
37 A cožť vám pravím, všechněmť pravím: Bděte.
ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”

< Marek 13 >