< Salme 94 >

1 HERRE du hævnens Gud, du Hævnens Gud, træd frem i Glans;
ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।
2 stå op, du Jordens Dommer, øv Gengæld mod de hovmodige!
ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
3 Hvor længe skal gudløse, HERRE, hvor længe skal gudløse juble?
ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ?
4 De fører tøjlesløs Tale, hver Udådsmand ter sig som Herre;
ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
5 de underkuer, o HERRE, dit Folk og undertrykker din Arvelod;
ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
6 de myrder Enke og fremmed faderløse slår de ihjel;
ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
7 de siger: "HERREN kan ikke se, Jakobs Gud kan intet mærke!"
ପୁଣି, “ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।”
8 Forstå dog, I Tåber blandt Folket! Når bliver I kloge, I Dårer?
ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
9 Skulde han, som plantede Øret, ej høre, han, som dannede Øjet, ej se?
ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ?
10 Skulde Folkenes Tugtemester ej revse, han som lærer Mennesket indsigt?
ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
11 HERREN kender Menneskets Tanker, thi de er kun Tomhed.
ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
12 Salig den Mand, du tugter, HERRE, og vejleder ved din Lov
ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13 for at give ham Ro for onde Dage, indtil der graves en Grav til den gudløse;
ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
14 thi HERREN bortstøder ikke sit Folk og svigter ikke sin Arvelod.
କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
15 Den retfærdige kommer igen til sin Ret, en Fremtid har hver oprigtig af Hjertet.
ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକ ସମସ୍ତେ ତହିଁର ଅନୁଗାମୀ ହେବେ।
16 Hvo står mig bi mod Ugerningsmænd? hvo hjælper mig mod Udådsmænd?
କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
17 Var HERREN ikke min Hjælp, snart hviled min Sjæl i det stille.
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା।
18 Når jeg tænkte: "Nu vakler min Fod", støtted din Nåde mig, HERRE;
“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା।
19 da mit Hjerte var fuldt af ængstede Tanker, husvaled din Trøst min Sjæl.
ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ।
20 står du i Pagt med Fordærvelsens Domstol, der skaber Uret i Lovens Navn?
ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ?
21 Jager de end den ret, færdiges Liv og dømmer uskyldigt Blod,
ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
22 HERREN er dog mit Bjærgested, min Gud er min Tilflugtsklippe;
ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
23 han vender deres Uret imod dem selv, udsletter dem for deres Ondskab; dem udsletter HERREN vor Gud.
ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।

< Salme 94 >