< 2 Kings 8 >

1 Elisha told the woman whose son he had brought back to life, “You and your family need to pack up and leave, and live where you can somewhere else like a foreigner. For the Lord announced a famine will come to the land and will last seven years.”
ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”
2 The woman packed up and did what the man of God had told her. She and her family went and lived as foreigners for seven years in the country of the Philistines.
ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।
3 When the seven years were over, she came back from the country of the Philistines and went to the king to appeal for the return of her house and lands.
ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।
4 The king was talking with Gehazi, the servant of the man of God, asking him, “Please tell me about all the wonderful things Elisha did.”
ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”
5 It so happened that right then Gehazi was telling the king the story of how Elisha had brought the dead boy back to life when his mother arrived to make her appeal to the king for the return of her house and lands. “My lord the king,” Gehazi called out, “this is the woman, and this is her son that Elisha brought back to life.”
ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”
6 The king asked the woman about it and she explained the whole story to him. The king gave orders to an official, saying, “Make sure everything that belonged to her is returned to her, together with all the profit from her lands from the day that she left the country until now.”
ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇ ଦିଅ।”
7 Elisha went to Damascus when Ben-hadad king of Aram was ill. The king was informed, “The man of God has arrived in town.”
ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା।
8 The king ordered Hazael, “Take a gift with you and go and meet the man of God. Ask him to ask the Lord, ‘Will I recover from this illness?’”
ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”
9 So Hazael went to meet Elisha. He took with him a gift of all the best things from Damascus—forty camel-loads of goods. He came in and stood before him and said, “Your son Ben-hadad, king of Aram, has sent me to you to ask, ‘Will I recover from this illness?’”
ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?’”
10 “Go and tell him, ‘You will definitely recover.’ But the Lord has shown me that definitely he is going to die,” Elisha replied.
ତହିଁରେ ଇଲୀଶାୟ ତାହାକୁ କହିଲେ, “ତୁମ୍ଭେ ଯାଇ ତାହାଙ୍କୁ କୁହ, ‘ତୁମ୍ଭେ ଅବଶ୍ୟ ମୁକ୍ତ ହେବ,’ ତଥାପି ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ସେ ଅବଶ୍ୟ ମରିବ।”
11 Elisha stared at him for a long time until Hazael became uncomfortable. Then the man of God started to cry.
ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।
12 “Why are you crying, my lord?” asked Hazael. “Because I know the evil things you are going to do to the Israelites,” Elisha replied. “You will set their fortresses on fire, kill their young men with the sword, dash to pieces their little ones, and rip open their pregnant women.”
ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
13 “But how could someone like me who's just a ‘dog’ achieve anything like that?” Hazael asked. “The Lord has shown me that you are going to be the king of Aram,” Elisha replied.
ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”
14 Hazael left Elisha and went to his master, who asked him, “What did Elisha tell you?” Hazael replied, “He told me you would definitely recover.”
ଏଥିଉତ୍ତାରେ ହସାୟେଲ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, “ଇଲୀଶାୟ ତୁମ୍ଭକୁ କଅଣ କହିଲେ?” ତହୁଁ ହସାୟେଲ ଉତ୍ତର କଲା, “ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ।”
15 But the following day Hazael took the bed cover, soaked it in water, and spread it over the king's face until he died. Then Hazael took over from him as king.
ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା।
16 Jehoram, son of Jehoshaphat, began his reign as king of Judah in the fifth year of the reign of Joram, son of Ahab, king of Israel, while Jehoshaphat was still king of Judah.
ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।
17 He was thirty-two when he became king, and he reigned in Jerusalem for eight years.
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
18 Jehoram followed the ways of the kings of Israel, just as the house of Ahab had done, for he married a daughter of Ahab and did what was evil in the Lord's sight.
ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
19 But for the sake of David his servant the Lord didn't want to destroy Judah since he had promised him that there would always be a ruler from his descendants, like a lamp forever.
ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।
20 During Jehoram's time as king, Edom rebelled against Judah's rule and chose their own king.
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
21 So Jehoram went over to Zair with all his chariots. The Edomites surrounded him and his chariot commanders, but he took action and attacked at night. But his army ran back to their homes.
ତହିଁରେ ଯୋରାମ୍‍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରିକାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।
22 As a result Edom has been in rebellion against Judah's rule to this day. At the same time Libnah also decided to rebel.
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।
23 The rest of what happened in Jehoram's reign and all that he did are recorded in the Book of Chronicles of the Kings of Judah.
ଏହି ଯୋରାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
24 Jehoram died and was buried with his forefathers in the City of David. His son Ahaziah succeeded him as king.
ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।
25 Ahaziah, son of Jehoram, became king of Judah in the twelfth year of the reign of Joram, son of Ahab, king of Israel.
ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
26 Ahaziah was twenty-two when he became king, and he reigned in Jerusalem for one year. His mother's name was Athaliah, the granddaughter of Omri, king of Israel.
ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
27 Ahaziah also followed the evil ways of the family of Ahab, and did what was evil in the Lord's sight as the family of Ahab had done, for he was related to them by marriage.
ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।
28 Ahaziah went with Joram, son of Ahab, to fight against Hazael, king of Aram, at Ramoth-gilead. The Arameans wounded Joram,
ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
29 and he returned to Jezreel to recover from the wounds he'd received in Ramah fighting against Hazael king of Aram. Ahaziah, son of Jehoram, king of Judah, went to Jezreel to visit Joram, son of Ahab, because Joram was wounded.
ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।

< 2 Kings 8 >