< Genesis 18 >

1 And the LORD appeared unto him by the terebinths of Mamre, as he sat in the tent door in the heat of the day;
ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
2 and he lifted up his eyes and looked, and, lo, three men stood over against him; and when he saw them, he ran to meet them from the tent door, and bowed down to the earth,
ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
3 and said: 'My lord, if now I have found favour in thy sight, pass not away, I pray thee, from thy servant.
“ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
4 Let now a little water be fetched, and wash your feet, and recline yourselves under the tree.
ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
5 And I will fetch a morsel of bread, and stay ye your heart; after that ye shall pass on; forasmuch as ye are come to your servant.' And they said: 'So do, as thou hast said.'
ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”
6 And Abraham hastened into the tent unto Sarah, and said: 'Make ready quickly three measures of fine meal, knead it, and make cakes.'
ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”
7 And Abraham ran unto the herd, and fetched a calf tender and good, and gave it unto the servant; and he hastened to dress it.
ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।
8 And he took curd, and milk, and the calf which he had dressed, and set it before them; and he stood by them under the tree, and they did eat.
ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
9 And they said unto him: 'Where is Sarah thy wife?' And he said: 'Behold, in the tent.'
ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”
10 And He said: 'I will certainly return unto thee when the season cometh round; and, lo, Sarah thy wife shall have a son.' And Sarah heard in the tent door, which was behind him. —
ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।
11 Now Abraham and Sarah were old, and well stricken in age; it had ceased to be with Sarah after the manner of women. —
ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।
12 And Sarah laughed within herself, saying: 'After I am waxed old shall I have pleasure, my lord being old also?'
ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
13 And the LORD said unto Abraham: 'Wherefore did Sarah laugh, saying: Shall I of a surety bear a child, who am old?
ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?
14 Is any thing too hard for the LORD. At the set time I will return unto thee, when the season cometh round, and Sarah shall have a son.'
ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
15 Then Sarah denied, saying: 'I laughed not'; for she was afraid. And He said: 'Nay; but thou didst laugh.'
ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
16 And the men rose up from thence, and looked out toward Sodom; and Abraham went with them to bring them on the way.
ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
17 And the LORD said: 'Shall I hide from Abraham that which I am doing;
ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା?
18 seeing that Abraham shall surely become a great and mighty nation, and all the nations of the earth shall be blessed in him?
ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
19 For I have known him, to the end that he may command his children and his household after him, that they may keep the way of the LORD, to do righteousness and justice; to the end that the LORD may bring upon Abraham that which He hath spoken of him.'
ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
20 And the LORD said: 'Verily, the cry of Sodom and Gomorrah is great, and, verily, their sin is exceeding grievous.
ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
21 I will go down now, and see whether they have done altogether according to the cry of it, which is come unto Me; and if not, I will know.'
ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
22 And the men turned from thence, and went toward Sodom; but Abraham stood yet before the LORD.
ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
23 And Abraham drew near, and said: 'Wilt Thou indeed sweep away the righteous with the wicked?
ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
24 Peradventure there are fifty righteous within the city; wilt Thou indeed sweep away and not forgive the place for the fifty righteous that are therein?
ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
25 That be far from Thee to do after this manner, to slay the righteous with the wicked, that so the righteous should be as the wicked; that be far from Thee; shall not the judge of all the earth do justly?'
ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”
26 And the LORD said: 'If I find in Sodom fifty righteous within the city, then I will forgive all the place for their sake.'
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
27 And Abraham answered and said: 'Behold now, I have taken upon me to speak unto the Lord, who am but dust and ashes.
ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
28 Peradventure there shall lack five of the fifty righteous; wilt Thou destroy all the city for lack of five?' And He said: 'I will not destroy it, if I find there forty and five.'
ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
29 And he spoke unto Him yet again, and said: 'Peradventure there shall be forty found there.' And He said: 'I will not do it for the forty's sake.'
ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
30 And he said: 'Oh, let not the Lord be angry, and I will speak. Peradventure there shall thirty be found there.' And He said: 'I will not do it, if I find thirty there.'
ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
31 And he said: 'Behold now, I have taken upon me to speak unto the Lord. Peradventure there shall be twenty found there.' And He said: 'I will not destroy it for the twenty's sake.'
ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
32 And he said: 'Oh, let not the Lord be angry, and I will speak yet but this once. Peradventure ten shall be found there.' And He said: 'I will not destroy it for the ten's sake.'
ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
33 And the LORD went His way, as soon as He had left off speaking to Abraham; and Abraham returned unto his place.
ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।

< Genesis 18 >