< Isaiah 30 >

1 Woe to the rebellious children, says the LORD, that take counsel, but not of me; and that cover with a covering, but not of my spirit, that they may add sin to sin:
ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!
2 That walk to go down into Egypt, and have not asked at my mouth; to strengthen themselves in the strength of Pharaoh, and to trust in the shadow of Egypt!
ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
3 Therefore shall the strength of Pharaoh be your shame, and the trust in the shadow of Egypt your confusion.
ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
4 For his princes were at Zoan, and his ambassadors came to Hanes.
କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
5 They were all ashamed of a people that could not profit them, nor be an help nor profit, but a shame, and also a reproach.
ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
6 The burden of the beasts of the south: into the land of trouble and anguish, from where come the young and old lion, the viper and fiery flying serpent, they will carry their riches on the shoulders of young asses, and their treasures on the bunches of camels, to a people that shall not profit them.
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
7 For the Egyptians shall help in vain, and to no purpose: therefore have I cried concerning this, Their strength is to sit still.
କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
8 Now go, write it before them in a table, and note it in a book, that it may be for the time to come for ever and ever:
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
9 That this is a rebellious people, lying children, children that will not hear the law of the LORD:
କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
10 Which say to the seers, See not; and to the prophets, Prophesy not to us right things, speak to us smooth things, prophesy deceits:
ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
11 Get you out of the way, turn aside out of the path, cause the Holy One of Israel to cease from before us.
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
12 Why thus says the Holy One of Israel, Because you despise this word, and trust in oppression and perverseness, and stay thereon:
ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
13 Therefore this iniquity shall be to you as a breach ready to fall, swelling out in a high wall, whose breaking comes suddenly at an instant.
ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
14 And he shall break it as the breaking of the potters’ vessel that is broken in pieces; he shall not spare: so that there shall not be found in the bursting of it a shard to take fire from the hearth, or to take water with out of the pit.
ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
15 For thus says the Lord GOD, the Holy One of Israel; In returning and rest shall you be saved; in quietness and in confidence shall be your strength: and you would not.
କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”
16 But you said, No; for we will flee on horses; therefore shall you flee: and, We will ride on the swift; therefore shall they that pursue you be swift.
ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
17 One thousand shall flee at the rebuke of one; at the rebuke of five shall you flee: till you be left as a beacon on the top of a mountain, and as an ensign on an hill.
ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।
18 And therefore will the LORD wait, that he may be gracious to you, and therefore will he be exalted, that he may have mercy on you: for the LORD is a God of judgment: blessed are all they that wait for him.
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
19 For the people shall dwell in Zion at Jerusalem: you shall weep no more: he will be very gracious to you at the voice of your cry; when he shall hear it, he will answer you.
ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
20 And though the Lord give you the bread of adversity, and the water of affliction, yet shall not your teachers be removed into a corner any more, but your eyes shall see your teachers:
ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
21 And your ears shall hear a word behind you, saying, This is the way, walk you in it, when you turn to the right hand, and when you turn to the left.
ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
22 You shall defile also the covering of your graven images of silver, and the ornament of your molten images of gold: you shall cast them away as a menstruous cloth; you shall say to it, Get you hence.
ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।
23 Then shall he give the rain of your seed, that you shall sow the ground with; and bread of the increase of the earth, and it shall be fat and plenteous: in that day shall your cattle feed in large pastures.
ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
24 The oxen likewise and the young asses that ear the ground shall eat clean provender, which has been winnowed with the shovel and with the fan.
ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
25 And there shall be on every high mountain, and on every high hill, rivers and streams of waters in the day of the great slaughter, when the towers fall.
ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
26 Moreover the light of the moon shall be as the light of the sun, and the light of the sun shall be sevenfold, as the light of seven days, in the day that the LORD binds up the breach of his people, and heals the stroke of their wound.
ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
27 Behold, the name of the LORD comes from far, burning with his anger, and the burden thereof is heavy: his lips are full of indignation, and his tongue as a devouring fire:
ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
28 And his breath, as an overflowing stream, shall reach to the middle of the neck, to sift the nations with the sieve of vanity: and there shall be a bridle in the jaws of the people, causing them to err.
ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
29 You shall have a song, as in the night when a holy solemnity is kept; and gladness of heart, as when one goes with a pipe to come into the mountain of the LORD, to the mighty One of Israel.
ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
30 And the LORD shall cause his glorious voice to be heard, and shall show the lighting down of his arm, with the indignation of his anger, and with the flame of a devouring fire, with scattering, and tempest, and hailstones.
ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
31 For through the voice of the LORD shall the Assyrian be beaten down, which smote with a rod.
କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
32 And in every place where the grounded staff shall pass, which the LORD shall lay on him, it shall be with tabrets and harps: and in battles of shaking will he fight with it.
ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
33 For Tophet is ordained of old; yes, for the king it is prepared; he has made it deep and large: the pile thereof is fire and much wood; the breath of the LORD, like a stream of brimstone, does kindle it.
କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।

< Isaiah 30 >