< Joel 2 >

1 Blow all of you the trumpet in Zion, and sound an alarm in my holy mountain: let all the inhabitants of the land tremble: for the day of the LORD comes, for it is nigh at hand;
ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
2 A day of darkness and of gloominess, a day of clouds and of thick darkness, as the morning spread upon the mountains: a great people and a strong; there has not been ever the like, neither shall be any more after it, even to the years of many generations.
ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
3 A fire devours before them; and behind them a flame burns: the land is as the garden of Eden before them, and behind them a desolate wilderness; yea, and nothing shall escape them.
ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
4 The appearance of them is as the appearance of horses; and as horsemen, so shall they run.
ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।
5 Like the noise of chariots on the tops of mountains shall they leap, like the noise of a flame of fire that devours the stubble, as a strong people set in battle array.
ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।
6 Before their face the people shall be much pained: all faces shall gather blackness.
ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।
7 They shall run like mighty men; they shall climb the wall like men of war; and they shall march every one on his ways, and they shall not break their ranks:
ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।
8 Neither shall one thrust another; they shall walk every one in his path: and when they fall upon the sword, they shall not be wounded.
ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।
9 They shall run back and forth in the city; they shall run upon the wall, they shall climb up upon the houses; they shall enter in at the windows like a thief.
ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
10 The earth shall quake before them; the heavens shall tremble: the sun and the moon shall be dark, and the stars shall withdraw their shining:
ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
11 And the LORD shall utter his voice before his army: for his camp is very great: for he is strong that executes his word: for the day of the LORD is great and very terrible; and who can abide it?
ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?
12 Therefore also now, says the LORD, turn all of you even to me with all your heart, and with fasting, and with weeping, and with mourning:
ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।
13 And rend your heart, and not your garments, and turn unto the LORD your God: for he is gracious and merciful, slow to anger, and of great kindness, and repents him of the evil.
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
14 Who knows if he will return and repent, and leave a blessing behind him; even a food offering and a drink offering unto the LORD your God?
କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।
15 Blow the trumpet in Zion, sanctify a fast, call a solemn assembly:
ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
16 Gather the people, sanctify the congregation, assemble the elders, gather the children, and those that suck the breasts: let the bridegroom go out of his chamber, and the bride out of her closet.
ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।
17 Let the priests, the ministers of the LORD, weep between the porch and the altar, and let them say, Spare your people, O LORD, and give not your heritage to reproach, that the heathen should rule over them: wherefore should they say among the people, Where is their God?
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
18 Then will the LORD be jealous for his land, and pity his people.
ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
19 Yea, the LORD will answer and say unto his people, Behold, I will send you corn, and wine, and oil, and all of you shall be satisfied therewith: and I will no more make you a reproach among the heathen:
ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।
20 But I will remove far off from you the northern army, and will drive him into a land barren and desolate, with his face toward the east sea, and his hinder part toward the utmost sea, and his stink shall come up, and his ill savour shall come up, because he has done great things.
ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
21 Fear not, O land; be glad and rejoice: for the LORD will do great things.
ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
22 Be not afraid, all of you beasts of the field: for the pastures of the wilderness do spring, for the tree bears her fruit, the fig tree and the vine do yield their strength.
ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
23 Be glad then, all of you children of Zion, and rejoice in the LORD your God: for he has given you the former rain moderately, and he will cause to come down for you the rain, the former rain, and the latter rain in the first month.
ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
24 And the floors shall be full of wheat, and the vats shall overflow with wine and oil.
ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
25 And I will restore to you the years that the locust has eaten, the cankerworm, and the caterpillar, and the palmerworm, my great army which I sent among you.
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
26 And all of you shall eat in plenty, and be satisfied, and praise the name of the LORD your God, that has dealt wondrously with you: and my people shall never be ashamed.
ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
27 And all of you shall know that I am in the midst of Israel, and that I am the LORD your God, and none else: and my people shall never be ashamed.
ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
28 And it shall come to pass afterward, that I will pour out my spirit upon all flesh; and your sons and your daughters shall prophesy, your old men shall dream dreams, your young men shall see visions:
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
29 And also upon the servants and upon the handmaids in those days will I pour out my spirit.
ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
30 And I will show wonders in the heavens and in the earth, blood, and fire, and pillars of smoke.
ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
31 The sun shall be turned into darkness, and the moon into blood, before the great and terrible day of the LORD come.
ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
32 And it shall come to pass, that whosoever shall call on the name of the LORD shall be delivered: for in mount Zion and in Jerusalem shall be deliverance, as the LORD has said, and in the remnant whom the LORD shall call.
ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।

< Joel 2 >