< Psalms 9 >

1 I will praise you, O LORD, with my whole heart; I will show forth all your marvellous works.
ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
2 I will be glad and rejoice in you: I will sing praise to your name, O you most High.
ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
3 When mine enemies are turned back, they shall fall and perish at your presence.
ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
4 For you have maintained my right and my cause; you sat in the throne judging right.
କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
5 You have rebuked the heathen, you have destroyed the wicked, you have put out their name for ever and ever.
ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
6 O you enemy, destructions are come to a perpetual end: and you have destroyed cities; their memorial is perished with them.
ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
7 But the LORD shall endure for ever: he has prepared his throne for judgment.
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
8 And he shall judge the world in righteousness, he shall minister judgment to the people in uprightness.
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
9 The LORD also will be a refuge for the oppressed, a refuge in times of trouble.
ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10 And they that know your name will put their trust in you: for you, LORD, have not forsaken them that seek you.
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
11 Sing praises to the LORD, which dwells in Zion: declare among the people his doings.
ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
12 When he makes inquisition for blood, he remembers them: he forgets not the cry of the humble.
କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
13 Have mercy upon me, O LORD; consider my trouble which I suffer of them that hate me, you that lift me up from the gates of death:
ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
14 That I may show forth all your praise in the gates of the daughter of Zion: I will rejoice in your salvation.
ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
15 The heathen are sunk down in the pit that they made: in the net which they hid is their own foot taken.
ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
16 The LORD is known by the judgment which he executes: the wicked is snared in the work of his own hands. (Higgaion, Selah)
ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, (ସେଲା)
17 The wicked shall be turned into hell, and all the nations that forget God. (Sheol h7585)
ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। (Sheol h7585)
18 For the needy shall not always be forgotten: the expectation of the poor shall not perish for ever.
କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
19 Arise, O LORD; let not man prevail: let the heathen be judged in your sight.
ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
20 Put them in fear, O LORD: that the nations may know themselves to be but men. (Selah)
ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। (ସେଲା)

< Psalms 9 >