< Genesis 49 >

1 Then Jacob summoned his sons, and said: "Gather yourselves together so that I may tell you what will happen to you in the days to come.
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
2 Assemble yourselves and hear, you sons of Jacob. Listen to Israel, your father.
ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।
3 Reuben, you are my firstborn, my strength, and the the firstfruits of my virility, preeminent in dignity and preeminent in power.
ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
4 Uncontrolled as the waters, you will not have excel, because you went up to your father's bed, you went up and defiled my couch.
ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
5 Simeon and Levi are brothers. Their swords are weapons of violence.
ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।
6 May I never enter their council. May my honor never be joined with their assembly. For in their anger they killed men, and for pleasure they hamstrung oxen.
ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।
7 Cursed be their anger, for it has been fierce, and their fury, for it was cruel. I will divide them in Jacob, and scatter them in Israel.
ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।
8 Judah, your brothers will praise you. Your hand will be on the neck of your enemies. Your father's sons will bow down before you.
ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।
9 Judah is a lion's cub. From the prey, my son, you rise up. Like a lion he crouches and lies down, as a lioness. Who will rouse him up?
ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
10 The scepter will not depart from Judah, nor the ruler's staff from between his feet, until he comes to whom it belongs. And it is he whom the peoples will obey.
ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
11 Binding his foal to the vine, and his donkey's colt to the choice vine. He will wash his garments in wine, and his robes in the blood of grapes.
ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।
12 His eyes will be darker than wine, and his teeth whiter than milk.
ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।
13 Zebulun will dwell at the seashore, and he will be a harbor for ships, and his border will be at Sidon.
ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।
14 Issachar is a strong donkey lying down between the saddlebags.
ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;
15 When he sees a good resting place, that the land is pleasant, he will bend his back to the burden, and become a slave doing forced labor.
ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।
16 Dan will judge his people as one of the tribes of Israel.
ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।
17 Dan will be a serpent on the road, a viper by the path, that bites the horse's heels so that his rider falls backward.
ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।
18 I wait for your salvation, God.
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
19 Gad will be attacked by raiders, but he will raid at their heels.
ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।
20 Asher's food will be rich, and he will provide royal delicacies.
ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।
21 Naphtali is a doe set free that bears beautiful fawns.
ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।
22 Joseph is a fruitful son, a fruitful son by a spring. His branches run over a wall.
ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।
23 The archers will attack him with bitterness, and shoot at him, and harass him.
ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
24 Yet his bow will remain steady, and his arms will be made agile by the hands of the Mighty One of Jacob, by the name of the Shepherd, the Rock of Israel,
ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
25 by the God of your father, who will help you, and El Shaddai, who will bless you with blessings of the sky above, blessings of the deep that lies below, and blessings of the breasts and of the womb.
ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
26 The blessings of your father are greater than the blessings of the ancient mountains, and the bounty of the everlasting hills. They will be on the head of Joseph, and on the brow of the prince among his brothers.
ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍‍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।
27 Benjamin is a ravenous wolf. In the morning he will devour the prey, and at evening he will divide the plunder."
ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”
28 All these are the twelve tribes of Israel, and this is what their father said to them when he blessed them. He blessed each one with his own individual blessing.
ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
29 Then he instructed them, and said to them, "I am to be gathered to my people. Bury me with my fathers in the cave that is in the field of Ephron the Hethite,
ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।
30 in the cave that is in the field of Machpelah, which is near Mamre in the land of Canaan, which Abraham bought along with the field from Ephron the Hethite as a burial place.
ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।
31 There they buried Abraham and his wife Sarah. There they buried Isaac and his wife Rebekah, and there I buried Leah.
ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‌ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
32 The field and the cave that is in it were purchased from the sons of Heth."
ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
33 When Jacob finished instructing his sons, he drew his legs up into the bed and breathed his last, and was gathered to his people.
ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।

< Genesis 49 >