< Genesis 15 >

1 After these things the word of the LORD came to Abram in a vision, saying, "Do not be afraid, Abram. I am your shield; your reward will be very great."
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
2 Abram said, "Lord, what will you give me, seeing I go childless, and the heir of my estate is Eliezer of Damascus?"
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”
3 Then Abram said, "Look, to me you have given no offspring, and look, one born in my house is my heir."
ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
4 And look, the word of God came to him, saying, "This man will not be your heir, but he who will come forth out of your own body will be your heir."
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
5 And he brought him outside, and said, "Look now toward the sky, and count the stars, if you are able to count them." And he said to him, "So will your descendants be."
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
6 And he believed God, and it was credited to him as righteousness.
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
7 And he said to him, "I am God, who brought you out of Ur Kasdim to give you this land to possess."
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
8 But he said, "Lord, how can I know that I will possess it?"
ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
9 And he said to him, "Bring me a heifer three years old, a female goat three years old, a ram three years old, a turtledove, and a young pigeon."
ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
10 He brought him all of these, and divided them in the middle, and placed each half opposite the other; but he did not divide the birds.
ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
11 And the birds of prey came down on the carcasses, but Abram drove them away.
ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
12 When the sun was going down, a deep sleep fell on Abram. And look, a terror of great darkness fell on him.
ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
13 And he said to Abram, "Know for certain that your descendants will live as foreigners in a land that is not theirs; and they will be enslaved there. And they will oppress them four hundred years.
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
14 But I will also judge that nation whom they will serve. And afterward they will come out with many possessions.
ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
15 But you will go to your fathers in peace. You will be buried in a good old age.
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
16 In the fourth generation they will come here again, for the iniquity of the Amorites is not yet complete."
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
17 It came to pass that, when the sun went down, and it was dark, look, a smoking fire pot and a flaming torch passed between these pieces.
ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।
18 On that day God made a covenant with Abram, saying, "To your descendants I have given this land, from the river of Egypt to the great river, the river Perath:
ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
19 the Kenites, the Kenizzites, the Kadmonites,
ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,
20 the Hethites, the Perizzites, the Rephaim,
ହିତ୍ତୀୟ, ପରିଷୀୟ, ରଫାୟୀୟ,
21 the Amorites, the Canaanites, the Hivites, the Girgashites, and the Jebusites."
ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”

< Genesis 15 >