< 1 Kings 5 >

1 Hiram king of Tyre sent his servants to Solomon; for he had heard that they had anointed him king in the place of his father: for Hiram was ever a lover of David.
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।
2 Solomon sent to Hiram, saying,
ଏଣୁ ଶଲୋମନ ହୂରମ୍‍ ନିକଟକୁ ଏହି କଥା କହି ପଠାଇଲେ,
3 "You know how that David my father could not build a house for the name of the LORD his God for the wars which were about him on every side, until the LORD put them under the soles of his feet.
“ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।
4 But now the LORD my God has given me rest on every side. There is neither adversary, nor evil occurrence.
ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।
5 Look, I purpose to build a house for the name of the LORD my God, as the LORD spoke to David my father, saying, 'Your son, whom I will set on your throne in your place, he shall build the house for my name.'
ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
6 Now therefore command that they cut me cedar trees out of Lebanon. My servants shall be with your servants; and I will give you wages for your servants according to all that you shall say. For you know that there is not among us any who knows how to cut timber like the Sidonians."
ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
7 It happened, when Hiram heard the words of Solomon, that he rejoiced greatly, and said, "Blessed is the LORD this day, who has given to David a wise son over this great people."
ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”
8 Hiram sent to Solomon, saying, "I have heard the message which you have sent to me. I will satisfy all your desire concerning cedar wood and concerning the wood of evergreens.
ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।
9 My servants shall bring them down from Lebanon to the sea. I will make them into rafts to go by sea to the place that you shall appoint me, and will cause them to be broken up there, and you shall receive them. You shall accomplish my desire, in giving food for my household."
ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”
10 So Hiram gave Solomon timber of cedar and timber of fir according to all his desire.
ଏହିରୂପେ ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।
11 Solomon gave Hiram twenty thousand cors of wheat for food to his household, and twenty thousand baths of pure oil. Solomon gave this to Hiram year by year.
ପୁଣି, ଶଲୋମନ ହୂରମ୍‍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍‍କୁ ଦେଲେ।
12 The LORD gave Solomon wisdom, as he promised him; and there was peace between Hiram and Solomon; and the two of them made a covenant.
ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍‍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।
13 King Solomon raised a levy out of all Israel; and the levy was thirty thousand men.
ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।
14 He sent them to Lebanon, ten thousand a month by courses; a month they were in Lebanon, and two months at home; and Adoniram was over the men subject to forced labor.
ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
15 Solomon had seventy thousand who bore burdens, and eighty thousand who were stone cutters in the mountains;
ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
16 besides Solomon's chief officers who were over the work, three thousand and six hundred, who bore rule over the people who labored in the work.
ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।
17 The king commanded, and they cut out great stones, costly stones, to lay the foundation of the house with worked stone.
ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।
18 Solomon's builders and Hiram's builders and the Gebalites cut them, and prepared the timber and the stones to build the house.
ଆଉ ଶଲୋମନଙ୍କର, ହୂରମ୍‍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।

< 1 Kings 5 >