< 2 Samuel 13 >

1 It happened after this, that Absalom the son of David had a beautiful sister, whose name was Tamar; and Amnon the son of David loved her.
ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।
2 Amnon was so troubled that he fell sick because of his sister Tamar; for she was a virgin; and it seemed hard to Amnon to do anything to her.
ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।
3 But Amnon had a friend, whose name was Jonadab, the son of Shimeah, David's brother. Now Jonadab was very crafty.
ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।
4 He said to him, "Why, son of the king, are you so sad from day to day? Won't you tell me?" Amnon said to him, "I love Tamar, my brother Absalom's sister."
ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
5 Jonadab said to him, "Lie down on your bed, and pretend to be sick. When your father comes to see you, tell him, 'Please let my sister Tamar come and give me bread to eat, and dress the food in my sight, that I may see it, and eat it from her hand.'"
ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
6 So Amnon lay down and faked being sick. When the king came to see him, Amnon said to the king, "Please let my sister Tamar come, and make me a couple of cakes in my sight, that I may eat from her hand."
ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”
7 Then David sent home to Tamar, saying, "Go now to your brother Amnon and prepare food for him."
ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”
8 So Tamar went to her brother Amnon's house; and he was lying down. And she took dough, and kneaded it, and made cakes while he watched, and baked the cakes.
ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।
9 She took the pan, and poured them out before him; but he refused to eat. Amnon said, "Have all men leave me." Every man went out from him.
ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।
10 Amnon said to Tamar, "Bring the food into the room, that I may eat from your hand." Tamar took the cakes which she had made, and brought them into the room to Amnon her brother.
ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।
11 When she had brought them near to him to eat, he took hold of her, and said to her, "Come, lie with me, my sister."
ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।”
12 She answered him, "No, my brother, do not force me. For no such thing ought to be done in Israel. Do not do this folly.
ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!
13 I, where would I carry my shame? And as for you, you will be as one of the fools in Israel. Now therefore, please speak to the king; for he will not withhold me from you."
ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”
14 However he would not listen to her voice; but being stronger than she was, he overpowered her and raped her.
ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।
15 Then Amnon hated her with intense hatred, so that the hatred with which he hated her was greater than the love with which he had loved her. And Amnon said to her, "Get up, go away."
ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।
16 And Tamar said to him, "Don't, my brother, for this latter evil in sending me away is greater than the former thing that you did to me." But he would not listen to her.
ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।
17 Then he called the young man who served him, and said, "Send this one away from me, and bolt the door after her."
ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”
18 Now she was wearing an ornamented robe, for this was what the king's virgin daughters used to wear. Then his servant brought her out, and bolted the door after her.
ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।
19 Tamar put ashes on her head, and tore her ornamented robe that she wore. And she put her hand on her head and went away, crying aloud as she went.
ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।
20 Absalom her brother said to her, "Has Amnon your brother been with you? But now hold your peace, my sister. He is your brother. Do not take this thing to heart." So Tamar remained desolate in her brother Absalom's house.
ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।
21 But when king David heard of all these things, he was very angry. But he did not inflict pain on the spirit of his son Amnon, because he loved him, for he was his firstborn.
ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।
22 Absalom spoke to Amnon neither good nor bad; for Absalom hated Amnon, because he had violated his sister Tamar.
ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
23 It happened after two full years, that Absalom had sheepshearers in Baal Hazor, which is beside Ephraim: and Absalom invited all the king's sons.
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
24 Absalom came to the king, and said, "See now, your servant has sheepshearers. Please let the king and his servants go with your servant."
ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”
25 The king said to Absalom, "No, my son, let us not all go, lest we be burdensome to you." But he pleaded with him; however he would not go, but blessed him.
ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।
26 Then Absalom said, "If not, please let my brother Amnon go with us." The king said to him, "Why should he go with you?"
ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”
27 But Absalom pleaded with him, and he let Amnon and all the king's sons go with him. And Absalom prepared a feast like a king's feast.
ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।
28 And Absalom commanded his servants, saying, "Mark now, when Amnon's heart is merry with wine; and when I tell you, 'Strike Amnon,' then kill him. Do not be afraid. Haven't I commanded you? Be courageous, and be valiant."
ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
29 The servants of Absalom did to Amnon as Absalom had commanded. Then all the king's sons arose, and every man got up on his mule, and fled.
ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
30 It happened, while they were in the way, that the news came to David, saying, "Absalom has slain all the king's sons, and there is not one of them left."
ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”
31 Then the king arose, and tore his garments, and lay on the ground; and all his servants stood by with their clothes torn.
ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
32 Jonadab, the son of Shimeah, David's brother, answered, "Do not let my lord the king suppose that they have killed all the young men, the king's sons; for Amnon only is dead; for by the appointment of Absalom this has been determined from the day that he forced his sister Tamar.
ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।
33 Now therefore do not let my lord the king take the thing to his heart, to think that all the king's sons are dead; for Amnon only is dead."
ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”
34 But Absalom fled. And the young man who kept the watch lifted up his eyes and looked, and he saw many men coming on the road behind him from the side of the mountain in the descent. And the watchman came and told the king, and said, "I have seen many men coming from the Horonan road by the side of the mountain."
ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।
35 Jonadab said to the king, "Look, the king's sons are coming. It is as your servant said."
ତହିଁରେ ଯୋନାଦବ୍‍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”
36 It happened, as soon as he had finished speaking, that look, the king's sons came, and lifted up their voice, and wept. The king also and all his servants wept bitterly.
ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।
37 But Absalom fled, and went to Talmai the son of Ammihud, king of Geshur. And David mourned for his son every day.
ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।
38 So Absalom fled, and went to Geshur, and was there three years.
ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।
39 And the spirit of the king longed to go forth to Absalom: for he was comforted concerning Amnon, since he was dead.
ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।

< 2 Samuel 13 >