< Exodus 14 >

1 Now the LORD spoke to Moses, saying,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 "Speak to the children of Israel, that they turn back and camp before Pi-hahiroth, between Migdol and the sea, before Baal Zephon. You shall camp opposite it by the sea.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
3 Pharaoh will say of the children of Israel, 'They are wandering in the land. The wilderness has boxed them in.'
ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
4 And I will harden Pharaoh's heart, and he will pursue them. And I will gain glory because of Pharaoh and because of all his army, and the Egyptians shall know that I am the LORD." And they did so.
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
5 And when the king of Egypt was told that the people had fled, the heart of Pharaoh and his servants was turned against the people, and they said, "What is this we have done, that we have let Israel go from serving us?"
ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
6 Then he made ready his chariot, and took his army with him;
ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
7 and he took six hundred select chariots, and all the chariots of Egypt, and officers over all of them.
ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
8 And the LORD hardened the heart of Pharaoh king of Egypt, and he pursued after the children of Israel; and the children of Israel were going out triumphantly.
ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
9 And the Egyptians pursued after them, all the horses and chariots of Pharaoh and his horsemen and his army, and overtook them camping by the sea, beside Pi-hahiroth, before Baal Zephon.
ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
10 When Pharaoh drew near, the children of Israel lifted up their eyes, and look, the Egyptians were marching after them, and they were very afraid. So the children of Israel cried out to the LORD.
ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
11 And they said to Moses, "Was it because there were no graves in Egypt that you have taken us away to die in the wilderness? What have you done to us by bringing us out of Egypt?
ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
12 Isn't this the word that we spoke to you in Egypt, saying, 'Leave us alone so that we may serve the Egyptians?' For it would have been better for us to serve the Egyptians than to die in the wilderness."
ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
13 But Moses said to the people, "Do not be afraid, stand still, and see the salvation of God, which he will work for you today, for the Egyptians you see today, you will never, ever see again.
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
14 The LORD will fight for you, and you must be still."
ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
15 Then the LORD said to Moses, "Why are you crying out to me? Tell the children of Israel to go forward.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
16 And as for you, lift up your staff and stretch out your hand over the sea and divide it, and the children of Israel will go through the midst of the sea on dry ground.
ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
17 And as for me, look, I am going to harden the hearts of the Egyptians so that they will go in after them, and I will receive glory over Pharaoh and all his army, his chariots and his horsemen.
ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
18 Then the Egyptians will know that I am the LORD, when I receive glory over Pharaoh, his chariots and his horsemen."
ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
19 And the angel of God who was going in front of the camp of Israel moved and went behind them, and the pillar of cloud moved from in front of them and stood behind them.
ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
20 So it came between the camp of Egypt and the camp of Israel. Thus it was a cloud and darkness and it lit up the night so that the one did not come near the other all night.
ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
21 Then Moses stretched out his hand over the sea, and the LORD pushed the sea back by a strong east wind all night, and made the sea into dry land, so the waters were divided.
ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
22 Then the children of Israel went into the midst of the sea on the dry ground, and the waters were a wall to them on their right and on their left.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
23 And the Egyptians pursued and went in after them into the midst of the sea, all of Pharaoh's horses, his chariots, and his horsemen.
ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
24 And it happened, in the morning watch, that the LORD looked down on the Egyptian camp through the pillar of fire and cloud and threw the camp into confusion.
ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
25 And he bound their chariot wheels so that they drove them with difficulty. And the Egyptians said, "Let's flee from before Israel, for the LORD fights for them against the Egypt."
ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
26 Then the LORD said to Moses, "Stretch out your hand over the sea, so that the waters may flow back on the Egyptians, on their chariots, and on their horsemen."
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
27 So Moses stretched out his hand over the sea, and the sea returned to its normal state at daybreak. Now the Egyptians were trying to escape from it, but the LORD shook off the Egyptians in the midst of the sea.
ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
28 Then the waters returned and covered the chariots, the horsemen, the entire army of Pharaoh that had followed them into the sea. None of them survived.
ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
29 But the children of Israel walked on dry ground in the midst of the sea, and the waters were a wall to them on their right hand and on their left.
ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
30 Thus the LORD saved Israel that day from the power of the Egyptians, and Israel saw the Egyptians dead on the seashore.
ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
31 When Israel saw the great power which the LORD used against the Egyptians, then the people feared the LORD, and they believed God and his servant Moses.
ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।

< Exodus 14 >