< Lamentations 4 >

1 How the gold has become dim. How the most pure gold has changed. The stones of the sanctuary are poured out at the head of every street.
ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
2 The precious sons of Zion, comparable to fine gold, How they are regarded as clay jars, the work of the hands of the potter.
ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!
3 Even the jackals offer the breast, they nurse their young ones, but the daughter of my people has become cruel, like the ostriches in the wilderness.
ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।
4 The nursing infant's tongue sticks to the roof of his mouth for thirst. The young children ask for bread, but no one gives to them.
ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
5 Those who ate delicacies are destitute in the streets. Those who were brought up in purple embrace ash heaps.
ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।
6 For the iniquity of the daughter of my people is greater than the sin of Sodom, which was overthrown in an instant, and no hands were laid on her.
କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
7 Her consecrated ones were purer than snow, whiter than milk; their bodies more ruddy than rubies, their appearance was like lapis lazuli.
ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା।
8 They appear darker than soot; they are not known in the streets. Their skin cleaves to their bones; it is withered and has become as dry as a stick.
ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯାʼନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
9 Those who are killed with the sword are better than those who are killed with hunger; those who waste away, pierced through, for lack of the fruits of the field.
କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
10 The hands of the compassionate women have cooked their own children; they were their food in the destruction of the daughter of my people.
ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
11 The LORD has accomplished his wrath, he has poured out his fierce anger; he has kindled a fire in Zion, which has devoured its foundations.
ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
12 The kings of the earth did not believe, neither all the inhabitants of the world, that the adversary or the enemy would enter into the gates of Jerusalem.
ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।
13 It is because of the sins of her prophets, and the iniquities of her priests, that have shed the blood of the just in the midst of her.
ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
14 They wander as blind men in the streets, they are polluted with blood, so that men can't touch their garments.
ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
15 "Go away." they cried to them, "Unclean. Away, away. Do not touch." When they fled away and wandered, men said among the nations, "They shall not live here anymore."
ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”
16 The LORD himself has scattered them; he will no more regard them. They did not respect the priests, they did not favor the elders.
ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।
17 Our eyes still fail, looking in vain for our help. In our watching we have watched for a nation that could not save.
ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।
18 They hunt our steps, so that we can't go in our streets. Our end is near, our days are fulfilled; for our end has come.
ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;
19 Our pursuers were swifter than the eagles of the sky. They chased us on the mountains, they lay in wait for us in the wilderness.
ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
20 The breath of our nostrils, the anointed of the LORD, was taken in their pits; of whom we said, "Under his shadow we can live among the nations."
ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
21 Rejoice and be glad, daughter of Edom, that dwell in the land of Uz. The cup shall pass through to you also; you will get drunk, and shall make yourself naked.
ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
22 The punishment of your iniquity is accomplished, daughter of Zion; he will no more carry you away into captivity. He will visit your iniquity, daughter of Edom; he will uncover your sins.
ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।

< Lamentations 4 >