< 2 Chronicles 6 >

1 Then Solomon said, “Yahweh has said that he would dwell in the thick darkness.
ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
2 But I have built you a house and home, a place for you to dwell in forever.”
ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।”
3 The king turned his face, and blessed all the assembly of Israel; and all the assembly of Israel stood.
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
4 He said, “Blessed be Yahweh, the God of Israel, who spoke with his mouth to David my father, and has with his hands fulfilled it, saying,
ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
5 ‘Since the day that I brought my people out of the land of Egypt, I chose no city out of all the tribes of Israel to build a house in, that my name might be there, and I chose no man to be prince over my people Israel;
‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;
6 but now I have chosen Jerusalem, that my name might be there; and I have chosen David to be over my people Israel.’
ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’
7 Now it was in the heart of David my father to build a house for the name of Yahweh, the God of Israel.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା।
8 But Yahweh said to David my father, ‘Whereas it was in your heart to build a house for my name, you did well that it was in your heart;
ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
9 nevertheless you shall not build the house, but your son who will come out of your body, he shall build the house for my name.’
ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
10 “Yahweh has performed his word that he spoke; for I have risen up in the place of David my father, and sit on the throne of Israel, as Yahweh promised, and have built the house for the name of Yahweh, the God of Israel.
ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ।
11 There I have set the ark, in which is Yahweh’s covenant, which he made with the children of Israel.”
ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”
12 He stood before Yahweh’s altar in the presence of all the assembly of Israel, and spread out his hands
ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;
13 (for Solomon had made a bronze platform, five cubits long, five cubits wide, and three cubits high, and had set it in the middle of the court; and he stood on it, and knelt down on his knees before all the assembly of Israel, and spread out his hands toward heaven).
କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,
14 Then he said, “Yahweh, the God of Israel, there is no God like you in heaven or on earth—you who keep covenant and loving kindness with your servants who walk before you with all their heart;
“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
15 who have kept with your servant David my father that which you promised him. Yes, you spoke with your mouth, and have fulfilled it with your hand, as it is today.
ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
16 “Now therefore, Yahweh, the God of Israel, keep with your servant David my father that which you have promised him, saying, ‘There shall not fail you a man in my sight to sit on the throne of Israel, if only your children take heed to their way, to walk in my law as you have walked before me.’
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ‘ସେହିପରି ତୁମ୍ଭ ସନ୍ତାନମାନେ ଯେବେ ଆମ୍ଭ ବ୍ୟବସ୍ଥାନୁସାରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ସେହି ପ୍ରତିଜ୍ଞା ସଫଳ କର।’
17 Now therefore, Yahweh, the God of Israel, let your word be verified, which you spoke to your servant David.
ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।
18 “But will God indeed dwell with men on the earth? Behold, heaven and the heaven of heavens can’t contain you; how much less this house which I have built!
ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?
19 Yet have respect for the prayer of your servant and to his supplication, Yahweh my God, to listen to the cry and to the prayer which your servant prays before you;
ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
20 that your eyes may be open toward this house day and night, even toward the place where you have said that you would put your name, to listen to the prayer which your servant will pray toward this place.
ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
21 Listen to the petitions of your servant and of your people Israel, when they pray toward this place. Yes, hear from your dwelling place, even from heaven; and when you hear, forgive.
ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର।
22 “If a man sins against his neighbor, and an oath is laid on him to cause him to swear, and he comes and swears before your altar in this house,
କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ, ଯେବେ ତାହାକୁ ଶପଥ କରାଇବା ପାଇଁ ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ;
23 then hear from heaven, act, and judge your servants, bringing retribution to the wicked, to bring his way on his own head; and justifying the righteous, to give him according to his righteousness.
ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
24 “If your people Israel are struck down before the enemy because they have sinned against you, and they turn again and confess your name, and pray and make supplication before you in this house,
ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;
25 then hear from heaven, and forgive the sin of your people Israel, and bring them again to the land which you gave to them and to their fathers.
ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
26 “When the sky is shut up and there is no rain because they have sinned against you, if they pray toward this place and confess your name, and turn from their sin when you afflict them,
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
27 then hear in heaven, and forgive the sin of your servants, your people Israel, when you teach them the good way in which they should walk, and send rain on your land, which you have given to your people for an inheritance.
ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
28 “If there is famine in the land, if there is pestilence, if there is blight or mildew, locust or caterpillar; if their enemies besiege them in the land of their cities; whatever plague or whatever sickness there is—
ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;
29 whatever prayer and supplication is made by any man, or by all your people Israel, who will each know his own plague and his own sorrow, and shall spread out his hands toward this house,
ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,
30 then hear from heaven your dwelling place and forgive, and render to every man according to all his ways, whose heart you know (for you, even you only, know the hearts of the children of men),
ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
31 that they may fear you, to walk in your ways as long as they live in the land which you gave to our fathers.
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।
32 “Moreover, concerning the foreigner, who is not of your people Israel, when he comes from a far country for your great name’s sake and your mighty hand and your outstretched arm, when they come and pray toward this house,
ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;
33 then hear from heaven, even from your dwelling place, and do according to all that the foreigner calls to you for; that all the peoples of the earth may know your name and fear you, as do your people Israel, and that they may know that this house which I have built is called by your name.
ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
34 “If your people go out to battle against their enemies, by whatever way you send them, and they pray to you toward this city which you have chosen, and the house which I have built for your name;
ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
35 then hear from heaven their prayer and their supplication, and maintain their cause.
ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।
36 “If they sin against you (for there is no man who doesn’t sin), and you are angry with them and deliver them to the enemy, so that they carry them away captive to a land far off or near;
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି;
37 yet if they come to their senses in the land where they are carried captive, and turn again, and make supplication to you in the land of their captivity, saying, ‘We have sinned, we have done perversely, and have dealt wickedly;’
ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;’
38 if they return to you with all their heart and with all their soul in the land of their captivity, where they have been taken captive, and pray toward their land which you gave to their fathers, and the city which you have chosen, and toward the house which I have built for your name;
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;
39 then hear from heaven, even from your dwelling place, their prayer and their petitions, and maintain their cause, and forgive your people who have sinned against you.
ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କର ବିଚାର ନିଷ୍ପତ୍ତି କର; ଆଉ ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ କ୍ଷମା କର।
40 “Now, my God, let, I beg you, your eyes be open, and let your ears be attentive to the prayer that is made in this place.
ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।
41 “Now therefore arise, Yahweh God, into your resting place, you, and the ark of your strength. Let your priests, Yahweh God, be clothed with salvation, and let your saints rejoice in goodness.
ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।
42 “Yahweh God, don’t turn away the face of your anointed. Remember your loving kindnesses to David your servant.”
ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”

< 2 Chronicles 6 >