< 2 Corinthians 1 >

1 Paul, an apostle of Christ Jesus through the will of God, and Timothy our brother, to the assembly of God which is at Corinth, with all the saints who are in the whole of Achaia:
ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;
2 Grace to you and peace from God our Father and the Lord Jesus Christ.
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 Blessed be the God and Father of our Lord Jesus Christ, the Father of mercies and God of all comfort,
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;
4 who comforts us in all our affliction, that we may be able to comfort those who are in any affliction, through the comfort with which we ourselves are comforted by God.
ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
5 For as the sufferings of Christ abound to us, even so our comfort also abounds through Christ.
କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।
6 But if we are afflicted, it is for your comfort and salvation. If we are comforted, it is for your comfort, which produces in you the patient enduring of the same sufferings which we also suffer.
କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
7 Our hope for you is steadfast, knowing that, since you are partakers of the sufferings, so you are also of the comfort.
ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।
8 For we don’t desire to have you uninformed, brothers, concerning our affliction which happened to us in Asia: that we were weighed down exceedingly, beyond our power, so much that we despaired even of life.
କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
9 Yes, we ourselves have had the sentence of death within ourselves, that we should not trust in ourselves, but in God who raises the dead,
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
10 who delivered us out of so great a death, and does deliver, on whom we have set our hope that he will also still deliver us,
ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
11 you also helping together on our behalf by your supplication; that, for the gift given to us by means of many, thanks may be given by many persons on your behalf.
ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
12 For our boasting is this: the testimony of our conscience that in holiness and sincerity of God, not in fleshly wisdom but in the grace of God, we behaved ourselves in the world, and more abundantly toward you.
ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
13 For we write no other things to you than what you read or even acknowledge, and I hope you will acknowledge to the end—
କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,
14 as also you acknowledged us in part—that we are your boasting, even as you also are ours, in the day of our Lord Jesus.
ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
15 In this confidence, I was determined to come first to you, that you might have a second benefit,
ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
16 and by you to pass into Macedonia, and again from Macedonia to come to you, and to be sent forward by you on my journey to Judea.
ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।
17 When I therefore planned this, did I show fickleness? Or the things that I plan, do I plan according to the flesh, that with me there should be the “Yes, yes” and the “No, no?”
ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?
18 But as God is faithful, our word toward you was not “Yes and no.”
କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।
19 For the Son of God, Jesus Christ, who was preached among you by us—by me, Silvanus, and Timothy—was not “Yes and no,” but in him is “Yes.”
କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
20 For however many are the promises of God, in him is the “Yes.” Therefore also through him is the “Amen”, to the glory of God through us.
ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ।
21 Now he who establishes us with you in Christ and anointed us is God,
ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;
22 who also sealed us and gave us the down payment of the Spirit in our hearts.
ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
23 But I call God for a witness to my soul, that to spare you, I didn’t come to Corinth.
କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।
24 We don’t control your faith, but are fellow workers with you for your joy. For you stand firm in faith.
ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।

< 2 Corinthians 1 >