< Genesis 40 >

1 After these things, the butler of the king of Egypt and his baker offended their lord, the king of Egypt.
ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।
2 Pharaoh was angry with his two officers, the chief cup bearer and the chief baker.
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
3 He put them in custody in the house of the captain of the guard, into the prison, the place where Joseph was bound.
ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
4 The captain of the guard assigned them to Joseph, and he took care of them. They stayed in prison many days.
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।
5 They both dreamed a dream, each man his dream, in one night, each man according to the interpretation of his dream, the cup bearer and the baker of the king of Egypt, who were bound in the prison.
ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
6 Joseph came in to them in the morning, and saw them, and saw that they were sad.
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
7 He asked Pharaoh’s officers who were with him in custody in his master’s house, saying, “Why do you look so sad today?”
ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?”
8 They said to him, “We have dreamed a dream, and there is no one who can interpret it.” Joseph said to them, “Don’t interpretations belong to God? Please tell it to me.”
ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
9 The chief cup bearer told his dream to Joseph, and said to him, “In my dream, behold, a vine was in front of me,
ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,
10 and in the vine were three branches. It was as though it budded, it blossomed, and its clusters produced ripe grapes.
ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।
11 Pharaoh’s cup was in my hand; and I took the grapes, and pressed them into Pharaoh’s cup, and I gave the cup into Pharaoh’s hand.”
ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”
12 Joseph said to him, “This is its interpretation: the three branches are three days.
ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।
13 Within three more days, Pharaoh will lift up your head, and restore you to your office. You will give Pharaoh’s cup into his hand, the way you did when you were his cup bearer.
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
14 But remember me when it is well with you. Please show kindness to me, and make mention of me to Pharaoh, and bring me out of this house.
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।
15 For indeed, I was stolen away out of the land of the Hebrews, and here also I have done nothing that they should put me into the dungeon.”
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।”
16 When the chief baker saw that the interpretation was good, he said to Joseph, “I also was in my dream, and behold, three baskets of white bread were on my head.
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।
17 In the uppermost basket there were all kinds of baked food for Pharaoh, and the birds ate them out of the basket on my head.”
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”
18 Joseph answered, “This is its interpretation. The three baskets are three days.
ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।
19 Within three more days, Pharaoh will lift up your head from off you, and will hang you on a tree; and the birds will eat your flesh from off you.”
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
20 On the third day, which was Pharaoh’s birthday, he made a feast for all his servants, and he lifted up the head of the chief cup bearer and the head of the chief baker among his servants.
ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
21 He restored the chief cup bearer to his position again, and he gave the cup into Pharaoh’s hand;
ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
22 but he hanged the chief baker, as Joseph had interpreted to them.
ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;
23 Yet the chief cup bearer didn’t remember Joseph, but forgot him.
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।

< Genesis 40 >