< Isaiah 1 >

1 The vision of Isaiah the son of Amoz, which he saw concerning Judah and Jerusalem, in the days of Uzziah, Jotham, Ahaz, and Hezekiah, kings of Judah.
ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2 Hear, heavens, and listen, earth; for Yahweh has spoken: “I have nourished and brought up children and they have rebelled against me.
ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।
3 The ox knows his owner, and the donkey his master’s crib; but Israel doesn’t know. My people don’t consider.”
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”
4 Ah sinful nation, a people loaded with iniquity, offspring of evildoers, children who deal corruptly! They have forsaken Yahweh. They have despised the Holy One of Israel. They are estranged and backward.
ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
5 Why should you be beaten more, that you revolt more and more? The whole head is sick, and the whole heart faint.
ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
6 From the sole of the foot even to the head there is no soundness in it, but wounds, welts, and open sores. They haven’t been closed, bandaged, or soothed with oil.
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
7 Your country is desolate. Your cities are burned with fire. Strangers devour your land in your presence and it is desolate, as overthrown by strangers.
ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
8 The daughter of Zion is left like a shelter in a vineyard, like a hut in a field of melons, like a besieged city.
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
9 Unless Yahweh of Armies had left to us a very small remnant, we would have been as Sodom. We would have been like Gomorrah.
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।
10 Hear Yahweh’s word, you rulers of Sodom! Listen to the law of our God, you people of Gomorrah!
ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
11 “What are the multitude of your sacrifices to me?”, says Yahweh. “I have had enough of the burnt offerings of rams and the fat of fed animals. I don’t delight in the blood of bulls, or of lambs, or of male goats.
ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
12 When you come to appear before me, who has required this at your hand, to trample my courts?
ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
13 Bring no more vain offerings. Incense is an abomination to me. New moons, Sabbaths, and convocations— I can’t stand evil assemblies.
ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
14 My soul hates your New Moons and your appointed feasts. They are a burden to me. I am weary of bearing them.
ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
15 When you spread out your hands, I will hide my eyes from you. Yes, when you make many prayers, I will not hear. Your hands are full of blood.
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
16 Wash yourselves. Make yourself clean. Put away the evil of your doings from before my eyes. Cease to do evil.
ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
17 Learn to do well. Seek justice. Relieve the oppressed. Defend the fatherless. Plead for the widow.”
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
18 “Come now, and let’s reason together,” says Yahweh: “Though your sins are as scarlet, they shall be as white as snow. Though they are red like crimson, they shall be as wool.
ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
19 If you are willing and obedient, you will eat the good of the land;
ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20 but if you refuse and rebel, you will be devoured with the sword; for Yahweh’s mouth has spoken it.”
ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
21 How the faithful city has become a prostitute! She was full of justice. Righteousness lodged in her, but now there are murderers.
ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
22 Your silver has become dross, your wine mixed with water.
ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
23 Your princes are rebellious and companions of thieves. Everyone loves bribes and follows after rewards. They don’t defend the fatherless, neither does the cause of the widow come to them.
ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
24 Therefore the Lord, Yahweh of Armies, the Mighty One of Israel, says: “Ah, I will get relief from my adversaries, and avenge myself on my enemies.
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
25 I will turn my hand on you, thoroughly purge away your dross, and will take away all your tin.
ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
26 I will restore your judges as at the first, and your counselors as at the beginning. Afterward you shall be called ‘The city of righteousness, a faithful town.’
ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”
27 Zion shall be redeemed with justice, and her converts with righteousness.
ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
28 But the destruction of transgressors and sinners shall be together, and those who forsake Yahweh shall be consumed.
ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
29 For they shall be ashamed of the oaks which you have desired, and you shall be confounded for the gardens that you have chosen.
କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
30 For you shall be as an oak whose leaf fades, and as a garden that has no water.
ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
31 The strong will be like tinder, and his work like a spark. They will both burn together, and no one will quench them.”
ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।

< Isaiah 1 >