< Ezekiel 26 >

1 In the eleventh year, in the first of the month, the LORD’s word came to me, saying,
ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 “Son of man, because Tyre has said against Jerusalem, ‘Aha! She is broken! She who was the gateway of the peoples has been returned to me. I will be replenished, now that she is laid waste;’
“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’
3 therefore the Lord GOD says, ‘Behold, I am against you, Tyre, and will cause many nations to come up against you, as the sea causes its waves to come up.
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
4 They will destroy the walls of Tyre, and break down her towers. I will also scrape her dust from her, and make her a bare rock.
ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।
5 She will be a place for the spreading of nets in the middle of the sea; for I have spoken it,’ says the Lord GOD. ‘She will become plunder for the nations.
ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।
6 Her daughters who are in the field will be slain with the sword. Then they will know that I am the LORD.’
ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
7 “For the Lord GOD says: ‘Behold, I will bring on Tyre Nebuchadnezzar king of Babylon, king of kings, from the north, with horses, with chariots, with horsemen, and an army with many people.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
8 He will kill your daughters in the field with the sword. He will make forts against you, cast up a mound against you, and raise up the buckler against you.
ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।
9 He will set his battering engines against your walls, and with his axes he will break down your towers.
ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
10 By reason of the abundance of his horses, their dust will cover you. Your walls will shake at the noise of the horsemen, of the wagons, and of the chariots, when he enters into your gates, as men enter into a city which is broken open.
ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।
11 He will tread down all your streets with the hoofs of his horses. He will kill your people with the sword. The pillars of your strength will go down to the ground.
ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।
12 They will make a plunder of your riches and make a prey of your merchandise. They will break down your walls and destroy your pleasant houses. They will lay your stones, your timber, and your dust in the middle of the waters.
ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।
13 I will cause the noise of your songs to cease. The sound of your harps won’t be heard any more.
ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।
14 I will make you a bare rock. You will be a place for the spreading of nets. You will be built no more; for I the LORD have spoken it,’ says the Lord GOD.
ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 “The Lord GOD says to Tyre: ‘Won’t the islands shake at the sound of your fall, when the wounded groan, when the slaughter is made within you?
ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ?
16 Then all the princes of the sea will come down from their thrones, and lay aside their robes, and strip off their embroidered garments. They will clothe themselves with trembling. They will sit on the ground, and will tremble every moment, and be astonished at you.
ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
17 They will take up a lamentation over you, and tell you, “How you are destroyed, who were inhabited by seafaring men, the renowned city, who was strong in the sea, she and her inhabitants, who caused their terror to be on all who lived there!”
ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ‘ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।
18 Now the islands will tremble in the day of your fall. Yes, the islands that are in the sea will be dismayed at your departure.’
ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’
19 “For the Lord GOD says: ‘When I make you a desolate city, like the cities that are not inhabited, when I bring up the deep on you, and the great waters cover you,
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:
20 then I will bring you down with those who descend into the pit, to the people of old time, and will make you dwell in the lower parts of the earth, in the places that are desolate of old, with those who go down to the pit, that you be not inhabited; and I will set glory in the land of the living.
ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;
21 I will make you a terror, and you will no more have any being. Though you are sought for, yet you will never be found again,’ says the Lord GOD.”
ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Ezekiel 26 >